ଆଜିର ରାଶିଫଳ

admin | July 9, 2020 | 322 views |0 | Uncategorized

*🌷💐🌹🌹💐🌷

ଅଦ୍ୟ ଜୁଲାଇ ୦୯ ତାରିଖ ୨୦୨୦ମସିହା(ଗୁରୁବାର)
ଶକାବ୍ଦ -୧୯୪୨
ସମ୍ବତ -୨୦୭୭
ସାଲ-୧୪୨୭
ସମ୍ବତ୍ସର -ଆନନ୍ଦୋ
ଶ୍ରାବଣ-କୃଷ୍ଣପକ୍ଷ
ତିଥି -ଚତୁର୍ଥୀ ଦିବା ଘ୦୯/୩୪ ପର୍ଯ୍ୟନ୍ତ ତଦନ୍ତେ ପଞ୍ଚମୀ ନକ୍ଷତ୍ର- ଶତଭିଷା ରାତ୍ର ଘ୦୩/୨୨ପର୍ଯ୍ୟନ୍ତ ତଦନ୍ତେ ପୂର୍ବଭାଦ୍ର ଚନ୍ଦ୍ର- କୁମ୍ଭ
ଯୋଗ- ଆୟୁଷ୍ମାନ
କରଣ- ବାଳବ
ସୂର୍ଯ୍ୟ -ମିଥୁନ ୨୫ ଦିନ


ସୁର୍ୟୋଦୟ -ପ୍ରାତଃ ଘ୦୫/୧୮/୧୯

ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୨୬/୧୫

ଯୋଗିନି ନୈଋତକୋଣେ ଦିବା ଘ୦୯/୩୪ ଗତେ ଦକ୍ଷିଣେ ମିଥୁନ ଓ ମୀନ ରାଶିର ଘାତଚନ୍ଦ୍ର ତୁଳା ଓ କୁମ୍ଭ ରାଶିର ଘାତବାର ଅଦ୍ୟ ପଞ୍ଚମୀର ଏକୋଦିଷ୍ଟ ଓ ପ୍ରାବଣ ଶ୍ରାଦ୍ଧ

କାଳବେଳା ଓ ବାରବେଳା- ଦିବା ଘ୦୩/୧୦ଗତେ ଘ୦୬/୩୦ମଧ୍ୟେ


ଅମୃତବେଳା-ଦିବା ଘ୧୦/୧୫ ଗତେ ଘ୧୧/୪୮ମଧ୍ୟେ ଓ ଘ୦୧/୩୦ଗତେ ଘ୦୩/୧୦ମଧ୍ୟେ
ମାହେନ୍ଦ୍ରବେଳା- ଦିବା ଘ୦୬/୫୩ମଧ୍ୟେ ଓ ଘ୧୧/୫୦ଗତେ ଘ୦୧/୨୫ମଧ୍ୟେ
🌹🌷💐ଆଜିର ରାଶିଫଳ🌹🌷💐
———————-
🌹ମେଷ🌷👉: ଆଶାବାଦୀ ହୋଇପାରନ୍ତି। ଆପଣଙ୍କ ଉପରେ ଜନସାଧାରଣଙ୍କର ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ। କଳ୍ପନା ବିଳାସୀ ହୋଇପାରନ୍ତି। ବିଭିନ୍ନ ଦିଗରୁ ଧନାଗମ ହେବ। ପାରିବାରିକ ସୁଖ ମିଳିବ। ଆୟ ବୃଦ୍ଧି ହେବ।

🌹ବୃଷ🌷👉: କାର୍ଯ୍ୟ ହାସଲ କରିବେ; ମାତ୍ର ବିଳମ୍ବରେ। ଉଚ୍ଚ ଆଶା ଫଳବତୀ ହେବ। ଉତ୍ତମ ପରାମର୍ଶ ମିଳିବ। ଧର୍ମ-ଧାରଣାରେ ବ୍ରତୀ ହେବେ। ମନସ୍କାମନା ପୂରଣ ହେବ। ସତ୍‌ସଙ୍ଗୀ ହେବେ। ଅର୍ଥ ମିଳିବ। ସଙ୍ଗଠକ ହେବେ।

