🌹🌷💐ଆଜିର ରାଶିଫଳ🌹🌷💐

admin | April 20, 2020 | 36 views |0 | Vastu & Astrology

🌷💐🌹
ଅଦ୍ୟ ଅପ୍ରେଲ ୨୦ ତାରିଖ ୨୦୨୦ମସିହା(ସୋମବାର)
ଶକାବ୍ଦ -୧୯୪୨
ସମ୍ବତ -୨୦୭୭
ସାଲ-୧୪୨୭
ସମ୍ବତ୍ସର -ପ୍ରମାଥୀ
ବୈଶାଖ -କୃଷ୍ଣପକ୍ଷ
ତିଥି -ତ୍ରୟୋଦଶୀ ରାତ୍ର ଘ୦୩/୧୩ପର୍ଯ୍ୟନ୍ତ ତଦନ୍ତେ ଚତୁର୍ଦ୍ଦଶୀ ନକ୍ଷତ୍ର-ପୂର୍ବଭାଦ୍ର ଦିବା ଘ୦୮/୦୩ପର୍ଯ୍ୟନ୍ତ ତଦନ୍ତେ ଉତ୍ତରଭାଦ୍ର ଚନ୍ଦ୍ର-ମୀନ
ଯୋଗ-ଇଦ୍ର
କରଣ-ଗର
ସୂର୍ଯ୍ୟ -ମେଷ ୦୮ ଦିନ


ସୁର୍ୟୋଦୟ -ପ୍ରାତଃ ଘ୦୫/୨୮/୩୩

ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୦୨/୨୪

ଯୋଗିନୀ ଦକ୍ଷିଣେ ରାତ୍ରି ଘ୦୩/୧୪ଗତେ ପଶ୍ଚିମେ
ଧନୁ ରାଶିର ଘାତଚନ୍ଦ୍ର ମିଥୁନ ରାଶିର ଘାତବାର

ଅଦ୍ୟ ତ୍ରୟୋଦଶୀର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ

କାଳବେଳା -ଦିବା ଘ୦୭/୦୦ ଗତେ ଘ୦୮/୨୮ମଧ୍ୟେ
ବାରବେଳା- ଦିବା ଘ୦୨/୫୬ ଗତେ ଘ୦୪/୨୯ମଧ୍ୟେ


ଅମୃତବେଳା- ଦିବା ୦୭/୦୦ମଧ୍ୟେ ଓ ଘ୦୧/୨୦ଗତେ ଘ୦୨/୫୩ମଧ୍ୟେ
ମାହେନ୍ଦ୍ରବେଳା- ଦିବା ଘ୦୮/୪୦ଗତେ ଘ୧୦/୦୮ମଧ୍ୟେ ଓ ରାତ୍ରି ଘ୧୦/୫୩ଗତେ ଘ୦୧/୧୫ମଧ୍ୟେ


ଅଦ୍ୟ ବାଇଗଣ ଭକ୍ଷଣ ନିଷେଧ



———————-
🌹ମେଷ🌹👉:-ଆଜି ଆପଣଙ୍କର ସୁସ୍ଥ ପାରିବାରିକ ଜୀବନ ଓ ନିରଙ୍କୁଶ କର୍ମସାଧନ ପାଇଁ ଆନୁସଙ୍ଗିକ ପରିବଶେ ସୃଷ୍ଟି କରିବ। ବନ୍ଧୁମାନଙ୍କ ସାହାଯ୍ୟ ଲାଭ କରି ପ୍ରତିଦ୍ୱନ୍ଦ୍ୱିତାରେ ସଫଳତା ହାସଲ କରିପାରିବେ। ପାରିବାରିକ ସମସ୍ୟା ସମାଧାନରେ, ଜମିଜମା ବିବାଦରେ, ପରିବହନର ଝଗଡାରେ ବିଜୟୀ ହେବେ।

