ଭୁବନେଶ୍ୱରରେ ପୁଣି ୧୬ ‘କରୋନା’ ଆକ୍ରାନ୍ତ ଚିହ୍ନଟ

admin | April 5, 2020 | 72 views |0 | Exclusive

ଭୁବନେଶ୍ୱର(): ଆଜି ଅପରାହ୍ନରେ ଦୁଇ ଜଣ ଓ ସନ୍ଧ୍ୟାବେଳେ ଆଉ ୧୬ ‘କରୋନା’ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ପ୍ରାୟ ୧୫ ଜଣ ପୂର୍ବରୁ ସିଲ୍‌ ହୋଇଥିବା ବମିଖାଲ୍‌ ଅଞ୍ଚଳର। ଏହି ଅଞ୍ଚଳର ଥିବା ସମସ୍ତ ସନ୍ଦିଗ୍ଧ ଓ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ଆଇସୋଲେସନ୍‌ରେ ରଖାଯାଇଛି। ଜନସାଧାରଣ ଭୟଭୀତ ନହୋଇ ଘରେ ରହିବାକୁ ସ୍ୱାସ୍ଥ୍ୟ ବିଭାଗ ଟ୍ୱିଟ୍‌ କରି କହିଛି। ଏମାନଙ୍କୁ ମିଶାଇ ରାଜ୍ୟରେ ‘କରୋନା’ ଆକ୍ରାନ୍ତଙ୍କ ସଂଖ୍ୟା ୩୯ରେ ପହଞ୍ଚିଛି।

ଆଜି ଅପରାହ୍ନରେ ଭୁବନେଶ୍ୱରରୁ ଦୁଇ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଜଣେ ହେଲେ କପିଳପ୍ରସାଦ ହାଉସିଂ ବୋର୍ଡ କଲୋନୀର ୭୦ ବର୍ଷୀୟ ବୃଦ୍ଧ। ନିକଟରେ ସେ ଅଷ୍ଟ୍ରେଲିଆକୁ ଯାଇଥିଲେ। ସେ ସେଠାରୁ ଫେରିବା ପରେ ଗତ ୨୨ ତାରିଖରେ ହୋମ୍‌ କ୍ୱାରେଣ୍ଟାଇନରେ ରହିଥିଲେ। ଆଜି ସେ ‘କରୋନା’ରେ ଆକ୍ରାନ୍ତ ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ସ୍ପଷ୍ଟ କରିଛି।

ସେହିପରି ବମିଖାଲ ଅଞ୍ଚଳର ଜଣେ ୨୯ ବର୍ଷୀୟ ଯୁବକ କରୋନାରେ ଆକ୍ରାନ୍ତ ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ସ୍ପଷ୍ଟ କରିଥିଲେ। ଆକ୍ରାନ୍ତ ଯୁବକ ହେଉଛନ୍ତି ପୂର୍ବରୁ ବମିଖାଲ୍‌ ଅଞ୍ଚଳରେ ଆକ୍ରାନ୍ତ ହୋଇଥିବା ୩ ଭାଇଙ୍କ ସମ୍ପର୍କୀୟ ବୋଲି ଜଣାପଡ଼ିଛି। ସମସ୍ତଙ୍କୁ ଆଇସୋଲେସନ୍‌ରେ ରଖାଯାଇଛି। ଏବେ ସମ୍ପୃକ୍ତ ଅଞ୍ଚଳକୁ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ସିଲ୍‌ କରିଛି। ଆସନ୍ତାକାଲି ସମ୍ପୃକ୍ତ ଅଞ୍ଚଳରେ ସାନିଟାଇଜ୍‌ କରାଯିବା ସହିତ ଲୋକଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରାଯିବ ବୋଲି ବିଏମ୍‌ସି କମିଶନର ସ୍ପଷ୍ଟ କରିଛନ୍ତି।

Share this

Related Posts

ଆରତୀ ପାଇବ ଲାଭ ଲୋକେ ଭୋଗିବେ କଷ୍ଟ,…

Udaya_Labanya | July 28, 2023 | 29 views |0

ଆଠଗଡ ( ଉଲ୍ଲାପ୍ର )ଆଠଗଡ ରେ କମ୍ପାନୀ ହେଲେ ଲୋକେ ସୁବିଧା ପାଇବେ, ଏହି ଉଦେଶ୍ୟ ନେଇ ସରକାର ଜମି ଯୋଗାଇଦେଲେ ଆଉ ଆରତୀ ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ହେଲା ଆଠଗଡ ର ଘଣ୍ଟିଖାଲ ଠାରେ, କମ୍ପାନୀ ମହାନଦୀରୁ ପାଣି ନେଲା,…

ଆଠଗଡ ରେ ଖୋଲିଲା ମ୍ୟାନ ଷ୍ଟୋର ର…

Udaya_Labanya | July 16, 2023 | 295 views | 0

ଆଠଗଡ ( ଉଲ୍ଲାପ୍ର )ଆଠଗଡ ରେ ମ୍ୟାନ ଷ୍ଟୋର ର ଏକ ନୂତନ ସୋ ରୂମ ଉଦଘାଟିତ ହୋଇଯାଇଛି, ଏହି ସୋରୁମ ଟିକୁ ଉଦଘାଟନ କରିଥିଲେ ବିଶିଷ୍ଟ କପଡା ବ୍ୟବସାୟୀ ତଥା ଏସ ସ୍କୋୟାର ପ୍ରାଇଭେଟ ଲିମିଟେଡ଼ ର ପରିଚାଳନା ନିର୍ଦେଶକ…

Leave a Reply

Your email address will not be published. Required fields are marked *

Archives

Categories