🌹ମିଥୁନ🌷👉: ରୋଜଗାର ବୃଦ୍ଧି ହୋଇପାରେ। ଧୈର୍ଯ୍ୟ ଧରି ପାରିଲେ ସୁଫଳ ମିଳିବ। ଅଧିକ ଦାୟିତ୍ବ ବହନ କରିପାରନ୍ତି। କାର୍ଯ୍ୟରେ ବାଧା ଉପୁଜି ପାରେ। ବ୍ୟୟ ବୃଦ୍ଧିର ସୂଚନା ମିଳୁଛି। କର୍ମକ୍ଷେତ୍ରରେ ପ୍ରତି ବନ୍ଧକ ଦେଖା ଦେଇପାରେ।

🌹କର୍କଟ🌷👉: ଜମି-ଜମା ବାବଦ ବିବାଦ ବୃଦ୍ଧି ହୋଇପାରେ; ମାତ୍ର ଅବଶେଷରେ ବିଜୟୀ ହେବେ। ସୁଖ-ସମ୍ମାନ ଲାଭ କରିପାରନ୍ତି। କୌଶଳରେ କାର୍ଯ୍ୟ ହାସଲ କରିବେ। ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ। ପ୍ରୀତି ଲାଭ ହେବ।

🌹ସିଂହ🌷👉କାର୍ଯ୍ୟକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ। ଧର୍ମ-କର୍ମ ସଂପାଦନ କରି ପାରନ୍ତି। କର୍ମ କୁଶଳତା ପ୍ରକାଶ ପାଇବ। କର୍ମକ୍ଷେତ୍ରରେ ବିଜୟୀ ହେବେ। ସାମାଜିକ କ୍ଷେତ୍ରରେ କିଛିଟା ଉନ୍ନତି ସାଧନ ହୋଇପାରେ। ଦେବଦର୍ଶନ ଯୋଗରହିଛି ।

🌹କନ୍ୟା🌷👉: ଯୋଗାଯୋଗରେ ପ୍ରଗତି ଘଟିବ। କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ। ଯାତ୍ରାସମୟରେ ସତର୍କରେ ଚଳିବାକୁ ପଡ଼ିବ। ବିଭାଗୀୟ ଅର୍ଥ ପ୍ରାପ୍ତିର ସୂଚନା ମିଳୁୁଛି। ବହୁବିଧ ଧନ ଓ ଉତ୍ତମ ଗୁଣର ଆଧାର ହେବେ।

🌹ତୁଳା🌷👉: କାର୍ଯ୍ୟରେ ଅବହେଳା କଲେ ଧନକ୍ଷୟ ହେବାର ସମ୍ଭାବନା ଅଛି। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ। ମିଥ୍ୟା ଅଭିଯୋଗ ପାଇଁ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ସ୍ୱାଭିମାନୀ ହେବେ।

🌹ବିଛା🌷👉: ବନ୍ଧୁଙ୍କ ସାହାଯ୍ୟ ପାଇ ଉତ୍‍ଫୁଲ୍ଲିତ ହୋଇପାରନ୍ତି। ଯଶସ୍ୱୀ ହେବେ। ଭାଗ୍ୟବାନ ହେବେ। ବିନୀତ ସ୍ୱଭାବର ହୋଇପାରନ୍ତି। କର୍ମକ୍ଷେତ୍ରରେ ପ୍ରଭାବ ବିସ୍ତାର କରିବେ। ଶତ୍ରୁ ବିନାଶ କରିବାରେ ସକ୍ଷମ ହେବେ।

🌹ଧନୁ🌷👉: ଦୃଢ଼ ମନୋବଳ ନେଇ କାର୍ଯ୍ୟ ସମ୍ପାଦନ କରିବେ। ଦୀର୍ଘଦିନର ଆଶା ପୂର୍ଣ୍ଣ ହେବ। ଠାକୁରଙ୍କୁ ଦର୍ଶନ କରିବାରେ ସୁଯୋଗ ଅଛି। ବସ୍ତ୍ର-ଭୂଷଣ ଲାଭ ହେବ। କର୍ମତତ୍ପରତା ପ୍ରକାଶ ପାଇବ। ବ୍ୟବସାୟ ଲାଭଜନକ ହେବ।

