ଆଠଗଡ ବିଶ୍ବନାଥ ବିଦ୍ୟାପିଠ ମିନି ଷ୍ଟାଡିୟମ ଠାରେ ଉପଖଣ୍ଡ ସ୍ତରୀୟ ୭୦ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି
ଆଠଗଡ ବିଶ୍ବନାଥ ବିଦ୍ୟାପିଠ ମିନି ଷ୍ଟାଡିୟମ ଠାରେ ଉପଖଣ୍ଡ ସ୍ତରୀୟ ୭୦ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି।ଏହି ଅବସରରେ ଆଠଗଡ ଉପଜିଲ୍ଲାପାଳ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତକା ଉତ୍ତୋଳନ କରିବା ସହିତ ସମ୍ମିଳିତ ପ୍ୟାରେଡରେ ଅଭିବାଦନ ଗ୍ରହଣ କରିଥିଲେ।ଏହି ପ୍ୟାରେଡରେ ଆଠଗଡ଼ ସହରର ୨୪ ଗୋଟି ପ୍ରୁଫ ପ୍ୟାରେଡରେ ଭାଗ ନେଇଥିବା ବେଳେ ସୂଚନାଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଲାଭ କରିଥିବା ବ୍ୟକ୍ତି ବିଶେଷଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା।ପ୍ୟାରେଡ଼ ଦେଖିବା ପାଇଁ ହଜାର ହଜାର ଦର୍ଶକ ଉପସ୍ଥିତ ଥିଲେ।
Odia 








































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































