🌹🌷💐ଆଜିର ରାଶିଫଳ🌹🌷💐

admin | April 30, 2020 | 62 views |0 | Vastu & Astrology

*🌷🌹💐🌷

ଅଦ୍ୟ ଅପ୍ରେଲ ୩୦ ତାରିଖ ୨୦୨୦ମସିହା(ଗୁରୁବାର)
ଶକାବ୍ଦ -୧୯୪୨
ସମ୍ବତ -୨୦୭୭
ସାଲ-୧୪୨୭
ସମ୍ବତ୍ସର -ପ୍ରମାଥୀ
ବୈଶାଖ -ଶୁକ୍ଳପକ୍ଷ
ତିଥି -ସପ୍ତମୀ ଦିବା ଘ୦୨/୧୫ ପର୍ଯ୍ୟନ୍ତ ତଦନ୍ତେ ଅଷ୍ଟମୀ ନକ୍ଷତ୍ର-ପୁଷ୍ୟା ରାତ୍ର ଘ୦୨/୧୨ପର୍ଯ୍ୟନ୍ତ ତଦନ୍ତେ ଅଶ୍ଳେଷା ଚନ୍ଦ୍ର- କର୍କଟ
ଯୋଗ-ଶୂଳ
କରଣ-ବାଣିଜ୍ୟ
ସୂର୍ଯ୍ୟ -ମେଷ ୧୮ ଦିନ


ସୁର୍ୟୋଦୟ -ପ୍ରାତଃ ଘ୦୫/୨୧/୪୩

ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୦୫/୨୪

ଯୋଗିନୀ ବାୟବ୍ୟେ ଦିବା ଘ୦୨/୧୫ଗତେ ଐଶାନ୍ୟେ ତୁଳା ଓକୁମ୍ଭ ରାଶିର ଘାତବାର

ଅଦ୍ୟ ସପ୍ତମୀର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ଓ ଅଷ୍ଟମୀର ପାର୍ବଣ ଶ୍ରାଦ୍ଧ

କାଳବେଳା ଓ ବାରବେଳା- ଦିବା ଘ୦୨/୫୪ ଗତେ ଘ୦୬/୦୮ମଧ୍ୟେ


ଅମୃତବେଳା-ଦିବା ଘ୧୦/୧୦ ଗତେ ଘ୧୧/୪୧ମଧ୍ୟେ ଓ ଘ୦୧/୧୭ଗତେ ଘ୦୨/୫୦ମଧ୍ୟେ
ମାହେନ୍ଦ୍ରବେଳା- ଦିବା ଘ୦୭/୦୦ମଧ୍ୟେ ଓ ଘ୧୧/୪୨ଗତେ ଘ୦୧/୧୬ ମଧ୍ୟେ


ଅଦ୍ୟ ତାଳ ଦିବା ଘ୦୨/୧୫ଗତେ ନଡିଆ ଭକ୍ଷଣ ନିଷେଧ



———————-
🌹👉ମେଷ🌹
ଆଜି ଯାତ୍ରା, ବ୍ୟବସାୟ, ନୂତନ ବନ୍ଧୁ ସମ୍ପର୍କ ସ୍ଥାପନ ଦିଗରେ ସହାୟକ ହେବ। ପାରିବାରିକ ସମସ୍ୟା ସମାଧାନ ହେବା ସକାଶେ ବନ୍ଧୁଙ୍କ ଅବଦାନକୁ ଅସ୍ବୀକାର କରିହେବନି। ସଭାସମିତି ଓ ନୂତନ କାର୍ଯ୍ୟାରମ୍ଭ ସକାଶେ ଦିନଟି ପ୍ରଶସ୍ତ। କର୍ମକ୍ଷେତ୍ରରେ ସାଧାରଣ ଘଟଣାରେ ମନସ୍ତାପ କରିବାକୁ ପଡିପାରେ।

🌹👉ବୃଷ🌹
ଆଜି କୌଣସି କର୍ମାରମ୍ଭ ପାଇଁ ମନ୍ଦ ନ ହେଲେ ମଧ୍ୟ ଝିନଝଟ୍‌ ଜନିତ ବ୍ୟସ୍ତତାରୁ ମୁକ୍ତି ମିଳିବ ନାହିଁ। ଏପରି କି ପ୍ରତ୍ୟେକ କ୍ଷେତ୍ରରେ ମାପିଚୁପି ଚଳିବା ଭଲ, ନତୁବା ଆକସ୍ମିକ ଭାବରେ କଳହ ଲାଗିପାରେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ।

🌹👉ମିଥୁନ🌹
ଆଜି ଯାହା ପାଇବା ସକାଶେ ଆଶା ରଖିଛନ୍ତି ଅବଶ୍ୟ ପାଇବେ। ମୃଗଶିରା ନକ୍ଷତ୍ର ସନ୍ତାନ ହେତୁକ କୌଣସି ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି। କୌଣସି ଗୋଳମାଳିଆ ପରିସ୍ଥିତିରେ ମଧ୍ୟସ୍ଥତା କରିଥିବାରୁ ଅନ୍ୟକୁ କୈଫିୟତ ଦେବାକୁ ପଡିପାରେ।

