Udaya_Labanya | July 23, 2020 | 92 views |0 | Uncategorized

ଆଜିର ରାଶିଫଳ 🌷💐🌹💐🌷

ଅଦ୍ୟ ଜୁଲାଇ ୨୩ ତାରିଖ ୨୦୨୦ମସିହା(ଗୁରୁବାର)
ଶକାବ୍ଦ -୧୯୪୨
ସମ୍ବତ -୨୦୭୭
ସାଲ-୧୪୨୭
ସମ୍ବତ୍ସର -ଆନନ୍ଦୋ
ଶ୍ରାବଣ-ଶୁକ୍ଳପକ୍ଷ
ତିଥି -ତୃତୀୟା ଦିନ ଘ୦୪/୪୧ ପର୍ଯ୍ୟନ୍ତ ତଦନ୍ତେ ଚତୃଥୀ ନକ୍ଷତ୍ର- ମଘା ଦିବା ଘ୦୫/୫୯ ପର୍ଯ୍ୟନ୍ତ ତଦନ୍ତେ ପୂର୍ବାଫା ଚନ୍ଦ୍ର- ସିଂହ
ଯୋଗ-ବ୍ୟତିପାତ
କରଣ-ତୈତିଲ
ସୂର୍ଯ୍ୟ -କର୍କଟ ୦୮ ଦିନ


ସୁର୍ୟୋଦୟ -ପ୍ରାତଃ ଘ୦୫/୨୩/୩୯

ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୨୩/୨୬

ଯୋଗିନି ଅଗ୍ନିକୋଣେ ଦିବା ଘ୦୪/୪୨ଗତେ ନୈଋତକୋଣେ
କର୍କଟ ଓ ମକର ରାଶିର ଘାତଚାନ୍ଦ୍ର

ତୁଳା ଓ କୁମ୍ଭ ରାଶିର ଘାତବାର ଅଦ୍ୟ ତୃତୀୟାର ଏକୋଦିଷ୍ଠ ଓ ପାର୍ବଣ ଶ୍ରାଦ୍ଧ

କାଳବେଳା ଓ ବାବେଳା – ଦିବା ଘ୦୩/୦୫ ଗତେ ଘ୦୬/୨୭ ମଧ୍ୟେ


ଅମୃତବେଳା-ଦିବା ଘ୧୦/୨୦ ଗତେ ଘ୧୧/୫୧ମଧ୍ୟେ ଓ ଘ୦୧/୩୨ଗତେ ଘ୦୩/୦୩ମଧ୍ୟେ
ମାହେନ୍ଦ୍ରବେଳା- ଦିବା ଘ୦୭/୦୧ ମଧ୍ୟେ ଓ ଘ୧୧/୫୦ଗତେ ଘ୦୧/୩୦ମଧ୍ୟେ


*ଅଦ୍ୟ ପୋଟଳ ଓ ଦିବା ଘ୦୪/୪୫ ଗତେ ମୂଳା ଭକ୍ଷଣ ନିଷେଧ


🌹🌷💐ଆଜିର ରାଶିଫଳ🌹🌷💐
———————-
🌷ମେଷ🌹👉:ଆଜି ସକାଳୁ ସକାଳୁ ଦେବଦର୍ଶନ ର ସୁଯୋଗମିଳିବ ଦାମ୍ପତ୍ୟ ଜୀବନ ପୂର୍ବ ଅପେକ୍ଷା ଅଧିକ ଭଲ ହେବ ଯେଉଁକାମ କରିବେ, ବାଧାର ସମ୍ମୁଖୀନ ହେବେନାହିଁ। ବିରୋଧୀ ଆପଣଙ୍କର କ୍ଷତି କରିବା ଲାଗି ଅସଫଳ ପ୍ରୟାସ କରିବେ।

🌷ବୃଷ🌹👉: ଦେବୀଙ୍କ ଆରାଧନାରେ ମନକୁ ଶାନ୍ତି ମିଳିବ। ଧାର୍ମିକ ଆୟୋଜନରେ ଆପଣଙ୍କୁ ସେବା କରିବାର ଅବସର ମିଳିବ। ବ୍ୟବସାୟ ଲାଗି ଦିନଟି ଭଲ ରହିବ। ଅଫିସରେ କିଛି ଏଭଳି କାମ ହେବ ଯାହା ଦ୍ବାରା ଆପଣଙ୍କର ପ୍ରଶ˚ସା ହେବ।

