#State #Twin City #ରାଜ୍ୟ ଖବର

ରାଜ୍ୟରେ କ ରୋନା ଅପଡେଟ

ଭୁବନେଶ୍ୱର(ଉଲାପ୍ର)ରାଜ୍ୟରେ ଆଉ ୧୩୮୪ କରୋନା ଆକ୍ରାନ୍ତ ଚିହ୍ନଟ, ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୩୬୨୯୭ ରେ ପହଞ୍ଚିଲା,ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୧୩୮୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୬୨୯୭ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୭୩ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୫୧୧ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୫ଜଣ, ବାଲେଶ୍ୱର ଜିଲ୍ଲାରୁ ୭୯ଜଣ, ବରଗଡ଼ ଜିଲ୍ଲାରୁ ୩୩ଜଣ, ଭଦ୍ରକ ଜିଲ୍ଲାରୁ ୨୫ଜଣ, ବଲାଙ୍ଗୀର ଜିଲ୍ଲାରୁ ୫୧ଜଣ,ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୬୨୯୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୪୦୯୫ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୨୧୯୫୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୫୫୬୫୮୮ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।ରାଜ୍ୟରେ ଆଉ ୧୦ ଜଣଙ୍କ ଜୀବନ ନେଲା କୋରୋନା ଭାଇରସ । ରାଜ୍ୟରେ କୋରୋନା ମୃତ୍ୟୁ ସଂଖ୍ୟା ୨୦୭କୁ ବୃଦ୍ଧି । ରାୟଗଡ଼ା ଓ ଗଞ୍ଜାମରେ କୋରୋନାରେ ୩ ଜଣ ଲେଖାଏଁ ମୃତ । ଗଜପତିରେ ୨, ଖୋର୍ଦ୍ଧା ଓ କଳହାଣ୍ଡିରେ ଜଣେ ଲେଖାଏଁ ମୃତ,ବିଶ୍ବରେ କୋରୋନା ମୃତ୍ୟୁ ସଂଖ୍ୟା ୬ ଲକ୍ଷ ୯୨ ହଜାର ୬୯୪କୁ ବୃଦ୍ଧି । କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୮୨ ଲକ୍ଷ ୩୧ ହଜାର ୪୬୬ । ଆମେରିକାରେ ମୃତ୍ୟୁ ସଂଖ୍ୟା ସର୍ବାଧିକ ୧ ଲକ୍ଷ ୫୮ ହଜାର ୩୬୫କୁ ବୃଦ୍ଧି । ବ୍ରାଜିଲରେ କୋରୋନା ମୃତ୍ୟୁ ସଂଖ୍ୟା ୯୪ ହଜାର ୧୩୦ରେ ପହଞ୍ଚିଲା।

Leave a comment

Your email address will not be published. Required fields are marked *