ଦିନକରେ ୫ ଶହ ଟପିଲା ଆରୋଗ୍ୟଙ୍କ ସଂଖ୍ୟା
ଭୁବନେଶ୍ୱର: ( ଉ ଲା ପ୍ର) ରାଜ୍ୟରେ ଆଜି ୫୧୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମରେ ସର୍ବାଧିକ ସୁସ୍ଥ ହୋଇଛନ୍ତି। ଏଯାବତ ରାଜ୍ୟରେ ଆରୋଗ୍ୟଙ୍କ ସଂଖ୍ୟା ୧୨ ହଜାର ୪୫୨ ପହଞ୍ଚିଲାଣି। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।
ଗଞ୍ଜାମରୁ ସର୍ବାଧିକ ୧୯୯ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧାରୁ ୮୦, ଯାଜପୁରରୁ ୪୦, ସୁନ୍ଦରଗଡ଼ରୁ ୩୭, କଟକରୁ ୨୮, କେନ୍ଦୁଝରରୁ ୨୦, ଜଗତସିଂହପୁରରୁ ୧୮, ବାଲେଶ୍ୱରରୁ ୧୫, ଝାରସୁଗୁଡ଼ା ଓ ବରଗଡ଼ରୁ ୧୩ ଲେଖାଏଁ ସୁସ୍ଥ ହୋଇଛନ୍ତି।ସେହିପରି ମୟୂରଭଞ୍ଜ ଓ ରାୟଗଡ଼ାରୁ ୯ ଲେଖାଏଁ, ବଲାଙ୍ଗିରରୁ ୮, ଭଦ୍ରକରୁ ୭, ଗଜପତି ଓ ପୁରୀରୁ ୬ ଲେଖାଏଁ, କୋରାପୁଟରୁ ୫, ଅନୁଗୁଳ ଓ କେନ୍ଦ୍ରାପଡ଼ାରୁ ଜଣେ ଲେଖାଏଁ ସୁସ୍ଥ ହୋଇଛନ୍ତି।
ସେହିପରି ଓଡ଼ିଶାରେ ୭୩୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୫ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୨୪୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୭୩୬ ଆକ୍ରାନ୍ତଙ୍କ ମଧ୍ୟରୁ ୪୮୧ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୨୫୫ ରହିଛି।
Odia 








































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































