#Uncategorized

ଆଜିର ରାଶିଫଳ
🌷🌹💐🌷

ଅଦ୍ୟ ଜୁଲାଇ ୨୭ ତାରିଖ ୨୦୨୦ମସିହା(ସୋମବାର)
ଶକାବ୍ଦ -୧୯୪୨
ସମ୍ବତ -୨୦୭୭
ସାଲ-୧୪୨୭
ସମ୍ବତ୍ସର -ଆନନ୍ଦୋ
ଶ୍ରାବଣ-ଶୁକ୍ଳପକ୍ଷ
ତିଥି -ସପ୍ତମୀ ଦିବା ଘ ୦୭/୨୭ ପର୍ଯ୍ୟନ୍ତ ତଦନ୍ତେ ଅଷ୍ଟମୀ ନକ୍ଷତ୍ର- ଚିତ୍ରା ଦିବା ଘ୧୧/୧୭ ପର୍ଯ୍ୟନ୍ତ ତଦନ୍ତେ ସ୍ଵାତୀ ଚନ୍ଦ୍ର- ତୁଳା
ଯୋଗ-ସାଧ୍ୟ
କରଣ-ବାଣିଜ୍ୟ
ସୂର୍ଯ୍ୟ -କର୍କଟ ୧୨ ଦିନ


ସୁର୍ୟୋଦୟ -ପ୍ରାତଃ ଘ୦୫/୨୫/୦୯

ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୨୧/୫୬

ଯୋଗିନୀ ବାୟବ୍ୟ ଦିବା ଘ୦୭/୨୮ ଗତେ ଐଶାନ୍ୟ ରେ

ମିଥୁନ ରାଶି ର ଘାତବାର ଅଦ୍ୟ ଅଷ୍ଟମୀ ର ଏକୋଦିଷ୍ଠ ଓ ପାର୍ବଣ ଶ୍ରାଦ୍ଧ

କାଳବେଳା – ଦିବା ଘ୦୭/୦୦ ଗତେ ଘ୦୮/୪୫ ମଧ୍ୟେ
ବାରବେଳା – ଘ୦୩/୦୨ ଗତେ ଘ୦୪/୪୫ ମଧ୍ୟେ*


ଅମୃତବେଳା-ଦିବା ଘ୦୭/୦୦ ମଧ୍ୟେ ଓ ଘ୦୧/୨୭ଗତେ ଘ୦୩/୦୧ମଧ୍ୟେ
ମାହେନ୍ଦ୍ରବେଳା- ଦିବା ଦିବା ଘ୦୮/୫୦ ଗତେ ଘ୧୦/୧୯ମଧ୍ୟେ ଓ ରାତ୍ର ଘ୧୧/୫୫ଗତେ ଘ୦୧/୧୦ମଧ୍ୟେ


*ଅଦ୍ୟ ତାଳ ଦିବା ଘ୦୭/୨୭ ଗତେ ନଡ଼ିଆ ଭକ୍ଷଣ ନିଷେଧ
*🌹🌷💐ଆଜିର ରାଶିଫଳ🌹🌷💐*
———————-
🌹ମେଷ🌷👉-ଏହି ରାଶିର ଲୋକମାନଙ୍କ ପାଇଁ ଆଜିିର ଦିନଟି ଶାରୀରିକ ଅସୁସ୍ଥତା ଦେହ ଓ ମନକୁ ଅବଶ କରିଦେବ । ଚିନ୍ତା ବୃଦ୍ଧି ପାଇବ । ବ୍ୟବସାୟରେ ଲାଭ କମ ହେବ । ମହିଳା ଓ ଛାତ୍ରଛାତ୍ରୀମାନେ ମାନସୀକ ଯନ୍ତ୍ରଣା ପାଇପାରନ୍ତି ।