🌹ବୃଷ🌹👉:-ଆଜି ନିଜର ସମ୍ପର୍କୀୟ କିମ୍ବା ପଡୋଶିନୀଙ୍କ ସହାନୁଭୂତି ଯୋଗୁ କାର୍ଯ୍ୟସାଧନ କରିପାରିବେ। ବ୍ୟବସାୟିକ ସଫଳତା ଓ କଳା, ସାହିତ୍ୟରେ ପ୍ରଶଂସିତ ହେବେ। ଦୀର୍ଘ ଦିନରୁ ରହି ଆସିଥିବା ବିବାଦୀୟ ଘଟଣାର ଅବସାନ ଘଟିବ। ଅଭାବ ନଥିଲେ ମଧ୍ୟ ଛୋଟ ଛୋଟ କଥାକୁ କେନ୍ଦ୍ରକରି ପରିବାରରେ ଝଡ ଉଠିବ।

🌹ମିଥୁନ🌹👉:-ଆଜି ବ୍ୟୟବହୁଳତା ମଧ୍ୟରେ କାର୍ଯ୍ୟସିଦ୍ଧି, ବନ୍ଧୁଙ୍କ ସହଯୋଗ ଓ ହିତୈଷୀଙ୍କ ପରାମର୍ଶ ପାଇ ଖୁସୀ ହେବେ। ପରିବାରର ଅନୁରୋଧକ୍ରମେ କୌଣସି କାମ ସକାଶେ ଭ୍ରମଣରେ ବାହାରି ପାରନ୍ତି। ଉଦ୍ୟୋଗ, ନୂତନ ପ୍ରକଳ୍ପ କିମ୍ବା ବ୍ୟବସାୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇପାରେ। ଜଣେ ବ୍ୟକ୍ତିଙ୍କ ସହ ଉଚ୍ଚବାଚ୍ଚ ଘଟିବାର ଆଶଙ୍କା ରହିଛି।

🌹କର୍କଟ🌹👉:-ଆଜି ଶରୀରିକ ଓ ମାନସିକ ସୁସ୍ଥତା ରକ୍ଷାକରି ଦୈନନ୍ଦିନର ଜୀବନଯାତ୍ରାକୁ ନିଷ୍କଣ୍ଟକ କରିବ। କର୍ମକ୍ଷେତ୍ରରେ ସହକର୍ମୀମାନେ ସହାନୁଭୂତିର ସହ ସହଯୋଗର ହାତ ବଢାଇବେ। ସାହିତ୍ୟ,ସାମ୍ବାଦିକତା, ଏଜେନ୍ସିପ୍‌ କ୍ଷେତ୍ରରୁ ସୁଫଳ ମିଳିବ। କଳା,ସାହିତ୍ୟ ଓ ସଙ୍ଗୀତ କ୍ଷେତରେ ପ୍ରତିଦ୍ୱନ୍ଦ୍ୱୀମାନଙ୍କ ମଧ୍ୟରେ ପ୍ରତିଯୋଗିତାର ସମ୍ବାବନା ରହିଛି।

🌹ସିଂହ🌹👉:-ଆଜି ପଦସ୍ଥବ୍ୟକ୍ତିଙ୍କ ଅନୁକମ୍ପା, ସମ୍ମାନଜନକ ପଦବୀ, ସଙ୍ଗକୁ ସମ୍ବର୍ଦ୍ଧିତ ହୋଇପାରନ୍ତି। ପ୍ରଶାସନିକ ସ୍ତରରେ ବିଭିନ୍ନ ଯୋଜନା, ସମ୍ପର୍କୀୟ ଆଲୋଚନା, ଦୂରଯାତ୍ରାର ସୁଯୋଗ ଲାଭକରି ଖୁସୀ ହେବେ। ଘରୋଇ କ୍ଷେତ୍ରରେ ଜମିଜମା କାରବାର, ଗାଡିମୋଟର ମରାମତି ସକାଶେ ଫଳପ୍ରଦ ଆଲୋଚନା କରିପାରନ୍ତି।

🌹କନ୍ୟା🌹👉:-ଆଜି ଦିନଟିରେ ନୂତନ କାର୍ଯ୍ୟାରମ୍ଭ, ସଭାସମିତି ଓ ବନ୍ଧୁଙ୍କ ସହ ଆଲୋଚନା ସକାରାମତ୍କ ରହିବ। ଅନୁଷ୍ଠାନିକ କାମ, ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶାନୁରୂପ ଫଳ ପାଇବେ ନାହିଁ। ସହଯୋଗ କରିବାକୁ କଥା ଦେଇଥିବା ବନ୍ଧୁ ପରକ୍ଷଣରେ ଓଲଟା କଥା କହି ଯୁକ୍ତିତର୍କର ଆଶୟ ନେଇପାରନ୍ତି।

