#Headlines

ଦୁଇ ଦିନ ଧରି କେତେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା

ଭୁବନେଶ୍ୱର: ରାଜ୍ୟରେ ଶୀତ ସାମାନ୍ୟ ହ୍ରାସ ପାଇଛି। ତେବେ ଆସନ୍ତାକାଲିଠାରୁ ଦୁଇ ଦିନ ଧରି କେତେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି।  ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଆସନ୍ତାକାଲି ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ନୂଆପଡା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳରେ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଅନୁମାନ କରାଯାଇଛି। ସେହିଭଳି ଆସନ୍ତା ଗୁରୁବାର ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଢ଼େଙ୍କାନାଳ, ଖୋର୍ଦ୍ଧା ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହାବ୍ୟତୀତ ସୁନ୍ଦରଗଡ଼, କେନ୍ଦୁଝର, ଅନୁଗୁଳ, ଢ଼େଙ୍କାନାଳ, କଟକ, ଯାଜପୁର, ଭଦ୍ରକ ଏବଂ ଝାରସୁଗୁଡାରେ ଘନ କୁହୁଡି ହେବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

Leave a comment

Your email address will not be published. Required fields are marked *