🌹🌷💐ଆଜିର ରାଶିଫଳ🌹🌷💐

admin | April 19, 2020 | 142 views |0 | Vastu & Astrology

🌷💐🌹
ଅଦ୍ୟ ଅପ୍ରେଲ ୧୯ ତାରିଖ ୨୦୨୦ମସିହା(ରବିବାର)
ଶକାବ୍ଦ -୧୯୪୨
ସମ୍ବତ -୨୦୭୭
ସାଲ-୧୪୨୭
ସମ୍ବତ୍ସର -ପ୍ରମାଥୀ
ବୈଶାଖ -କୃଷ୍ଣପକ୍ଷ
ତିଥି -ଦ୍ବାଦଶୀ ରାତ୍ର ଘ୧୨/୪୩ପର୍ଯ୍ୟନ୍ତ ତଦନ୍ତେ ତ୍ରୟୋଦଶୀ ନକ୍ଷତ୍ର-ପୂର୍ବଭାଦ୍ର ଚନ୍ଦ୍ର-କୁମ୍ଭ ରାତ୍ର ଘ୦୧/୨୦ପର୍ଯ୍ୟନ୍ତ ତଦନ୍ତେ ମୀନ
ଯୋଗ-ବ୍ରହ୍ମ
କରଣ-କୌଳବ
ସୂର୍ଯ୍ୟ -ମେଷ ୦୭ ଦିନ


ସୁର୍ୟୋଦୟ -ପ୍ରାତଃ ଘ୦୫/୨୯/୨୩

ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୦୨/୧୪

ଯୋଗିନୀ ନୈଋତକୋଣେ ରାତ୍ରି ଘ୧୨/୪୧ଗତେ ଦକ୍ଷିଣେ
ଧନୁ ରାଶିର ଘାତଚନ୍ଦ୍ର ମେଷ ରାଶିର ଘାତବାର

ଅଦ୍ୟ ଦ୍ବାଦଶୀର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ

କାଳବେଳା ଓ ବାରବେଳା- ଦିବା ଘ୧୦/୦୬ ଗତେ ଘ୦୧/୨୨ମଧ୍ୟେ


ଅମୃତବେଳା- ଦିବା ୦୭/୦୫ ଗତେ ଘ ୦୮/୩୦ମଧ୍ୟେ ଓ ରାତ୍ର ଘ୦୮/୫୬ଗତେ ଘ୧୧/୫୦ମଧ୍ୟେ
ମାହେନ୍ଦ୍ରବେଳା- ଦିବା ଘ୦୮/୪୨ଗତେ ଘ୧୦/୦୪ମଧ୍ୟେ ଓ ଘ୦୧/୨୩ଗତେ ଘ୦୨/୫୫ମଧ୍ୟେ


ଅଦ୍ୟ ପୋଇ ଭକ୍ଷଣ ନିଷେଧ



———————-
🌹ମେଷ🌹👉 : ଆଜି ଗୃହ ଉପକରଣ ଓ କିଛି ଦରକାରି ଦ୍ରବ୍ୟକ୍ରୟ କରି ଖର୍ଚାନ୍ତ ହୋଇପାରନ୍ତି ।ଆପଣଙ୍କୁ ନିଜ ସାଙ୍ଗମାନଙ୍କ ସୁସମ୍ମାନ ପାଇଁ ଖୁସିମିଳିବା ।କିନ୍ତୁ ଆପଣଙ୍କର ହିଁ କିଛି ସାଙ୍ଗ ଆପଣଙ୍କୁ ଇର୍ଷା କରିପାରନ୍ତି ।ଏଥିପାଇଁ ଆପଣଙ୍କୁ ଟିକେ ସାବଧାନ ରହିବାକୁ ହେବ ।

🌹ବୃଷ🌹👉: ବହୁଦିନ ଧରି ଥିବା ସମସ୍ୟାର ସମାଧାନ ଓ ଅଚାନକ ଅର୍ଥଲାଭ ପାଇଁ ଆପଣ ଖୁସି ରହିବେ । ଆପଣ ଅନ୍ୟମାନଙ୍କ ସହିତ ମତାନ୍ତର ଥିବାର ଏ ସମସ୍ୟାର ସମାଧାନ ଦେଇପାରି ନଥିଲେ । ଯାହା ହେଉନା କାହିଁକି ବର୍ତ୍ତମାନ ଖୁସି ବଢାଇବାର ସମୟ ।

🌹ମିଥୁନ🌹👉: ଆପଣଙ୍କୁ ଯେଉଁ କାର୍ଯ୍ୟ କରିବାକୁ କୁହାଯାଇଛି ସେ କାର୍ଯ୍ୟପୂରା ମନଯୋଗ ଦେଇ କରନ୍ତୁ । କାରଣ ଆପଣଙ୍କ ପରିବାର ଏହା ବଦଳରେ ଆପଣଙ୍କୁ ସବୁଦିନ ସାହାଯ୍ୟ କରିବ ଏହି ସମୟରେ ହୁଏତ ଆପଣଙ୍କ ପରିବାର ଆପଣଙ୍କ ପାଖରୁ କିଛି ଆଶା କରୁଛି ।

