#Exclusive

୧୩ ଜିଲ୍ଲା ଲାଗି ୱେଲୋ ୱାର୍ଣ୍ଣିଂ : ପ୍ରବଳ ବର୍ଷା ସହ ବଜ୍ରପାତ ହେବା ନେଇ ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ବର: ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୩ ଜିଲ୍ଲାକୁ ବର୍ଷା ଓ ବଜ୍ରପାତ ବିପଦ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ରାଜ୍ୟର ୧୩ଟି ଜିଲ୍ଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ କୁଆ ବର୍ଷା ହେବାର ପୂର୍ବାନୁମାନ କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ।ପାଣିପାଗ ବିଭାଗ ଟ୍ୱିଟ୍ କରି ସତର୍କ ସୂଚନାରେ କହିଛି କି, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ଶନିବାର ସୁଦ୍ଧା ରାଜ୍ୟର ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ ଭଳି ଜିଲ୍ଲା ସ୍ଥାନରେ ଘଡ଼ଘଡ଼ି ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।ଅନ୍ୟପଟେ ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, କନ୍ଧମାଳ, କେନ୍ଦୁଝର ଏବଂ ଢ଼େଙ୍କାନାଳ ଭଳି ଜିଲ୍ଲା ଗୁଡ଼ିକ ସହ ଉତ୍ତର ଓ ଉପକୂଳ ଓଡ଼ିଶାର କିଛି କିଛି ସ୍ଥାନରେ ବଜ୍ରପାତ ହେବା ଥିବା ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ତେଣୁ ପରିସ୍ଥିତିକୁ ଦୃଷ୍ଟିରେ ରଖି ଉପରୋକ୍ତ ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

Leave a comment

Your email address will not be published. Required fields are marked *