🌹👉କର୍କଟ🌹
ଆଜି ବିଳମ୍ବିତ ସମୟରେ ସମସ୍ତ କାର୍ଯ୍ୟ ସାଧିତ ହେବ। ସମସ୍ୟା ରହିଥିଲେ ମଧ୍ୟ ଆବଶ୍ୟକୀୟ ସୁଯୋଗ ମିଳିବ। ଅଫିସରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ବ୍ୟବସାୟ କିମ୍ବା ପରିବହନରେ ଲାଭ ହେବା ବଦଳରେ କ୍ଷତିରେ ହିଁ ପଡିପାରନ୍ତି।

🌹👉ସିଂହ🌹
ଆଜି ପ୍ରତ୍ୟେକ ପରିସ୍ଥିତିକୁ ଲାଘବ କରିବା ଦିଗରେ ଆପଣଙ୍କ ନରମ କଥା ଓ କିଛିଟା ଅର୍ଥବ୍ୟୟ ସାହାଯ୍ୟ କରିବ। ବନ୍ଧୁଙ୍କ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ୍‌ କାମ କରିପାରନ୍ତି। ସତ୍‌ସଙ୍ଗ ଓ ଧର୍ମଚର୍ଚ୍ଚା, କଳା, ସାହିତ୍ୟ ଓ ସଭା ସମିତିରେ ସମସ୍ୟା ସମାଧାନର ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ।

🌹👉କନ୍ୟା🌹
ଆଜି ଉପୁଜିଥିବା ପ୍ରତିବନ୍ଧକ କୁ ବନ୍ଧୁଙ୍କ ମାଧ୍ୟମରେ ମେଣ୍ଟାଇବେ।କୌଣସି ବ୍ୟକ୍ତିଙ୍କୁ ଦୀର୍ଘ ସମୟ ଅପେକ୍ଷା କରି ବ୍ୟସ୍ତତା ଅନୁଭବ କରିପାରନ୍ତି। ପୁରାତନ ରୋଗ, ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ମନ ଭଲ ରହି ନ ପାରେ। ପରିବାରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢିପାରେ।

🌹👉ତୁଳା🌹
ଆପଣସାମାଜିକ ପ୍ରତିଷ୍ଠା ସହ ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ । ପରିବାରରେ ସୁଖ ଶାନ୍ତି ଫେରାଇ ଆଣିବା ଦିଗରେ ଚେଷ୍ଟା କରି ସଫଳ ହେବେ। ଶିଳ୍ପ, ବ୍ୟବସାୟ ଓ ପରିବହନରେ ସଫଳତା ଅବଶ୍ୟ ମିଳିବ। ଆଗଭଳି ପ୍ରିୟ ବନ୍ଧୁଟିର ମନୋଭାବ ନ ଥିବା ତାହାଙ୍କର କାର୍ଯ୍ୟଶୈଳୀରୁ ଅନୁଭବ କରିପାରନ୍ତି।

🌹👉ବିଛା🌹
ଅଧିକାଂଶ କ୍ଷେତ୍ରରେ ବିଚାର ବିଗିଡିଯାଉଥିବାରୁ କ୍ଷୋଭ ପ୍ରକାଶ କରିପାରନ୍ତି। ଆର୍ଥିକ ଦିଗକୁ ପରିପୁଷ୍ଟ କରିବେ ଗତକାଲି ଠାରୁ ଯେଉଁ ବିଷୟ ସକାଶେ ଚିନ୍ତିତ ରହିଛନ୍ତି ସେଥିରେ କିଛି ଅସୁବିଧା ହେବନି। ସାମ୍ବାଦିକତା, ପ୍ରଶାସନ, ରାଜନୀତି, ସାହିତ୍ୟ ଓ ସଂଗୀତରେ ସୁନାମ ଅର୍ଜନ କରିବେ।

🌹👉ଧନୁ🌹
ଆଜି ଦିନଟି ଆପଣଙ୍କ ପାଇଁ କ୍ଷତିକାରକ ହେବନାହିଁ। କିନ୍ତୁ କାଳକ୍ଷେପଣ ନୀତି ସଙ୍ଗକୁ ଆଳସ୍ୟ ଓ ଅବହେଳାଜନିତ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ। ଅସମର୍ଥିତ ସୂତ୍ରରୁ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି।

🌹👉ମକର🌹
ମାନସିକ ଅସ୍ଥିରତା ସଙ୍ଗକୁ କଡ଼ା ମିଜାଜର କଥା ପରିସ୍ଥିତିକୁ ସଙ୍ଗିନ କରିଦେଇପାରେ। ଆଜି ଆପଣ ଯେତେ ପ୍ରକାରର ଚେଷ୍ଟା କଲେ ମଧ୍ୟ କାମଗୁଡିକ ଯଥା ସମୟରେ ସମ୍ପନ୍ନ କରିପାରିବେ ନାହିଁ। ନିକଟ ଅତୀତର ବିବାଦୀୟ ଘଟଣାର ଦିଗ ବଦଳି ଯାଇପାରେ। କଥା ଦେଇଥିବା ବନ୍ଧୁ ଠିକ୍‌ ସମୟରେ ଫେରିପାରିବେ ନାହିଁ।