🌹ବୃଷ🌷👉–ଆଜି ଦିନଟି କର୍ମକ୍ଷେତ୍ରରେ ଅଧସ୍ତନ କର୍ମଚାରିଙ୍କର ସପୂର୍ଣ ସହଯୋଗ ମିଳିବ । ସାସଂରିକ ଜିବନ ଆନନ୍ଦଭରା ରହିବ । ସ୍ୱାସ୍ଥ୍ୟ ଜନିତ ସମସ୍ୟା ଓ ଅଯଥା ବ୍ୟୟ ଦୁର ହେବ । ମହିଳା ଓ ଛାତ୍ରଛାତ୍ରୀମାନେ ମାନସୀକ ସ୍ତରରେ ଖୁସିରେ କାଟିବେ ।

🌹ମିଥୁନ🌷👉-ଏହି ରାଶିର ଲୋକମାନଙ୍କ ପାଇଁ ଆଜିିି ବ୍ୟବସାୟରେ ଲାଭବାନ ହେବେ । ପାରିବାରିକ ଶାନ୍ତି ମିଳିବ । କର୍ମ କ୍ଷେତ୍ରରେ ନୂତନ ସୁଯୋଗ ସୃଷ୍ଟି ହୋଇପାରେ । ମହିଳା ଓ ଛାତ୍ରଛାତ୍ରୀମାନେ ଦିନଟି ଉତ୍ସାହରେ ଅତିବାହିତ କରିବେ ।

🌹କର୍କଟ🌷👉–ଆଜିିର ଦିନଟି ସନ୍ତାନ ମାନଙ୍କୁ ନେଇ ଗର୍ବ ଅନୁଭବ କରିବେ, ନୂତନ ବସ୍ତ୍ର ଆଦି ଆଭୁଷଣ ପ୍ରାପ୍ତି ହେବ । ନୂତନ ଯୋଜନାରେ ସଫଳ ହେବେ । ଆର୍ଥିକ ଉନ୍ନତି ବହୁ ପରିମାଣରେ ବୃଦ୍ଧି ପାଇବ । ମହିଳା ଓ ଛାତ୍ରୀମାନେ କୌଣସି ଦିଗରୁ ପୁରଷ୍କୃତ ହେବେ ।

🌹ସିଂହ🌷👉– ଆଜିିର ଦିନଟି ସମାଜିକ ସ୍ତରରେ ମାନ ସମ୍ମାନ ବୃଦ୍ଧି ହେବ । ଧନ ସଂଚୟ ପାଇଁ ଦିବସଟି ବେସ ଉତମ । ଚାକିରୀରେ ପଦ ମର୍ଯ୍ୟଦା ପ୍ରାପ୍ତି ହୋଇପାରେ । ମହିଳ ଓ ଛାତ୍ରମାନେ କର୍ମ ନିପୂଣ ହେବେ ।

🌹କନ୍ୟା🌷👉– ଆଜି ମାନସିକ ଅବସାଦ ମନକୁ ଭାରାକ୍ରାନ୍ତ କରିବ, ଋଣକରିବାର ର୍ଦୁଯୋଗ ରହିବ, ସାଂସାରିକ ଜୀବନକୁ ନେଇ ଚିନ୍ତିତ ରହିବେ, ରାଜନୈତିକ କ୍ଷେତ୍ରରେ ବହୁ ସମସ୍ୟା ଦେଖାଦେବ, ମହିଳା ଓ ଛାତ୍ରଛାତ୍ରୀମାନେ ବିସାଦରେ ଦିନଟି ଅତିବାହିତ କରିବେ ।

🌹ତୁଳା🌷👉–ଆଜି କର୍ମକ୍ଷେତ୍ରରେ ସତର୍କତା ଅବଲମ୍ବନ କରନ୍ତୁ ନହେଲେ କିଛି କ୍ଷତି ସହିବାକୁ ପଡିପାରେ ଏବଂ ବହୁଦିନରୁ ଲାଗିରହିଥିବା ମାଲିମକୋଦମାର ସମାଧାନ ହେବାର ସମ୍ଭାବନା ଷୃଷ୍ଟି ହେବ, ତଥାପି ରସାୟନ ସମ୍ବନ୍ଧିୟ ବ୍ୟବସାୟୀ ମାନେ ଶୁଭଫଳ ଅନୁଭବ କରିବେ ।

