ଆଜିର ରାଶିଫଳ
ଅଦ୍ୟ ଅଗଷ୍ଟ ୧୭ ତାରିଖ ୨୦୨୦ମସିହା(ସୋମବାର)
ଶକାବ୍ଦ -୧୯୪୨
ସମ୍ବତ -୨୦୭୭
ସାଲ-୧୪୨୭
ସମ୍ବତ୍ସର -ଆନନ୍ଦୋ
ଭାଦ୍ରବ-କୃଷ୍ଣପକ୍ଷ
ତିଥି -ତ୍ରୟୋଦଶୀ ଦିବା ଘ୧୨/୨୬ ପର୍ଯ୍ୟନ୍ତ ତଦନ୍ତେ ଚତୁର୍ଦ୍ଦଶୀ ନକ୍ଷତ୍ର-ପୁନର୍ବସୁ ଦିବା ଘ୦୭/୨୦ ପର୍ଯ୍ୟନ୍ତ ତଦନ୍ତେ ପୁଷ୍ୟ।
ଚନ୍ଦ୍ର-କର୍କଟ
ଯୋଗ-ଆସୃକ
କରଣ-ବାଣିଜ୍ୟ
ସୌରମାସ -ସିଂହ ୦୨ ଦିନ
ସୁର୍ୟୋଦୟ -ପ୍ରାତଃ ଘ୦୫/୩୧/୩୯
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୧୧/୪୦
ଯୋଗିନୀ ଦକ୍ଷିଣେ ଦିବା ଘ୧୨/୨୭ ଗତେ ପଶ୍ଚିମେ
ମିଥୁନ ରାଶିର ଘାତବାର ଅଦ୍ୟ ଚତୁର୍ଦ୍ଦଶୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ଓ ତ୍ରୟୋଦଶୀ ର ଏକୋଦିଷ୍ଟ ଶ୍ରାଦ୍ଧ
ମୃତେ ଦିବା ଘ ୦୭/୨୦ ମଧ୍ୟେ ଏକପାଦ ପୁଷ୍କର ଦୋଷ
କାଳବେଳା -ଦିବା ଘ୦୭/୦୫ଗତେ ଘ୦୮/୪୮ମଧ୍ୟେ
ବାରବେଳା – ଦିବା ଘ୦୩/୨୨ଗତେ ଘ୦୫/୦୪ମଧ୍ୟେ
ଅମୃତବେଳା-ଦିବା ୦୭/୦୩ ମଧ୍ୟେ ଓ ଘ୦୧/୪୭ଗତେ ଘ୦୩/୨୦ମଧ୍ୟେ
ମାହେନ୍ଦ୍ରବେଳା- ଦିବା ଘ ୦୮/୫୧ଗତେ ଘ୧୦/୨୫ମଧ୍ୟେ ଓ ରାତ୍ରି ଘ୨୨/୦୯ଗତେ ଘ୦୧/୩୩ମଧ୍ୟେ
*ଅଦ୍ୟ ବାଇଗଣ ଦିବା ଘ୧୨/୨୭ ଗତେ ବିରି ଭକ୍ଷଣ ନିଷେଧ
*🌹ମେଷ🌹👉*
ଆଜି ପ୍ରତ୍ୟେକ କ୍ଷେତ୍ରରେ ପ୍ରତିବନ୍ଧକ ଲାଗି ରହିବ କିନ୍ତୁ ଆପଣ ଖର୍ଚ୍ଚାନ୍ତ ହୋଇ କାମ ହାସଲ କରିବେ ।ମନର ସରସତା ଉଭେଇ ଯାଇପାରେ । ଗୃହ ସମସ୍ୟା, ଗାଡିମୋଟର ସମ୍ପର୍କୀୟ ପ୍ରତିବନ୍ଧକ ଲାଗି ରହିବ । ବନ୍ଧୁବାନ୍ଧବ, ଧାରକରଜ ପ୍ରଭୃତିକୁ କେନ୍ଦ୍ରକରି କଳହର ଆଶଙ୍କାକୁ ଏଡାଇ ଦିଆଯାଇ ନ ପାରେ।
🌹ବୃଷ🌹👉
ଆଜି ଆର୍ଥିକ ସହାୟତା ପ୍ରଦାନ କରିବାର ମାର୍ଗ ଉନ୍ମୁକ୍ତ ହୋଇଜିବ। ଆକସ୍ମିକ ଭାବରେ ନିମନ୍ତ୍ରିତ ହୋଇ ଆଲୋଚନାରେ ନିଜକୁ ସାମିଲ କରିବାକୁ ପଡିପାରେ। ଦୀର୍ଘ ଦିନର ସୁଚିନ୍ତିତ ନୂତନ ଗୃହ ବାବାଣିଜ୍ୟାରମ୍ଭ କରିପାରନ୍ତି। ଜଣେ ଅନ୍ତରଙ୍ଗ ବନ୍ଧୁଙ୍କ କଥା ବାରମ୍ବାର ମନରେ ଆଲୋଡନ ସୃଷ୍ଟି କରିବ।
🌹ମିଥୁନ🌹👉
