#Uncategorized

ଆଜିର ରାଶିଫଳ
*🌷💐🌹🌹💐🌷

ଅଦ୍ୟ ଜୁଲାଇ ୨୨ ତାରିଖ ୨୦୨୦ମସିହା(ବୁଧବାର)
ଶକାବ୍ଦ -୧୯୪୨
ସମ୍ବତ -୨୦୭୭
ସାଲ-୧୪୨୭
ସମ୍ବତ୍ସର -ଆନନ୍ଦୋ
ଶ୍ରାବଣ-ଶୁକ୍ଳପକ୍ଷ
ତିଥି -ଦ୍ଵିତୀୟା ରାତ୍ରି ଘ୦୯/୦୪ ପର୍ଯ୍ୟନ୍ତ ତଦନ୍ତେ ତୃତୀୟା ନକ୍ଷତ୍ର- ଅଶ୍ଳେଷା ରାତ୍ର ଘ୦୭/୩୪ପର୍ଯ୍ୟନ୍ତ ତଦନ୍ତେ ମଘା ଚନ୍ଦ୍ର- କର୍କଟ ରାତ୍ର ଘ୦୭/୩୪ପର୍ଯ୍ୟନ୍ତ ତଦନ୍ତେ ସିଂହ
ଯୋଗ-ଅସୃକ
କରଣ-ବାଳବ
ସୂର୍ଯ୍ୟ -କର୍କଟ ୦୭ ଦିନ


ସୁର୍ୟୋଦୟ -ପ୍ରାତଃ ଘ୦୫/୨୩/୧୯

ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୨୩/୩୬

ଯୋଗିନି ଉତ୍ତରେ ରାତ୍ରି ଘ୦୭/୦୪ ଗତେ ଅଗ୍ନିକୋଣେ
କର୍କଟ ଓ ମକର ରାଶିର ଘାତଚାନ୍ଦ୍ର

କର୍କଟ ରାଶିର ଘାତବାର ଅଦ୍ୟ ଦ୍ଵିତୀୟାର ଏକୋଦିଷ୍ଠ ଓ ପାର୍ବଣ ଶ୍ରାଦ୍ଧ

କାଳବେଳା- ଦିବା ଘ୦୮/୩୫ ଗତେ ଘ୧୦/୧୮ମଧ୍ୟେ
ବାରବେଳା – ଦିବା ଘ୧୧/୫୫ ଗତେ ଘ୦୧/୩୭ମଧ୍ୟେ


ଅମୃତବେଳା-ଦିବା ଘ୦୭/୦୩ ଗତେ ଘ୦୮/୩୧ମଧ୍ୟେ ଓ ଘ୦୩/୧୨ଗତେ ଘ୦୪/୪୫ମଧ୍ୟେ
ମାହେନ୍ଦ୍ରବେଳା- ଦିବା ଘ୦୭/୦୨ ମଧ୍ୟେ ଓ ଘ୧୦/୨୦ଗତେ ଘ୧୧/୪୮ମଧ୍ୟେ


*ଅଦ୍ୟ ବୋଇତକଖାରୁ ଓ ରାତ୍ରି ଘ୦୭/୦୫ ଗତେ ପୋଟଳ ଭକ୍ଷଣନିଷେଧ।
*🌹🌷💐ଆଜିର ରାଶିଫଳ🌹🌷💐*
———————-
🌹ମେଷ🌹👉: ମନରେ ଧାର୍ମିକ ଭାବନା ଉଦୟ ହେବ। ବିନା ସ୍ବାର୍ଥରେ ଅନ୍ୟର ସହାୟତା କରି ଖୁସି ଅନୁଭବ କରିବେ। କ୍ୟାରିୟର ଓ ଚାକିରିରେ ସଫଳତା ମିଳିବ। ବନ୍ଧୁଙ୍କ ସହିତ ରାତ୍ରି ଭୋଜନ ପାଇଁ ବାହାରକୁ ଯିବେ।

🌹ବୃଷ🌹👉: ଆପଣଙ୍କ ଆଖପାଖରେ ସୁଖଦ ଓ ମଧୁର ବାତାବରଣ ରହିବ। ଘରେ ପୁଣ୍ୟକାର୍ଯ୍ୟ କରିପାରନ୍ତି। କାର୍ଯ୍ୟକ୍ଷେତ୍ରରେ ପ୍ରଗତି ଦେଖିବାକୁ ମିଳିବ। ଅଫିସ୍‌ର କୌଣସି କାମରେ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।

🌹ମିଥୁନ🌹👉: ଆପଣଙ୍କ ମନରେ ବିଭିନ୍ନ ପ୍ରକାର ଚିନ୍ତା ଉତ୍ପନ୍ନ ହେବ। ପ୍ରତ୍ୟେକ କାମ ବିବେକର ସହ କରନ୍ତୁ। ଆର୍ଥିକ ସ୍ଥିତିରେ ସୁଧାର ଆସିବ। ପ୍ରେମ ସମ୍ବନ୍ଧୀୟ କୌଣସି ମନୋକାମନା ପୂରଣ ହେବ।

🌹କର୍କଟ🌹👉: ଆଜି ଆପଣ କିଛି ଖାସ୍‌ କରିବା ଲାଗି ଦିନଟି ଭଲ ରହିବ। ଅଚାନକ ଧନଲାଭ ହେବ। ସରକାରୀ ଚାକିରିଆଙ୍କୁ ଖୁସି ଖବର ମିଳିବ। ପାରିବାରିକ ସମ୍ବନ୍ଧ ମଜଭୁତ ହେବ। ପରୀକ୍ଷାରେ ସଫଳତା ମିଳିବାର ସମ୍ଭାବନା ରହିଛି।