🌹ବିଛା🌷👉–ଆଜି ଆଜିର ଦିନଟି ବିଳାସ ବେସନରେ ଅତିବାହିତ ହେବା ସଙ୍ଗେ ସଙ୍ଗେ ଆର୍ଥିକ ବୃଦ୍ଧି ହେବ । ପ୍ରସାଶନିକ ସେବା କ୍ଷେତ୍ରରେ କର୍ମରତ ମାନେ ଶୁଭଫଳ ଅଧିକ ପାଇବେ । ମହିଳାମାନେ ଓ ଛାତ୍ରଛାତ୍ରୀମାନେ ଅତ୍ୟନ୍ତ ସୁଖୀ ହେବେ ।

🌹ଧନୁ🌷👉– ଏହି ରାଶିର ଲୋକମାନଙ୍କ ପାଇଁ ଆଜିର ଦିନଟି ସୁଖ ଓ ଶାନ୍ତିରେ ଅତିବାହିତ ହେବ । କର୍ମ କ୍ଷେତ୍ରରେ ସାହାଯ୍ୟ ସହଯୋଗ ମିଳିବ । ମହିଳା ଓ ଛାତ୍ରଛାତ୍ରୀମାନେ ଉତ୍ସାହରେ ଦିନଟି କାଟିବେ ।

🌹ମକର🌷👉– ଏହି ରାଶିର ଲୋକମାନଙ୍କ ପାଇଁ ଆଜିିର ଦିନଟି ଶାରୀରିକ ଅସୁସ୍ଥତା ଦେହ ଓ ମନକୁ ଅବଶ କରିଦେବ । ଚିନ୍ତା ଯୋଗୁଁ ରକ୍ତଚାପ ବୃଦ୍ଧି ପାଇବ । ବ୍ୟବସାୟରେ ଲାଭ କମ ହେବ । ଅଯଥା ବ୍ଯୟ ଯୋଗ ରହିଛି।

🌹କୁମ୍ଭ🌷👉–ଆଜି କର୍ମକ୍ଷେତ୍ରରେ ଲାଭ ବୃଦ୍ଧି ପରିଲିକ୍ଷିତ ହେବ । ବ୍ୟୟଠାରୁ ଆୟ ବଢିବ ତେଣୁ ମାନସିକ ତୃପ୍ତି ବଢିବ । ସନ୍ତାନ ମାନଙ୍କ ଶିକ୍ଷା ପାଇଁ ଖର୍ଚ୍ଚ ବୃଦ୍ଧି ପରିଲକ୍ଷିତ ହୋଇପାରେ । ମହିଳାମାନେ ପାରିବାରିକ ପରିବେଶରେ ନିଜକୁ ସ୍ଥିର କରିପାରିବେ ।

🌹ମୀନ🌷👉–ଆଜି ଦେହ ମନ ଭଲ ରହିବ, ଉଚ୍ଚସ୍ତରୀୟ ବ୍ୟକ୍ତିଙ୍କ ସାନିଧ୍ୟ ଲାଭ କରିବେ । କର୍ମ କ୍ଷେତ୍ରରେ ସମସ୍ତ ଦିଗରୁ ସହଯୋଗର ହାତ ବଢିବ । ମହିଳାମାନେ ନିଜକୁ ଗୃହ କାର୍ଯ୍ୟରେ ନିମଗ୍ନ ରଖିବେ ଓ ଛାତ୍ରଛାତ୍ରୀମାନେ ବିଦ୍ୟାରେ ସଫଳତା ହାସଲ କରିବେ ।

Leave a comment

Your email address will not be published. Required fields are marked *