🌷ମିଥୁନ🌹👉: ଅଚାନକ କୌଣସି କଥାକୁ ନେଇ ମନୋଭାବ ଖରାପ ହୋଇପାରେ। ମାତାପିତାଙ୍କ ସେବା କରନ୍ତୁ, କାର୍ଯ୍ୟକ୍ଷେତ୍ରରେ ଉନ୍ନତି ଦେଖିବାକୁ ମିଳିବ। ମିତ୍ରଙ୍କ ଠାରୁ ଭଲ ଖବର ପାଇବେ। ବଡ଼ ବ୍ୟବସାୟର ସଉଦା ହାତରେ ଲାଗିପାରେ।

🌷କର୍କଟ🌹👉: ଭାଗ୍ୟ ବଦଳାଇବା ପାଇଁ ଶୁଭ ସମୟ। ଆପଣଙ୍କ ପ୍ରତିଦ୍ବନ୍ଦ୍ବୀ ଶାନ୍ତ ରହିବେ। ଚାକିରି ତଲାସରେ ଥିବା ବ୍ୟକ୍ତିଙ୍କୁ ଭଲ ଖବର ମିଳିବ। ଯୌଥ ବ୍ୟବସାୟରୁ ଭଲ ଲାଭ ହେବ। ପ୍ରେମରେ ସଫଳତା ମିଳିବ।

🌷ସି˚ହ🌹👉: ମନରେ ଦ୍ବନ୍ଦ୍ବ ରହିବ କିନ୍ତୁ ବ୍ୟବହାର ମଧୁର ରହିବ। କୌଣସି ସମସ୍ୟାର ସମାଧାନ ଲାଗି ଦିନଟି ଭଲ। ଲୋକେ ସାହାଯ୍ୟ ସହଯୋଗର ହାତ ବଢ଼ାଇଦେବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବାରେ ବ୍ୟସ୍ତରହିବେ।

🌷କନ୍ୟା🌹👉: ଆଜି ଆପଣଙ୍କ ମନ ଅଶାନ୍ତି ରହିବା ସହ ଭାବନା ରଚନାତ୍ମକ ରହିବ। ପ୍ରିୟବନ୍ଧୁଙ୍କ ସହିତ ସମ୍ବନ୍ଧ ଆହୁରି ମଧୁର ହେବ। କୌଣସି କ˚ପାନିରେ ଚାକିରିର ସୁଯୋଗ ମିଳିପାରେ। ଛାତ୍ରଛାତ୍ରୀଙ୍କ ଲାଗି ଦିନଟି ଅନୁକୂଳ।

🌷ତୁଳା🌹👉: ନୂଆ ଆହ୍ବାନର ସାମନା କରିବେ। କୌଣସି କାମ ତରବରିଆ ଭାବେ କରନ୍ତୁ ନାହିଁ; ଅସୁବିଧାର ସମ୍ମୁଖୀନ ହେବେ। ବ୍ୟବସାୟୀମାନେ ବଡ଼ ଡିଲ୍‌ କରିପାରନ୍ତି। ବଜେଟକୁ ଧୢାନ ରଖି ଖର୍ଚ୍ଚ କରନ୍ତୁ। ଘରକୁ ଅତିଥି ଆସିବେ।

🌷ବିଛା🌹👉: ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ। ଘର ଓ ଦୋକାନରେ ଲାଗିରହିଥିବା ସମସ୍ୟାର ସମାଧାନ ହେବ। ଅଫିସରେ ବାତାବରଣ ଅନୁକୂଳ ରହିବ। ମହତ୍ତ୍ବପୂର୍ଣ୍ଣ ଲୋକଙ୍କ ସହିତ ଯୋଗାଯୋଗ ହୋଇପାରେ।

🌷ଧନୁ🌹👉: ସାବଧାନର ସହ କାମ କରନ୍ତୁ, ଲାଭ ପାଇବେ। ବ୍ୟସ୍ତତାରେ ରହିବା ସତ୍ତ୍ବେ ଅୟସ ପାଇଁ ସମୟ ବାହାର କରିନେବେ। କୌଣସି ନୂଆ ଲୋକଙ୍କ ସହିତ ବନ୍ଧୁତା କରିବେ। ପରିବାର ସମ୍ବନ୍ଧୀୟ କୌଣସି କାମ ପୂରା ହୋଇପାରେ।