🌹👉କୁମ୍ଭ🌹
ସମ୍ପର୍କୀୟଙ୍କ ସହ ବିବାଦ ଘନେଇପାରେ। କର୍ମକ୍ଷେତ୍ରରେ ଆତ୍ମୀୟତାର ସହ କାମ କରିବେ ସତ କିନ୍ତୁ ପ୍ରତିବଦଳରେ ଓଲଟା ଫଳ ପାଇବେ। ଫେରନ୍ତା ବାଟରେ ହଠାତ୍‌ ମୂଲ୍ୟବାନ ଦ୍ରବ୍ୟ ଲାଭ ହୋଇପାରେ। ପାଖ ପଡୋଶୀ କିମ୍ବା ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ।

🌹👉ମୀନ🌹
ବନ୍ଧୁମାନଙ୍କ ଅକୁଣ୍ଠ ସାହାଯ୍ୟ ଓ ସମର୍ଥନ ପାଇ କାମ ହାସଲ କରିବେ । ପରିବାର ମଧ୍ୟରେ ବିଭିନ୍ନ ପ୍ରକାରର ସମସ୍ୟାକୁ ସାମ୍‌ନା କରି ନ ପାରି ବିବ୍ରତ ବୋଧ କରି ପାରନ୍ତି। ପଡୋଶୀ ଏବଂ ସହକର୍ମୀଙ୍କ ସହାନୁଭୂତି ଯୋଗୁ କାମଗୁଡିକ ସମ୍ପନ୍ନ କରିବାରେ ବିଶେଷ ଅସୁବିଧା ହେବ ନାହିଁ।

Share this

Related Posts

ଆଜିର ରାଶିଫଳ

Udaya_Labanya | March 4, 2023 | 11 views |0

ଅଦ୍ୟ ମାର୍ଚ୍ଚ ମାସ ୦୫ ତାରିଖ ୨୦୨୩ ମସିହା(ରବିବାର)ଶକାବ୍ଦ -୧୯୪୪ସମ୍ବତ -୨୦୭୯ଦିଲ୍ଲୀସ୍ୱରାଦ୍ଧ-୧୪୩୦ସମ୍ବତ୍ସର-ଅନଳଫାଲଗୁନମାସ-ଶୁକ୍ଳପକ୍ଷତିଥି- ତ୍ରୟୋଦଶୀ ଦିବା ଘ୦୨/୧୯ ଗତେ ଚତୁର୍ଦ୍ଦଶୀନକ୍ଷତ୍ର-ଅଶ୍ଳେଷା ରାତ୍ରି ଘ୧୦/୨୪ଗତେ ମଘାଚନ୍ଦ୍ର-କର୍କଟ ରାତ୍ରି ଘ୧୦/୨୪ ଗତେ ସିଂହଯୋଗ- ଅତିଗଣ୍ଡକରଣ - ତୈତିଳସୌରମାସ- କୁମ୍ଭ ୨୧ ଦିନ✧═════•❁❀❁•═════✧ସୁର୍ୟୋଦୟ-ପ୍ରାତଃ ଘ୦୬/୦୮/୦୮ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୫୦/୦୯*✧═════•❁❀*ଯୋଗିନୀ…

ଆଜିର ରାଶିଫଳ

Udaya_Labanya | March 3, 2023 | 9 views | 0

ଅଦ୍ୟ ମାର୍ଚ୍ଚ ମାସ ୦୪ ତାରିଖ ୨୦୨୩ ମସିହା(ଶନିବାର)ଶକାବ୍ଦ -୧୯୪୪ସମ୍ବତ -୨୦୭୯ଦିଲ୍ଲୀସ୍ୱରାଦ୍ଧ-୧୪୩୦ସମ୍ବତ୍ସର-ଅନଳଫାଲଗୁନମାସ-ଶୁକ୍ଳପକ୍ଷତିଥି- ଦ୍ଵାଦଶୀ ଦିବା ଘ୧୨/୪୫ ଗତେ ତ୍ରୟୋଦଶୀନକ୍ଷତ୍ର-ପୁଷ୍ୟା ରାତ୍ରି ଘ୦୭/୨୪ଗତେ ଅଶ୍ଳେଷାଚନ୍ଦ୍ର-କର୍କଟଯୋଗ- ଶୋଭନକରଣ - ବାଳବସୌରମାସ- କୁମ୍ଭ ୨୦ ଦିନ✧═════•❁❀❁•═════✧ସୁର୍ୟୋଦୟ-ପ୍ରାତଃ ଘ୦୬/୦୮/୪୮ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୪୯/୫୯*✧═════•❁❀*ଯୋଗିନୀ ନୈରୁତେ ଦିବା ଘ୧୧/୪୫ ଗତେ…

Leave a Reply

Your email address will not be published. Required fields are marked *

Archives

Categories