🌹ମକର🌷👉: ସଫଳତାର ନିକଟବର୍ତ୍ତୀ ହେବେ। ପରଚର୍ଚ୍ଚା ଆପଣଙ୍କ ପାଇଁ ଶୁଭଙ୍କର ନୁହେଁ। ଭ୍ରମଣ ଯୋଗ ଅଛି। ମାନ୍ୟତାପ୍ରାପ୍ତ ହୋଇପାରନ୍ତି। ଗୃହରେ ଶାନ୍ତିର ବାତାବରଣ ସୃଷ୍ଟି ହେବ। ସର୍ବାଙ୍ଗୀନ ଉନ୍ନତି ନେଇ ବଦ୍ଧ ପରିକର ହୋଇପାରନ୍ତି।

🌹କୁମ୍ଭ🌷👉: କେତେକ କ୍ଷେତ୍ରରେ ନିରବଦ୍ରଷ୍ଟା ସାଜିପାରନ୍ତି। ଭୟ ଓ ଆଶଙ୍କା ଲାଗି ରହି ଥିଲେ ବି ବହୁ ଶୁଭ ଫଳ ଆଶା କରାଯାଏ। ଖଳ ଲୋକଙ୍କୁ ଚିହ୍ନଟ କରି ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିପାରନ୍ତି। ଉଦାର ଓ ଦାନଶୀଳ ହେବେ।

🌹ମୀନ🌷👉: ଏପରି କାର୍ଯ୍ୟ ନ କରନ୍ତୁ; ଯୋଉଁ ଥିରେ କି ନିଜ ସୁନାମର ଆଞ୍ଚ ଆସିବ। ଭବିଷ୍ୟତ ପାଇଁ ନୂତନ ଯୋଜନା ପ୍ରସ୍ତୁତ କରିବେ। ସୁସ୍ଥ ଓ ନିରାମୟ ରହିବେ। ମାନସିକ ସ୍ତରରେ ଶାନ୍ତିର ବାତାବରଣ ସୃଷ୍ଟି ହେବ। ପଦୋନ୍ନତି ମିଳିପାରେ।

Share this
  •  
  •  
  •  
  •  
  •  
  •  
  •  

Related Posts

ଟଙ୍କା ଆଦାୟ କରିବାକୁ ଯାଇ ହତ୍ୟା ଦୁଇ…

Udaya_Labanya | December 1, 2022 | 6 views |0

ଫୁଲବାଣୀ,(ସୁନୀଲ ପଟନାୟକ) ବକେୟା ଟଙ୍କା ଆଦାୟ କରିବାକୁ ଯାଇ ଚାପୁଡା ମାଡରେ ହତ୍ୟା ମାମଲାର ବିଚାରଣ କରି,ମାମଲାର ସାଖ୍ୟ ପ୍ରମାଣ ଓ ଡାକ୍ତରୀ ରିପୋର୍ଟ ଆଧାରରେ ଫୁଲବାଣୀ ଅତିରିକ୍ତ ଜିଲ୍ଲା ଜଜ୍ଜ ସୁଶ୍ରୀ ସ୍ମୃତିରେଖା ବାରିକ ମାମଲାର ଦୁଇଜଣ ଅଭିଯୁକ୍ତଙ୍କୁ ଦୋଷୀ…

ମା ପାଟଖଣ୍ଡା ଦୁର୍ଗାପୂଜା ସମିତି ସାଧାରଣ ବୈଠକ

Udaya_Labanya | October 3, 2022 | 15 views | 1

ଫୁଲବାଣୀ (ଉଲା ପ୍ର )ବାଲିଗୁଡା ସ୍ଥିତ ମାପlଟ୍ଟଖଣ୍ଡା ଦୁର୍ଗାପୂଜା ସମିତି ର ସର୍ବ ସାଧାରଣ ବୈଠକ ଶାନ୍ତି ଶୃଙ୍ଖଳାର ସହିତ ସମାପନ ହୋଇ ଯାଇଛି l ଅନୁଷ୍ଠାନ ର ସଭାପତି ଲୋକନାଥ ପାଢ଼ୀ ଅଧକ୍ଷତା କରିଥିବା ବେଳେ ସମ୍ପାଦକ ଟି ଶ୍ରୀନିବାସ…

Leave a Reply

Your email address will not be published. Required fields are marked *

Archives

Categories