ଆଜି କୌଣସି ବିବାଦୀୟ ଘଟଣାରେ ହସ୍ତକ୍ଷେପ ଆପଣଙ୍କୁ ମହଙ୍ଗା ପଡିପାରେ। ସାଧାରଣ କଥାକୁ କେନ୍ଦ୍ରକରି ପାରିବାରିକ ଅସ୍ଥିରତା ସକାଶେ ମନ ଭଲ ରହିବ ନାହିଁ । ପରିସ୍ଥିତିବଶତଃ ନୂତନ ବନ୍ଧୁ ସମ୍ପର୍କ ଯୋଡିବା ପାଇଁ ଚେଷ୍ଟା କଲେ ଉପକୃତ ହେବେ। କଳା, ସାହିତ୍ୟ କ୍ଷେତ୍ରରେ କୈାଣସି ପ୍ରକାରର ଅସୁବିଧା ହେବନାହିଁ।
🌹କର୍କଟ🌹👉
ଆଜି ସମସ୍ୟା ମଧ୍ୟରେ ପ୍ରତ୍ୟେକ କାମକୁ ସମ୍ପନ୍ନ କରିବେ । ସାମାଜିକ ସ୍ତରରେ ଯେଉଁ ଆଶା ନେଇ କାହା ପାଇଁ କିଛି କରିବେ, ପ୍ରତିବଦଳରେ କିଛି ପାଇବେ ନାହିଁ । ଆଜିର ଯାତ୍ରା ସମୟରେ ଜଣେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହୋଇପାରନ୍ତି। ବାଣିଜ୍ୟ, ବ୍ୟବସାୟ, ପରିବହନ, ଆଇନ ଅଦାଲତ କ୍ଷେତ୍ରରୁ ସୁଫଳ ପାଇବେ ।
🌹ସିଂହ🌹👉
କର୍ମକ୍ଷେତ୍ରର ବିଭିନ୍ନ ସମସ୍ୟା ବିଷୟରେ ସମାଧାନର ଚିନ୍ତା ମନକୁ ସାମୟିକ ବିବ୍ରତ କରିପାରେ।ବନ୍ଧୁଙ୍କ ମାଧ୍ୟମରେ ଅଭିଳଷିତ ଜିନିଷ ପାଇପାରିବେ। ତରବରିଆ ଯାତ୍ରାକରନ୍ତୁ ନାହିଁ , ସତର୍କ ନ ରହିଲେ ସାଧାରଣ ଆଘାତ ଲାଗିପାରେ । ରଚନାତ୍ମକ କାମ, ପରିବହନ, ବ୍ୟବସାୟ ସକାଶେ ଦିନଟି ବହୁତ ଭଲ ।
🌹କନ୍ୟା🌹👉
ଆଜି ଆପଣ କର୍ମକ୍ଷେତ୍ରରେ ଅନ୍ୟମାନଙ୍କ କଥାକୁ ସରଳ ଓ ସହଜରେ ଗ୍ରହଣ କରି ପାରିବେ ନାହିଁ । ସମୟ ସୁବିଧାକୁ ନେଇ ବନ୍ଧୁଙ୍କ ପାଖରେ ଅଭାବ ଅସୁବିଧା ଜଣାନ୍ତୁ, ଅବଶ୍ୟ ଆଶା ପୂରଣ ହୋଇଯିବ, ଏଥିରେ ଆଦୌ ସନ୍ଦେହ ନାହିଁ । ଅନ୍ୟମାନଙ୍କ ଦ୍ୱାରା ସମ୍ପନ୍ନ କରାଯାଇଥିବା କାମଗୁଡିକର ସମୀକ୍ଷା କରି ବ୍ୟସ୍ତତା ଅନୁଭବ କରିବେ ।
🌹ତୁଳା🌹👉
ଆଜି କର୍ମକ୍ଷେତ୍ରରେ ଅବ୍ୟବସ୍ଥା, ପାରିବାରିକ ଜୀବନକୁ ପ୍ରଭାବିତ କରିବ । ଅବଶ୍ୟ ବହୁଳାଂଶରେ ସୁଫଳ ପାଇପାରିବେ । ମିତ୍ରତା ବନ୍ଧନରେ ଆବଦ୍ଧ ହେବା ସହ ସାମ୍ବାଦିକତା, ସଙ୍ଗୀତ, ଚଳଚ୍ଚିତ୍ର କ୍ଷେତ୍ରରେ ଦ୍ରୁତୋନ୍ନତି ପରିଲକ୍ଷିତ ହୋଇପାରେ ।ପାରିବାରିକ କଳହ ଦୂରିଭୁତ ହେବ।
🌹ବିଛା🌹👉