🌹କର୍କଟ🌹👉 : ଆପଣଙ୍କ ବୁଦ୍ଧି ଆଜି ଅଧିକ ବେଗରେ ସାହାଯ୍ୟ କରିବ । ଏହାର ଉପଯୋଗ ଆପଣ ଭବିଷ୍ୟତ ଯୋଜନା କରିବାରେ ବିନିଯୋଗ କରନ୍ତୁ । ଯଦି ଆପଣ କେବଳ ନିଜ ଲକ୍ଷ୍ୟ ଉପରେ ଧ୍ୟାନ ଦେବେ, ତେବେ ବାକି ସମସ୍ତ କାର୍ଯ୍ୟ ସ୍ୱତଃ ଠିକ୍ ହୋଇଯିବ ।

🌹ସିଂହ🌹👉 : ପରିବାର ସଦସ୍ୟଙ୍କ ସହ ଭ୍ରମଣ କରିବା ପାଇଁ ଆଜି ଦିନଟି ଉପଯୁକ୍ତ । ଏହି ଭ୍ରମଣ ଆପଣଙ୍କ ମଧ୍ୟରେ ସମ୍ପର୍କ ମାଧୁର୍ଯ୍ୟଭରା କରିବ । ମନ ମଧ୍ୟରେ ବହୁଦିନ ଧରି ରହି ଆସୁଥିବା ଦୁଶ୍ଚିନ୍ତାକୁ ଦୁରକରିବାରେ ଏହି ଭ୍ରମଣ ସହାୟକ ହେବ ।କର୍ମକ୍ଷେତ୍ର ରେ ଉନ୍ନତି ଓ ପଦମର୍ଯ୍ୟାଦା ବୃଦ୍ଧି ଯୋଗରହିଛି।

🌹କନ୍ୟା🌹👉 : ଆଜି ବୋଧହୁଏ ଆପଣଙ୍କୁ କୌଣସି ମିତ୍ର କିମ୍ବା ସହଯୋଗୀଙ୍କର ସାହାଯ୍ୟ ମିଳିବ ନାହିଁ । ଏଥିପାଇଁ ଆପଣ ନିରାଶ ହୋଇପଡ଼ିବେ କିନ୍ତୁ ମନେ ରଖନ୍ତୁ ଆପଣଙ୍କର ସବୁ କଥାରେ ଏକ ସୀମା ମଧ୍ୟ ରହିଛି । ହଠାତ ଦେବପୂଜା ଓଦର୍ଶନ କରିବାର ସୁଯୋଗ ପାଇବେ।

🌹ତୁଳା 🌹👉: ଆପଣ ଖୁସି ମନେଇବାପାଇଁ କିମ୍ବା ବ୍ୟବସାୟ ଦୃଷ୍ଟିରୁ ବାହାରକୁ ଯାତ୍ରା କରିପାରନ୍ତି । କିନ୍ତୁ କୌଣସି ପ୍ରକାର ଅସୁବିଧା ସୃଷ୍ଟିହେବାର ସଂକେତ ଅଛି । ଯୋଜନାରେ କିଛି ବିଘ୍ନ ଘଟିପାରେ ଏବଂ ଆପଣ ଯୋଜନାର ପରିବର୍ତ୍ତନ କରିପାରନ୍ତି ।

🌹ବିଛା 🌹👉: ଆଜି ଆପଣଙ୍କ ବ୍ୟବହାରକୁ ସମସ୍ତେ ପ୍ରଶଂସା କରିବେ।ଆପଣଙ୍କର ମିତ୍ରତା ଆପଣଙ୍କ ମିତ୍ର ପାଇଁ ବହୁତ ଲାଭଦାୟକ ହେବ ଏବଂ ଭବିଷ୍ୟତରେ ସେମାନେ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ପ୍ରସ୍ତୁତ ହେବେ ।ଶତୃମାନେ ପଛଘୁଞ୍ଚା ଦେବେ ।

🌹ଧନୁ🌹👉 : ଆଜି ଦିନଟି ଆପଣଙ୍କ ପାଇଁ ଭଲରେ କଟିଳେ ମଧ୍ୟ ସାମୟିକ ଦେହପୀଡା ହୋଇପାରେ ।ନିଜ ପରିବାର ବର୍ଗସହ ଛୋଟଧରଣର ଭ୍ରମଣ ଯୋଗ ରହିଛି । ପରିବାର ସଦସ୍ୟ ଏହି ଭ୍ରମଣକୁ ଉପଭୋଗ କରିବେ ଏବଂ ଆପଣଙ୍କ ସମ୍ପର୍କକୁ ସଧୁମୟ କରିବେ ।