🌹ତୁଳା🌹👉:-ଦୀର୍ଘଦିନରୁ ପାଉନଥିବା ଅର୍ଥ କିମ୍ବା ଭବିଷ୍ୟନିଧିରୁ ଟଙ୍କା ପାଇ ଆବଶ୍ୟକତାକୁ ପୂରଣ କରିବେ। ଯେକୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ। ଜନମଙ୍ଗଳକାର୍ଯ୍ୟ କିମ୍ବା ସଭାସମିତିରେ ଯୋଗ ଦେଲେ ପ୍ରଶଂସିତ ହେବେ। କିନ୍ତୁ ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମି ଯାଇପାରେ।

🌹ବିଛା🌹👉:-ବନ୍ଧୁ ଗହଣରେ ବହୁ ପ୍ରତିକ୍ଷୀତ କାର୍ଯ୍ୟାରମ୍ଭ କରି ଏକ ପ୍ରକାର ଆତ୍ମତୃପ୍ତି ଅନୁଭବ କରିପାରନ୍ତି। ମାଙ୍ଗଳିକ କାର୍ଯ୍ୟ, ଜମିଜମା କ୍ରୟ କିମ୍ବା ଗୃହରମ୍ଭ, ପ୍ରତିଷ୍ଠାଦି ଓ ପ୍ରୀତି ପ୍ରଦାୟକ ରହିବ। ଉଚ୍ଚବର୍ଗଙ୍କ ସହାୟତା, ପାଖ ପଡ଼ୋଶୀଙ୍କ ଆଦର, ଅଭ୍ୟର୍ଥନା ସଙ୍ଗକୁ ବିଭିନ୍ନ କ୍ଷେତ୍ରରେ ସଫଳତାର ଝଲକ ଦେଖିପାରିବେ।

🌹ଧନୁ🌹👉:-ମନ ଭିତରର ଅକୁହାକଥା ମାନସିକ ଦ୍ୱନ୍ଦ୍ୱ ସୃଷ୍ଟି କରିବ।ଆପଣଙ୍କ ରୁଚିପୂର୍ଣ୍ଣ ବ୍ୟବହାରରୁ ପ୍ରଶଂସିତ ହେବେ। ଆକସ୍ମିକ ଆବଶ୍ୟକତା ପୂରଣ କରିବା ସକାଶେ ଯେକୌଣସି ପ୍ରକାରେ ଅର୍ଥ ସଂଗ୍ରହ କରିପାରନ୍ତି। ସାଂଗଠନିକ କ୍ଷେତ୍ରରେ ଗଠନ ମୂଳକ ପ୍ରେରଣା ଦେଇ ପଦସ୍ଥବ୍ୟକ୍ତିଙ୍କ ଶ୍ରଦ୍ଧାଭାଜନ ହୋଇପାରନ୍ତି।

🌹ମକର🌹👉:-ଅସ୍ବାଭାବିକ ଚିନ୍ତାଧାରାର ସୃଷ୍ଟି ହେବାସହ ବିକ୍ଷିପ୍ତ ମାନସିକ ସ୍ଥିତି ଉପତ୍ନ କରିବ। କିନ୍ତୁ କର୍ମାଧିପ ରାଶିରେ କର୍ମସାଧନ ପାଇଁ ଆପ୍ରାଣ ଉଦ୍ୟମ ଚଳାଇ କୃତକାର୍ଯ୍ୟ ହୋଇପାରନ୍ତି। ଆଜିର ପ୍ରତ୍ୟୁଷ ଯାତ୍ରା ପ୍ରଶାସନ, ବନ୍ଧୁ ସମ୍ପର୍କ, ମନୋରଞ୍ଜନ କାର୍ଯ୍ୟକ୍ରମ ଓ ବାଣିଜ୍ୟ, ବ୍ୟବସାୟାଦି ସନ୍ତୋଷଦାୟକ ରହିବ।