ଆଜି ପୂର୍ବସ୍ଥିରୀକୃତ ସ୍ଥାନକୁ ଯାତ୍ରା କରିପାରନ୍ତି। ବନ୍ଧୁମିଳନ ସହ ସାମୂହିକ ଆଲୋଚନା ମଧ୍ୟ ଫଳପ୍ରଦ ହୋଇପାରିବ। ବ୍ୟବସାୟ ଓ ଶିଳ୍ପ, ବାଣିଜ୍ୟ କ୍ଷେତ୍ରରେ ସହଜ ଓ ସୁବିଧାରେ ଲକ୍ଷ୍ୟ ହାସଲ କରିବେ। କର୍ମକ୍ଷେତ୍ରରେ ପ୍ରତ୍ୟେକଙ୍କର ପ୍ରତ୍ୟେକ କଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବାର ଆଶଙ୍କା ରହିଛି ।
🌹ଧନୁ🌹👉
ଆଜି ଆଧ୍ୟାତ୍ମିକ ଭାବଧାରାକୁ ପରିପୁଷ୍ଟ କରିବେ। ଶାନ୍ତ ଓ ସୁଶିଳତାର ଝଲକରେ ଆତ୍ମୀୟସ୍ବଜନଙ୍କ ମନ କିଣି ନେଇପାରନ୍ତି। କିନ୍ତୁ ପାରିବାରିକ ଭୁଲ୍ ବୁଝାମଣା ହେତୁ ଅଭାବ ନ ଥିଲେ ମଧ୍ୟ ମାନସିକ ଅସ୍ଥିରତା ଲାଗି ରହିବ। ଯାନବାହନ କିମ୍ବା ଯାନ୍ତ୍ରିକ ଜିନିଷ କିଣିବା ସକାଶେ ମନ ବଳାଇ ପାରନ୍ତି।
🌹ମକର🌹👉
ଆଜି ମନ ଚାହୁଁଥିବା କାମ କରିବାରେ ପ୍ରତିବନ୍ଧକ ସୃଷ୍ଟିହେବ। ଅବଶ୍ୟ ନିକଟ ସମ୍ପର୍କୀୟ ପ୍ରିୟଜନଙ୍କ ଆଶ୍ୱାସନା ମନକୁ ଲାଘବ କରିଦେଇପାରେ। ବ୍ୟବସାୟ, ପରିବହନରେ ଉନ୍ନତି ଘଟିବ। ଶ୍ରବଣା ନକ୍ଷତ୍ର ଅନ୍ୟର ବିନା ସାହାଯ୍ୟରେ ବ୍ୟକ୍ତିଗତ ବ୍ୟବସ୍ଥା ଦ୍ୱାରା କେତେକାଂଶରେ ଉପକୃତ ହୋଇପାରନ୍ତି।
🌹କୁମ୍ଭ🌹👉
ଆଜି ସମସ୍ତ ସମସ୍ୟା ଓ ଶତ୍ରୁତାର ପରିସମାପ୍ତି ଘଟାଇପାରନ୍ତି। କିନ୍ତୁ ବାରମ୍ବାର ସ୍ଥାନ ଓ କାମର ପରିବର୍ତ୍ତନ ଚିନ୍ତା ମନରେ ଆଲୋଡନ ସୃଷ୍ଟି କରିବ। କିନ୍ତୁ ମନ ବୁଝିଲା ଭଳି କଥା କିମ୍ବା ଲୋଭନୀୟ ପ୍ରତିଶ୍ରୁତି ଦେଇ ବନ୍ଧୁଙ୍କୁ ଆପଣେଇ ନେଇ ପାରନ୍ତି। ସ୍ବାସ୍ଥ୍ୟରେ ଦ୍ରୁତ ଉନ୍ନତି ପରିଲକ୍ଷିତ ହେବାରୁ ଆଶ୍ୱସ୍ତି ଲାଭ କରିବେ।
🌹ମୀନ🌹👉
ଆଜି କର୍ଯ୍ୟ ସାମାନ୍ୟ ବିଳମ୍ବିତ ସମୟରେ ସମ୍ପନ୍ନ ହେବ। ପ୍ରତ୍ୟେକ ଦୃଷ୍ଟିକୋଣରୁ ଦିନଟି ବହୁତ ଭଲ ଏବଂ ଆଶାଜନକ ସୁଫଳ ନିଶ୍ଚିତ ପାଇବେ। ଶିଳ୍ପ, ବ୍ୟବସାୟ, ନିର୍ମାଣ ଓ ପରିବହନ କ୍ଷେତ୍ରରେ ତରବରିଆ ପଦକ୍ଷେପ ନିଅନ୍ତୁ ନାହିଁ। ଅତି ଭଲ ସମ୍ପର୍କ ରହିଥିବା ନିଜ ଲୋକଙ୍କ ଈର୍ଷାପରାୟଣତା ହେତୁ ବ୍ୟସ୍ତ ହେବେ।
Odia 







































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