🌹ମକର 🌹👉: ଆପଣ ଆଜି କୌଣସି କାରଣରୁ ନିରାଶ ହେବେ । ଆପଣ ନିଜ ଲକ୍ଷରେ ପହଁଚି କଷ୍ଟକର ହେବ । ଆପଣଙ୍କର କାର୍ଯ୍ୟ ଦକ୍ଷତା ହ୍ରାସ ପାଇପାରେ । ବିଶେଷ ବିବ୍ରତ ହୁଅନ୍ତୁ ନାହିଁ । ଆଜି ଦିନ ବିତେଇଲା ପରେ ଅନ୍ୟାନ୍ୟ କ୍ଷେତ୍ରରେ ଓ ଉନ୍ନତି ପରିଲକ୍ଷିତ ହେବ ।

🌹କୁମ୍ଭ 🌹👉: ଆଜି ମନ ଅଶାନ୍ତ ରହିବ।ଆପଣ କୌଣସି ଉପଦେଷ୍ଠାଙ୍କର କିମ୍ବା ବରିଷ୍ଠ ବ୍ୟକ୍ତିଙ୍କର ମାର୍ଗ ଦର୍ଶନ ପାଇଁ ସାହାଯ୍ୟ ଚାହିଁବେ । ଆପଣ ନିଜ ଜୀବନର ଦ୍ୱିଧା ବା ଅସୁବିଧା ପରିସ୍ଥିତିରୁ ବାହାରି ଆସିବା ପାଈଁ ବାଟ ବାହାର କରିବାରେ ବିଫଳ ହୋଇପାରନ୍ତି ।

🌹ମୀନ🌹👉 : ଯଦି ଛୁଟିଦିନ ଦେଖି ଆତ୍ମିୟସୋଜନ ମାନଙ୍କ ସହ ବୁଲିବାକୁ ଯାଆନ୍ତି ଏହି ସମୟଟି ପ୍ରକୃଷ୍ଟ ଅଟେ ।ସେଥିପାଇଁ ବିଧିବୋଧ ଯୋଜନା କରନ୍ତୁ । ପର୍ଯ୍ୟଟନ ବୁଲିବାକୁ ମଧ୍ୟ ଯାଇପାରନ୍ତି ଏବଂ ଏଥିରେ ଆପଣଙ୍କୁ ପରମ ଆନନ୍ଦ ମିଳିବ ।

Share this
  •  
  •  
  •  
  •  
  •  
  •  
  •  

Related Posts

ଆଜିର ରାଶିଫଳ

Udaya_Labanya | January 29, 2022 | 53 views |0

ଅଦ୍ୟ ଜାନୁଆରୀ ମାସ ୨୯ ତାରିଖ ୨୦୨୨ ମସିହା(ଶନିବାର)ଶକାବ୍ଦ -୧୯୪୩ସମ୍ବତ -୨୦୭୮ସାଲ-୧୪୨୯ସମ୍ବତ୍ସର-ରାକ୍ଷସମାଘ- କୃଷ୍ଣପକ୍ଷତିଥି- ଦ୍ୱାଦଶି ରାତ୍ରି ଘ ୦୮/୨୬ ପର୍ଯ୍ୟନ୍ତ ତଦନ୍ତେ ତ୍ରୟୋଦଶୀନକ୍ଷତ୍ର- ମୂଳା ରାତ୍ରି ଘ ୦୩/୧୧ ପର୍ଯ୍ୟନ୍ତ ତଦନ୍ତେ ପୂର୍ବାଷାଢ଼।ଚନ୍ଦ୍ର- ଧନୁଯୋଗ-ବ୍ୟାଘାତକରଣ - କୌଳବସୌରମାସ- ମକର ୧୬ ଦିନ✧═════•❁❀❁•═════✧ସୁର୍ୟୋଦୟ-ପ୍ରାତଃ…

ଆଜିର ରାଶିଫଳ

Udaya_Labanya | January 17, 2022 | 62 views | 0

ଅଦ୍ୟ ଜାନୁଆରୀ ମାସ ୧୭ ତାରିଖ ୨୦୨୨ ମସିହା(ସୋମବାର)ଶକାବ୍ଦ -୧୯୪୩ସମ୍ବତ -୨୦୭୮ସାଲ-୧୪୨୯ସମ୍ବତ୍ସର-ରାକ୍ଷସପୌଷ- ଶୁକ୍ଳପକ୍ଷତିଥି- ପୂର୍ଣ୍ଣିମା ରାତ୍ରି ଘ ୦୫/୧୫ ପର୍ଯ୍ୟନ୍ତ ତଦନ୍ତେ ପ୍ରତିପଦନକ୍ଷତ୍ର- ପୁନର୍ବସୁ ରାତ୍ରି ଘ ୦୫/୧୪ ପର୍ଯ୍ୟନ୍ତ ତଦନ୍ତେ ପୁଷ୍ୟାଚନ୍ଦ୍ର- ମିଥୁନ ରାତ୍ରି ଘ ୧୦/୩୭ ପର୍ଯ୍ୟନ୍ତ ତଦନ୍ତେ…

Leave a Reply

Your email address will not be published. Required fields are marked *

Archives

Categories