🌹କୁମ୍ଭ🌹👉:-ସରକାରୀ ସାହାଯ୍ୟ, ବିଶିଷ୍ଟବ୍ୟକ୍ତିଙ୍କ ପ୍ରତିଶ୍ରୁତି ଆମତ୍ସମ୍ମାନ ବୃଦ୍ଧି କରିବ। ସ୍ଥଗିତକାର୍ଯ୍ୟ, ବିବାଦୀୟ ସ୍ଥିତି, ସହକର୍ମୀଙ୍କ ଅସହଯୋଗ କ୍ରମଶଃ ବଦଳିଯାଇପାରେ। ସମ୍ପର୍କୀୟମାନଙ୍କ ସାହାଯ୍ୟ ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରାଇବାର ସମ୍ଭାବନା ରହିଛି। ବିବାଦୀୟ ପରିସ୍ଥିତିରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବାକୁ ଚେଷ୍ଟା କରିବେ।

🌹ମୀନ🌹👉:-ଲାଗିରହିଥିବା ଟେନସନ୍‌ କମିଯିବ, ସହଯୋଗ ଭିତିରେ କାମ କରି ଉଚ୍ଚ ପ୍ରଶଂସିତ ହେବେ। ଶିଳ୍ପ, ବ୍ୟବସାୟ, ପରିବହନ ଓ ବାଣିଜ୍ୟରେ ପ୍ରତିବନ୍ଧକ ଦୂରେଇଯିବ। ଭୁଲ୍‌ ବୁଝାମଣା ହେତୁ ଦାମ୍ପତ୍ୟ ଜୀବନରେ ଝଡ ସୃଷ୍ଟି ହୋଇପାରେ। ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଖୋଜିପାରନ୍ତି।

Share this
  •  
  •  
  •  
  •  
  •  
  •  
  •  

Related Posts

ଆଜିର ରାଶିଫଳ

Udaya_Labanya | January 29, 2022 | 53 views |0

ଅଦ୍ୟ ଜାନୁଆରୀ ମାସ ୨୯ ତାରିଖ ୨୦୨୨ ମସିହା(ଶନିବାର)ଶକାବ୍ଦ -୧୯୪୩ସମ୍ବତ -୨୦୭୮ସାଲ-୧୪୨୯ସମ୍ବତ୍ସର-ରାକ୍ଷସମାଘ- କୃଷ୍ଣପକ୍ଷତିଥି- ଦ୍ୱାଦଶି ରାତ୍ରି ଘ ୦୮/୨୬ ପର୍ଯ୍ୟନ୍ତ ତଦନ୍ତେ ତ୍ରୟୋଦଶୀନକ୍ଷତ୍ର- ମୂଳା ରାତ୍ରି ଘ ୦୩/୧୧ ପର୍ଯ୍ୟନ୍ତ ତଦନ୍ତେ ପୂର୍ବାଷାଢ଼।ଚନ୍ଦ୍ର- ଧନୁଯୋଗ-ବ୍ୟାଘାତକରଣ - କୌଳବସୌରମାସ- ମକର ୧୬ ଦିନ✧═════•❁❀❁•═════✧ସୁର୍ୟୋଦୟ-ପ୍ରାତଃ…

ଆଜିର ରାଶିଫଳ

Udaya_Labanya | January 17, 2022 | 63 views | 0

ଅଦ୍ୟ ଜାନୁଆରୀ ମାସ ୧୭ ତାରିଖ ୨୦୨୨ ମସିହା(ସୋମବାର)ଶକାବ୍ଦ -୧୯୪୩ସମ୍ବତ -୨୦୭୮ସାଲ-୧୪୨୯ସମ୍ବତ୍ସର-ରାକ୍ଷସପୌଷ- ଶୁକ୍ଳପକ୍ଷତିଥି- ପୂର୍ଣ୍ଣିମା ରାତ୍ରି ଘ ୦୫/୧୫ ପର୍ଯ୍ୟନ୍ତ ତଦନ୍ତେ ପ୍ରତିପଦନକ୍ଷତ୍ର- ପୁନର୍ବସୁ ରାତ୍ରି ଘ ୦୫/୧୪ ପର୍ଯ୍ୟନ୍ତ ତଦନ୍ତେ ପୁଷ୍ୟାଚନ୍ଦ୍ର- ମିଥୁନ ରାତ୍ରି ଘ ୧୦/୩୭ ପର୍ଯ୍ୟନ୍ତ ତଦନ୍ତେ…

Leave a Reply

Your email address will not be published. Required fields are marked *

Archives

Categories