Udaya_Labanya | July 13, 2020 | 250 views |0 | Uncategorized

*🌷🌹💐🌷
ଆଜିର ରାଶିଫଳ
*ଅଦ୍ୟ ଜୁଲାଇ ୧୩ ତାରିଖ ୨୦୨୦ମସିହା(ସୋମବାର)*
ଶକାବ୍ଦ -୧୯୪୨
ସମ୍ବତ -୨୦୭୭
ସାଲ-୧୪୨୭
ସମ୍ବତ୍ସର -ଆନନ୍ଦୋ
ଶ୍ରାବଣ-କୃଷ୍ଣପକ୍ଷ
ତିଥି -ଅଷ୍ଟମୀ ସଂ ଘ୦୬/୧୮ପର୍ଯ୍ୟନ୍ତ ତଦନ୍ତେ ନବମୀ ନକ୍ଷତ୍ର- ରେବତୀ ଦିବା ଘ୧୨/୦୪ ପର୍ଯ୍ୟନ୍ତ ତଦନ୍ତେ ଅଶ୍ବିନୀ ଚନ୍ଦ୍ର- ମୀନ ଦିବା ଘ୧୨/୦୪ ପର୍ଯ୍ୟନ୍ତ ତଦନ୍ତେ ମେଷ
ଯୋଗ-ସୁକର୍ମା
କରଣ-କୌଳବ
ସୂର୍ଯ୍ୟ -ମିଥୁନ ୨୯ ଦିନ


ସୁର୍ୟୋଦୟ -ପ୍ରାତଃ ଘ୦୫/୧୯/୫୯

ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୨୫/୩୯

ଯୋଗିନି ଐଶାନ୍ୟେ ସଂ ଘ୦୬/୧୯ ଗତେ ପୂର୍ବେ ମେଷ ରାଶିର ଘାତଚନ୍ଦ୍ର ମିଥୁନ ରାଶିର ଘାତବାର ଅଦ୍ୟ ଅଷ୍ଟମୀର ଏକୋଦିଷ୍ଠ ଓ ପାର୍ବଣ ଶ୍ରାଦ୍ଧ

କାଳବେଳା -ଦିବା ଘ୦୬/୫୨ ଗତେ ଘ୦୮/୩୬ମଧ୍ୟେ
ବାରବେଳା – ଦିବା ଘ୦୩/୧୨ ଗତେ ଘ୦୪/୪୬ମଧ୍ୟେ


ଅମୃତବେଳା-ଦିବା ଘ୦୬/୫୦ମଧ୍ୟେ ଓ ଘ୦୧/୩୫ଗତେ ଘ୦୩/୦୮ମଧ୍ୟେ
ମାହେନ୍ଦ୍ରବେଳା- ଦିବା ଘ୦୮/୩୭ ଗତେ ଘ୧୦/୧୫ମଧ୍ୟେ ଓ ରାତ୍ର ଘ୧୧/୫୫ଗତେ ଘ୦୧/୨୭ମଧ୍ୟେ


*ଅଦ୍ୟ ନଡିଆ ସଂ ଘ୦୬/୧୯ ଗତେ ଲାଉ ଭକ୍ଷଣ ନିଷେଧ
*🌹🌷💐ଆଜିର ରାଶିଫଳ🌹🌷💐*
———————-
🌷ମେଷ🌷👉: ଅନ୍ୟମାନଙ୍କ ଭରସା ଜିତିବାରେ ସଫଳ ହେବେ। ରାଜନୀତିରେ ଉଚ୍ଚପଦ ମିଳିପାରେ। ଶତ୍ରୁମାନେ ଆପଣଙ୍କୁ ପରାସ୍ତ କରିବାକୁ ଚେଷ୍ଟା କରିବେ; ହେଲେ କିଛି କରିପାରିବେ ନାହିଁ। ସ୍ବାସ୍ଥ୍ୟ ସମ୍ବନ୍ଧରେ ସତର୍କ ରହନ୍ତୁ।

🌷ବୃଷ🌷👉: ଭାଗ୍ୟର ସହଯୋଗ ମିଳିବ। ଘର ଓ ଦୋକାନରେ ଲାଗି ରହିଥିବା ସମସ୍ୟାର ସମାଧାନ ହେବ। ଧନଲାଭର ନୂଆ ଅବସର ପ୍ରାପ୍ତ ହେବ। ବନ୍ଧୁଙ୍କ ସହିତ ସିନେମା ଦେଖିବାର ଯୋଜନା କରିପାରନ୍ତି।