🌹ସି˚ହ🌹👉: ଧାର୍ମିକ ଆୟୋଜନରେ ଆପଣଙ୍କୁ ସେବା କରିବାର ଅବସର ମିଳିବ। ବ୍ୟବସାୟରେ ମନପ୍ରାଣ ଢାଳି କାମ କରିବେ ଏବ˚ ଯଥେଷ୍ଟ ଲାଭ ପାଇବେ। ଅଫିସରେ କୌଣସି ଖୁସି ଖବର ମିଳିବ।

🌹କନ୍ୟା🌹👉: ଆଜି ଆପଣ କଷ୍ଟ ମନେ ହେଉଥିବା କାର୍ଯ୍ୟ ସହଜରେ କରିପାରିବେ। ବିଭିନ୍ନ ପ୍ରକାର ଲୋକଙ୍କ ସହିତ ମିଶିବେ। କୌଣସି ବଡ଼ ନେଣଦେଣ କରିପାରନ୍ତି। ପ୍ରେମ ଆଳାପରେ ସତେଜତା ଅନୁଭବ କରିବେ।

🌹ତୁଳା 🌹 👉: ଊର୍ଜାର ସ୍ତର ଉଚ୍ଚା ରହିବ। କୌଣସି ଅଜଣା ବ୍ୟକ୍ତିଙ୍କ ସହିତ ସ˚ପର୍କ ଗଢ଼ିବେ ଯେଉଁଥିରୁ ଭବିଷ୍ୟତରେ ଲାଭ ମିଳିବ। ଅଫିସରେ ବାତାବରଣ ଅନୁକୂଳ ରହିବ। ଆଇନକାନୁନ ମାମଲା ସହଜରେ ସମାଧାନ ହୋଇଯିବ।

🌹ବିଛା🌹👉: ସଫଳତା ମିଳିବା ହେତୁ ମହତ୍ତ୍ବାକା˚କ୍ଷାକୁ ବଳ ମିଳିବ। ଧନପ୍ରାପ୍ତିର ପ୍ରବଳ ଯୋଗ ରହିଛି। ପରିବାର ସମ୍ବନ୍ଧୀୟ କୌଣସି କାମ ପୂରା ହୋଇପାରେ। ପ୍ରେମପ୍ରସଙ୍ଗଯୁକ୍ତ ଜୀବନରେ ଖୁବ୍‌ ଆନନ୍ଦ ପାଇବେ।

🌹ଧନୁ🌹👉: ଆପଣ ନିଜକୁ ଖୁବ୍‌ ଆତ୍ମନିର୍ଭରଶୀଳ ଅନୁଭବ କରିବେ। ବ୍ୟବସାୟ ପାଇଁ ନୂଆ ପ୍ରସ୍ତାବ ଓ ଅନୁବନ୍ଧ ପାଇବେ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ସମ୍ମାନ ମିଳିବ। ଅଚାନକ ଧନପ୍ରାପ୍ତି ହେବ।

🌹ମକର🌹👉: ପିତାଙ୍କ କହିବା ମାର୍ଗରେ ଚାଲନ୍ତୁ; ଆପଣଙ୍କୁ ସଫଳତା ମିଳିବ। ସମାଜରେ ଆପଣଙ୍କର ମାନସମ୍ମାନ ବଢ଼ିବ। ମିତ୍ରଙ୍କ ସହିତ ସମ୍ବନ୍ଧ ପୂର୍ବ ଅପେକ୍ଷା ବଢ଼ିଆ ହେବ। ଛାତ୍ରମାନେ ନୂଆ ଗତିବିଧିରେ ସାମିଲ ହୋଇପାରନ୍ତି।

🌹କୁମ୍ଭ🌹👉: ସାମାଜିକ କାର୍ଯ୍ୟକ୍ରମରେ ଭାଗ ନେବାର ସୁଯୋଗ ପାଇବେ। ପ୍ରତିଷ୍ଠିତ ଲୋକଙ୍କ ସହିତ ସ˚ପର୍କ ସ୍ଥାପନ ହେବ। ଅଫିସରେ ଉଚ୍ଚ ଅଧିକାରୀଙ୍କ ରାୟ ନେଇ କାମ କରନ୍ତୁ; ଭଲ ଫଳାଫଳ ମିଳିବ। ପିଲା ଓ ପରିବାର ସହିତ ହସଖୁସି‌େର ସମୟ କଟିବ।

🌹ମୀନ🌹👉: ଦିନଟି ଆପଣଙ୍କ ପାଇଁ ଖୁବ୍‌ ଭଲ ରହିବ। କର୍ମକ୍ଷେତ୍ରରେ ବୀରଙ୍କ ଭଳି ରହିବେ। ଆପଣଙ୍କ କାମକୁ ପ୍ରବନ୍ଧକର୍ତ୍ତା ପ୍ରଶ˚ସା କରିବେ। ଯିବାକୁ ଥିବା ଯାତ୍ରା କଲ୍ୟାଣକାରୀ ହେବ। ବ୍ୟବସାୟରୁ ପ୍ରଚୁର ଲାଭ ମିଳିବ।

Leave a comment

Your email address will not be published. Required fields are marked *