🌷ମକର🌹👉: ପୂରାଦିନ ଆପଣଙ୍କ ମନ ପ୍ରସନ୍ନ ରହିବ। ପରିବାରଜନଙ୍କ ସହଯୋଗ ମିଳିବ। କାମକୁ ପୂରା କରିବା ଲାଗି ନୂଆ ଯୋଜନା କରିବେ ଏବ˚ ତହିଁରୁ ଲାଭ ପାଇବେ। ପ୍ରେମପ୍ରସଙ୍ଗ ଓ ବ୍ୟବସାୟରେ ରେ ସଫଳତା ମିଳିବ।

🌷କୁମ୍ଭ🌹👉: ଦିନଟି ଆପଣଙ୍କ ଲାଗି ଖଟାମିଠା ରହିବ। ବ୍ୟବସାୟରେ ପୂରା ହେବାକୁ ଯାଉଥିବା କାମରେ ବାଧା ଉତ୍ପନ୍ନ ହେବ। ଆର୍ଥିକ ସ୍ଥିତି ଚିନ୍ତାଜନକ ହୋଇପାରେ। ପରିବାରର ସ୍ନେହ ଓ ଜୀବନସାଥୀଙ୍କ ଠାରୁ ଖୁସି ପାଇବେ।

🌷ମୀନ🌹👉: ଆପଣଙ୍କ ନିଷ୍ପତ୍ତିରେ ଆପଣଙ୍କୁ ଯଥେଷ୍ଟ ଲାଭ ମିଳିବ। ଅଫିସରେ ଲାଗି ରହିଥିବା ବିଶୃଙ୍ଖଳାର ସମାଧାନ ହୋଇଯିବ। ବ୍ୟବସାୟରୁ ଆଶାଠୁଁ ଅଧିକ ଲାଭ ହେବ। ପ୍ରେମ ସମ୍ପର୍କରେ ମଧୂରତା ସହ ସିକୃତି ମିଳିପାରେ।

Share this
  •  
  •  
  •  
  •  
  •  
  •  
  •  

Related Posts

ଟଙ୍କା ଆଦାୟ କରିବାକୁ ଯାଇ ହତ୍ୟା ଦୁଇ…

Udaya_Labanya | December 1, 2022 | 5 views |0

ଫୁଲବାଣୀ,(ସୁନୀଲ ପଟନାୟକ) ବକେୟା ଟଙ୍କା ଆଦାୟ କରିବାକୁ ଯାଇ ଚାପୁଡା ମାଡରେ ହତ୍ୟା ମାମଲାର ବିଚାରଣ କରି,ମାମଲାର ସାଖ୍ୟ ପ୍ରମାଣ ଓ ଡାକ୍ତରୀ ରିପୋର୍ଟ ଆଧାରରେ ଫୁଲବାଣୀ ଅତିରିକ୍ତ ଜିଲ୍ଲା ଜଜ୍ଜ ସୁଶ୍ରୀ ସ୍ମୃତିରେଖା ବାରିକ ମାମଲାର ଦୁଇଜଣ ଅଭିଯୁକ୍ତଙ୍କୁ ଦୋଷୀ…

ମା ପାଟଖଣ୍ଡା ଦୁର୍ଗାପୂଜା ସମିତି ସାଧାରଣ ବୈଠକ

Udaya_Labanya | October 3, 2022 | 15 views | 1

ଫୁଲବାଣୀ (ଉଲା ପ୍ର )ବାଲିଗୁଡା ସ୍ଥିତ ମାପlଟ୍ଟଖଣ୍ଡା ଦୁର୍ଗାପୂଜା ସମିତି ର ସର୍ବ ସାଧାରଣ ବୈଠକ ଶାନ୍ତି ଶୃଙ୍ଖଳାର ସହିତ ସମାପନ ହୋଇ ଯାଇଛି l ଅନୁଷ୍ଠାନ ର ସଭାପତି ଲୋକନାଥ ପାଢ଼ୀ ଅଧକ୍ଷତା କରିଥିବା ବେଳେ ସମ୍ପାଦକ ଟି ଶ୍ରୀନିବାସ…

Leave a Reply

Your email address will not be published. Required fields are marked *

Archives

Categories