🌷ମିଥୁନ🌷👉: ଦିନଟି ଠିକ୍‌ଠାକ୍‌ ରହିବ। ସଫଳତା ଆପଣଙ୍କ ପାଦ ସ୍ପର୍ଶ କରିବ। ଆପଣଙ୍କ ସରଳତା ପାଇଁ ଆପଣଙ୍କର ପ୍ରିୟବନ୍ଧୁ ଖୁସି ରହିବେ। ବ୍ୟବସାୟରେ ନିଜ ଜିବିକା ଆରମ୍ଭ କରିବା ପାଇଁ ଦିନଟି ବହୁତ ଭଲ।

🌷କର୍କଟ🌷👉: ସମୟ ଆପଣଙ୍କ ପାଇଁ ଅନୁକୂଳ। ବ୍ୟବସାୟ କ୍ଷେତ୍ରରେ ଆଗକୁ ବଢ଼ିବା ପାଇଁ ନୂଆ ପ୍ରସ୍ତାବ ମିଳିବ। ମହିଳାଙ୍କର ଅଫିସରେ ଉନ୍ନତି ହେବ। ପରିବାର ଲୋକଙ୍କ ସହିତ ତାଳମେଳ ବଜାୟ ରହିବ।

🌷ସି˚ହ🌷👉: ବ୍ୟକ୍ତିତ୍ବର ବିକାଶ ପାଇଁ ଦିନଟି ବଢ଼ିଆ। କାର୍ଯ୍ୟ କ୍ଷେତ୍ରରେ ବଢ଼ିଆ ଢଙ୍ଗରେ କାମ କରିବେ। ବିଦେଶରେ ଜଡ଼ିତ ବ୍ୟବସାୟୀ ଆଜି ବଡ଼ ଡିଲ୍‌ କରିବେ। ପତିପତ୍ନୀଙ୍କ ମଧୢରେ ପ୍ରେମଭାବ ବୃଦ୍ଧି ହେବ।

🌷କନ୍ୟା🌷👉: ବନ୍ଧୁ ଓ ପାଖଲୋକଙ୍କ ସହଯୋଗ ପାଇବେ। ଚାକିରି ଓ ଶିକ୍ଷା କ୍ଷେତ୍ରରେ ଉନ୍ନତି ହେବ। ବ୍ୟବସାୟୀଙ୍କୁ ଧନଲାଭ ହେବ। ଲେଖକଙ୍କୁ ପୁରସ୍କାର ମିଳିବ। ବୈବାହିକ ଜୀବନରେ ମଧୁରତା ଆସିବ।

🌷ତୁଳା🌷👉: ପ୍ରଭୁଙ୍କ ସ୍ମରଣରେ ମନକୁ ଶାନ୍ତି ମିଳିବ। ଯେଉଁ କାମ ମନପ୍ରାଣ ଢାଳି କରିବେ ସଫଳତା ନିଶ୍ଚିତ ପାଇବେ। ଚାକିରିଆଙ୍କୁ ଅଧିକାରୀଙ୍କ ସହଯୋଗ ମିଳିବ। ବଜେଟକୁ ଧୢାନ ରଖି ଖର୍ଚ୍ଚ କରନ୍ତୁ।

🌷ବିଛା🌷👉: ଆଧୢାତ୍ମିକ ଭାବନାରେ ସମୟ ବିତିବ। ଆପଣଙ୍କ ଇଚ୍ଛା ପୂରା କରିବାରେ ସଫଳ ହେବେ। ଚାକିରିଆଙ୍କୁ ଆଗକୁ ବଢ଼ିବା ଲାଗି ସୁବର୍ଣ୍ଣ ସୁଯୋଗ ମିଳିବ। ପରିବାର ଲାଗି ଦିନଟି ଅନୁକୂଳ ରହିବ।

