ନାଲକୋ ଅନୁଦାନରେ ନବରଙ୍ଗପୁରଠାରେ ଖୋଲିଲା ୨୦୦ ଶଯ୍ୟା ବିଶିଷ୍ଟ କୋଭିଡ୍-୧୯ ହସ୍ପିଟାଲ

admin | April 20, 2020 | 142 views |0 | Exclusive

ଭୁବନେଶ୍ୱର : ନବରତ୍ନ କମ୍ପାନୀ ନାଲକୋର ଅନୁଦାନରେ ନବରଙ୍ଗପୁରଠାରେ ଖୋଲା ଯାଇଥିବା ୨୦୦ ଶଯ୍ୟା ବିଶିଷ୍ଟ କୋଭିଡ-୧୯ ହସ୍ପିଟାଲ ସୋମବାରଦିନ  ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନ କରିଛନ୍ତି । ଏହି ସମାରୋହରେ ଦିଲ୍ଲୀରୁ ମାନ୍ୟବର କେନ୍ଦ୍ର ପେଟ୍ରୋଲିୟମ୍, ପ୍ରାକୃତିକ ଗ୍ୟାସ୍ ଓ ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ମାନ୍ୟବର କେନ୍ଦ୍ର ସଂସଦୀୟ ବ୍ୟାପାର, କୋଇଲା ଓ ଖଣି ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ଭିଡିଓ କନଫରେନ୍ସିଂ ଜରିଆରେ ଯୋଗ ଦେଇଥିଲେ।ନାଲକୋ ଏହି ହସ୍ପିଟାଲର ସମସ୍ତ ଭିତ୍ତିଭୂମି ବିକାଶ ଓ ପରିଚାଳନା ଖର୍ଚ୍ଚ ବହନ କରିବ । ୨୦୦ ଶଯ୍ୟା ବିଶିଷ୍ଟ ଏହି ହସ୍ପିଟାଲରେ ୧୦ ଟି ଆଇ.ସି.ୟୁ. (ଅକ୍ସିମେଟ୍ରି ସହ) ର ବ୍ୟବସ୍ଥା କରାଯିବା ସହିତ ୨୪ ଘଣ୍ଟା ଡାଇଗ୍ନୋଷ୍ଟିକ୍ ସୁବିଧା ଏବଂ ଅନ୍ୟାନ୍ୟ ସୁବିଧା ସୁଯୋଗ ରୋଗୀ ମାନଙ୍କୁ ଯୋଗାଇ ଦିଆ ଯିବାର ବ୍ୟବସ୍ଥା ରହିଛି । ଦକ୍ଷିଣ ଓଡ଼ିଶାରେ ଅବସ୍ଥିତ ଏହି ହସ୍ପିଟାଲ୍ ଆଦିବାସୀ ବହୁଳ ଅବିଭକ୍ତ କୋରାପୁଟ ଜିଲ୍ଲାର ଜନସାଧାରଣଙ୍କୁ କୋଭିଡ୍ ୧୯ ଜନିତ ଚିକିତ୍ସା ସେବା ଯୋଗାଇ ପାରିବ ।ଏହି ହସ୍ପିଟାଲର ଭିତ୍ତିଭୂମିର ବିକାଶ ଏବଂ ପରିଚାଳନା ପାଇଁ ନାଲକୋ, ଜିଲ୍ଲା ପ୍ରଶାସନ ଏବଂ ନବରଙ୍ଗପୁରସ୍ଥିତ ଖ୍ରୀଷ୍ଟିୟାନ୍ ହସ୍ପିଟାଲ୍ ମଧ୍ୟରେ ଏକ ତ୍ରିପାକ୍ଷିକ ଚୁକ୍ତିନାମା ସ୍ୱାକ୍ଷରିତ ହୋଇଥିଲା ।

Share this

Related Posts

ଆରତୀ ପାଇବ ଲାଭ ଲୋକେ ଭୋଗିବେ କଷ୍ଟ,…

Udaya_Labanya | July 28, 2023 | 28 views |0

ଆଠଗଡ ( ଉଲ୍ଲାପ୍ର )ଆଠଗଡ ରେ କମ୍ପାନୀ ହେଲେ ଲୋକେ ସୁବିଧା ପାଇବେ, ଏହି ଉଦେଶ୍ୟ ନେଇ ସରକାର ଜମି ଯୋଗାଇଦେଲେ ଆଉ ଆରତୀ ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ହେଲା ଆଠଗଡ ର ଘଣ୍ଟିଖାଲ ଠାରେ, କମ୍ପାନୀ ମହାନଦୀରୁ ପାଣି ନେଲା,…

ଆଠଗଡ ରେ ଖୋଲିଲା ମ୍ୟାନ ଷ୍ଟୋର ର…

Udaya_Labanya | July 16, 2023 | 293 views | 0

ଆଠଗଡ ( ଉଲ୍ଲାପ୍ର )ଆଠଗଡ ରେ ମ୍ୟାନ ଷ୍ଟୋର ର ଏକ ନୂତନ ସୋ ରୂମ ଉଦଘାଟିତ ହୋଇଯାଇଛି, ଏହି ସୋରୁମ ଟିକୁ ଉଦଘାଟନ କରିଥିଲେ ବିଶିଷ୍ଟ କପଡା ବ୍ୟବସାୟୀ ତଥା ଏସ ସ୍କୋୟାର ପ୍ରାଇଭେଟ ଲିମିଟେଡ଼ ର ପରିଚାଳନା ନିର୍ଦେଶକ…

Leave a Reply

Your email address will not be published. Required fields are marked *

Archives

Categories