କୋଭିଡ୍-୧୯ ନିୟମ ଉଲଙ୍ଘନ: ୫୬ ମାମଲା, ୧୨୮ ଗିରଫ
ଭୁବନେଶ୍ବର: ରାଜ୍ୟରେ କୋଭିଡ୍-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲଙ୍ଘନ କରିଥିବା ଅଭିଯୋଗରେ ଅପ୍ରେଲ ୨୪ରୁ ଅପ୍ରେଲ ୨୫ ତାରିଖ ସକାଳ ପର୍ଯ୍ୟନ୍ତ ୨୪ ଘଣ୍ଟା ମଧ୍ୟରେ ୬୭ଟି ମାମଲା ଦାୟର କରାଯାଇଛି। ସେଥିରୁ ୫୬ଟି ମାମଲା ଲକ୍ ଡାଉନ୍ ସଂପର୍କିତ ହୋଇଥିବାବେଳେ, ୧ଟି ହୋମ୍ କ୍ୱାରାଣ୍ଟାଇନ୍ ଉଙ୍ଘଘନ ପାଇଁ ଏବଂ ୧୦ଟି ଅନ୍ୟାନ୍ୟ କାରଣ ପାଇଁ ଅଟେ। ବିଭିନ୍ନ ଅଭିଯୋଗରେ ୧୨୮ ଜଣଙ୍କୁ ଗିରଫ କରାଯାଇଛି ବୋଲି ରାଜ୍ୟ ସରକାରଙ୍କ ମୁଖପାତ୍ର ସୁବ୍ରତ୍ ବାଗ୍ଚୀ ସୂଚନା ଦେଇଛନ୍ତି।
Odia 








































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































