#Exclusive

ଆସନ୍ତା ୩୬ ଘଣ୍ଟା ମଧ୍ୟରେ ରାଜ୍ୟର ଅର୍ଦ୍ଧାଧିକ ଜିଲ୍ଲାରେ ବର୍ଷା ସମ୍ଭାବନା; ୩ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ସମଗ୍ର ରାଜ୍ୟରେ ଶୀତଲହରୀ ଜାରି ରହିଥିବା ବେଳେ ଆସନ୍ତା ୨୪ରୁ ୩୬ ଘଣ୍ଟା ମଧ୍ୟରେ ରାଜ୍ୟର ଅର୍ଦ୍ଧାଧିକ ଜିଲ୍ଲାରେ ବର୍ଷାର ସମ୍ଭାବନା ରହିଥିବା କହିଛି ଭାରତୀୟ ପାଣିପାଗ ବିଭାଗ। ଆଜି ଅପରାହ୍ଣରେ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଜାରି କରା ଯାଇଥିବା ସ୍ୱତନ୍ତ୍ର ବୁଲେଟିନ୍‌ ଆଧାରରେ ସ୍ୱତନ୍ତ୍ର ରିଲିଫ୍‌ କମିଶନର (ଏସ୍‌ଆର୍‌ସି)ଙ୍କ ପକ୍ଷରୁ ଜାରି ଏକ ଇସ୍ତାହାରରୁ ଏହା ଜାଣିବା ପାଇଁ ମିଳିଛି।ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଜାରି କରା ଯାଇଥିବା ସ୍ୱତନ୍ତ୍ର ବୁଲେଟିନ୍‌ରୁ ଜାଣିବାକୁ ମିଳିଛି ଯେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ, ଗୁରୁବାର ସକାଳ ୮ଟା ସୁଦ୍ଧା ରାଜ୍ୟର ପଶ୍ଚିମ ଓ ଆଭ୍ୟନ୍ତର ଉତ୍ତର ଓଡ଼ିଶାର ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ବୌଦ୍ଧ, ଦେବଗଡ଼, ସୋନପୁର, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢ଼େଙ୍କାନାଳ ଓ ବଲାଙ୍ଗୀର ଜିଲ୍ଲାର ବହୁ ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି।

Leave a comment

Your email address will not be published. Required fields are marked *