🌷ଧନୁ🌷👉: ପୂରାଦିନ ନୂଆ ଉତ୍ସାହଭରା ରହିବେ। ଯାହା ବି କରନ୍ତୁ; ବଡ଼ଙ୍କ ପରାମର୍ଶ ନିଅନ୍ତୁ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ସାମାଜିକ କାର୍ଯ୍ୟ କରିବାର ସୌଭାଗ୍ୟ ପ୍ରାପ୍ତ ହେବ। ବିଲଡରଙ୍କୁ ନୂଆ ସଉଦାରୁ ଲାଭ ହେବ।

🌷ମକର🌷👉: ଦିନଟି ଆପଣଙ୍କ ପାଇଁ ଖୁବ୍‌ ଭଲ ରହିବ। ମହତ୍ତ୍ବପୂର୍ଣ୍ଣ କଥା ପାଇଁ ଆଗେଇ ଆସନ୍ତୁ ସହଜ ବାର୍ତ୍ତା ହେବ। ଘରେ ଏବଂ ଅଫିସରେ ଖୁସିର ବାତାବରଣ ରହିବ। ରାଜନୀତିରେ ମହତ୍ତ୍ବାକା˚କ୍ଷା ପୂରଣହେବ।

🌷କୁମ୍ଭ🌷👉: ଆପଣଙ୍କ ଊର୍ଜ ସହଯୋଗୀଙ୍କୁ ପ୍ରଭାବିତ କରିବ। ଶୁଭ ସମାଚାର ମିଳିବା ଯୋଗ ରହିଛି। କ୍ୟାରିୟର ମାମଲାରେ ଆପଣଙ୍କ ସହିତ କିଛି ଭଲ ହେବ। ଯାତାୟାତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ।

🌷ମୀନ🌷👉:ପାରିବାରିକ ଗତିବିଧିରେ ଅଧିକ ସମୟ କଟିବ। ଚାକିରିଆଙ୍କୁ ସହର ବାହାରକୁ ଯିବାକୁ ପଡ଼ିପାରେ।
ଆଜି କିଛି ଅସୁବିଧା ନଥିଲେ ମଧ୍ୟ କର୍ମକ୍ଷେତ୍ରରେ କୌଣସି କାରଣକୁ ନେଇ ଟେନସନ୍ ଲାଗିବ।

Share this
  •  
  •  
  •  
  •  
  •  
  •  
  •  

Related Posts

ଟଙ୍କା ଆଦାୟ କରିବାକୁ ଯାଇ ହତ୍ୟା ଦୁଇ…

Udaya_Labanya | December 1, 2022 | 5 views |0

ଫୁଲବାଣୀ,(ସୁନୀଲ ପଟନାୟକ) ବକେୟା ଟଙ୍କା ଆଦାୟ କରିବାକୁ ଯାଇ ଚାପୁଡା ମାଡରେ ହତ୍ୟା ମାମଲାର ବିଚାରଣ କରି,ମାମଲାର ସାଖ୍ୟ ପ୍ରମାଣ ଓ ଡାକ୍ତରୀ ରିପୋର୍ଟ ଆଧାରରେ ଫୁଲବାଣୀ ଅତିରିକ୍ତ ଜିଲ୍ଲା ଜଜ୍ଜ ସୁଶ୍ରୀ ସ୍ମୃତିରେଖା ବାରିକ ମାମଲାର ଦୁଇଜଣ ଅଭିଯୁକ୍ତଙ୍କୁ ଦୋଷୀ…

ମା ପାଟଖଣ୍ଡା ଦୁର୍ଗାପୂଜା ସମିତି ସାଧାରଣ ବୈଠକ

Udaya_Labanya | October 3, 2022 | 15 views | 1

ଫୁଲବାଣୀ (ଉଲା ପ୍ର )ବାଲିଗୁଡା ସ୍ଥିତ ମାପlଟ୍ଟଖଣ୍ଡା ଦୁର୍ଗାପୂଜା ସମିତି ର ସର୍ବ ସାଧାରଣ ବୈଠକ ଶାନ୍ତି ଶୃଙ୍ଖଳାର ସହିତ ସମାପନ ହୋଇ ଯାଇଛି l ଅନୁଷ୍ଠାନ ର ସଭାପତି ଲୋକନାଥ ପାଢ଼ୀ ଅଧକ୍ଷତା କରିଥିବା ବେଳେ ସମ୍ପାଦକ ଟି ଶ୍ରୀନିବାସ…

Leave a Reply

Your email address will not be published. Required fields are marked *

Archives

Categories