#Vastu & Astrology

ଆଜିର ରାଶିଫଳ

ଅଦ୍ୟ ଅଗଷ୍ଟ ୧୯ ତାରିଖ ୨୦୨୦ମସିହା(ବୁଧବାର)
ଶକାବ୍ଦ -୧୯୪୨
ସମ୍ବତ -୨୦୭୭
ସାଲ-୧୪୨୭
ସମ୍ବତ୍ସର -ଆନନ୍ଦୋ
ଭାଦ୍ରବ-କୃଷ୍ଣପକ୍ଷ
ତିଥି -ଅମାବାସ୍ୟା ଦିବା ଘ୦୮/୦୬ ପର୍ଯ୍ୟନ୍ତ ତଦନ୍ତେ ପ୍ରତିପଦା ନକ୍ଷତ୍ର-ମଘା ରାତ୍ର ଘ୦୨/୪୩ ପର୍ଯ୍ୟନ୍ତ ତଦନ୍ତେ ପୂର୍ବାଫା
ଚନ୍ଦ୍ର-ସିଂହ
ଯୋଗ-ପରିଘ
କରଣ-ନାଗ
ସୌରମାସ -ସିଂହ ୦୪ ଦିନ
ଆଦ୍ୟ ସପ୍ତପୁରୀ ଅମାବାସ୍ୟା


ସୁର୍ୟୋଦୟ -ପ୍ରାତଃ ଘ୦୫/୩୨/୦୯

ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୦୯/୨୦

ଯୋଗିନୀ ଐଶାନ୍ୟେ ଦିବା ଘ୦୮/୦୬ ଗତେ ପୂର୍ବେ
କର୍କଟ ଓ ମକର ରାଶିରେ ଘାତଚନ୍ଦ୍ର
କର୍କଟ ରାଶିର ଘାତବାର ଅଦ୍ୟ ପ୍ରତିପଦା ର ଆକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ ।

ମୃତେ ରାତ୍ର ଘ ୦୫/୧୫ ଗତେ ଏକପାଦ ପୁଷ୍କର ଦୋଷ

କାଳବେଳା -ଦିବା ଘ୦୮/୪୫ଗତେ ଘ୧୦/୨୭ମଧ୍ୟେ
ବାରବେଳା – ଦିବା ଘ୧୨/୦୨ଗତେ ଘ୦୧/୪୬ମଧ୍ୟେ


ମେଷ:👉 ଆଜି ଦିନଟି ଆପଣଙ୍କ ସ୍ବାସ୍ଥ୍ୟ ଭଲରହିବ। ପୂଜାର୍ଚନା ପାଇଁ ଅନୁକୁଳ ରହିବ। ଆପଣଙ୍କ ଯୋଜନାକୁ କାର୍ଯ୍ୟରୂପ ଦେବା ଲାଗି କ୍ରମାଗତ ପ୍ରୟାସ କରିବେ ଏବ˚ ସଫଳ ହେବେ। ବିଦେଶ ଯିବା ଲୋକ ଶୁଭ ଖବର ପାଇବେ।

ବୃଷ: 👉ଆଜି ନିଜେ ଜୀବନରେ କିଛି କରିବା ପାଇଁ ମନରେ ନୂଆ ନୂଆ ଚିନ୍ତା ଉତ୍ପନ୍ନ ହେବ। ନେତାଙ୍କ ମାଧୢମରେ ଲାଭ ପାଇବେ। ବ୍ୟବସାୟରେ ଲାଗି ରହିଥିବା ବାଧା ଦୂର ହେବ। ପାରିବାରିକ ଜୀବନ ଶାନ୍ତିମୟ ହେବ।

ମିଥୁନ: 👉ଆଜି ଯାତାୟାତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ।କିଛି ନୂଆ ଅନୁଭବ କରି‌େବ। ପଇସା ଯେମିତି ଆସିବ; ସେମିତି ଖର୍ଚ୍ଚ ହୋଇଯିବ। ଅଫିସ୍‌ରେ ମହତ୍ତ୍ବପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ସାକ୍ଷାତ ହେବ। ଖାଦ୍ୟ ପାନୀୟ ପ୍ରତି ସଜାଗ ରହନ୍ତୁ।

କର୍କଟ:👉 ଦିନଟି ଆପଣଙ୍କ ଲାଗି ସବୁ ଦୃଷ୍ଟିରୁ ଭଲ। ଆପଣଙ୍କ ଜୀବନରେ କିଛି ନୂଆ ପରିବର୍ତ୍ତନ ଆସିବ। ବିଦେଶରେ ଚାକିରି ପାଇଁ ପ୍ରୟାସ କରୁଥିବା ବ୍ୟକ୍ତିଙ୍କୁ ଶୁଭ ସ˚କେତ ମିଳିପାରେ। ହୋଟେଲ ଓ ଖୁଦ୍ର ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ ହେବ।

ସି˚ହ: 👉ଆଜି ଶୁଭଗ୍ରହ ଙ୍କ କୃପା ଦୃଷ୍ଟି ଆପଣଙ୍କ ଉପରେ ରହିଛି। ସଫଳତାର ଶିଖର ଆଡ଼କୁ ଅଗ୍ରସର ହେବେ। ଆୟ ବୃଦ୍ଧି ହେବ। ବନ୍ଧୁବାନ୍ଧବଙ୍କ ସହିତ ଖୁସି ବାଣ୍ଟିବେ। ସ୍ବାଦିଷ୍ଠ ଖାଦ୍ୟ ଭୋଜନ କରିବେ। ସ୍ବାସ୍ଥ୍ୟ ପ୍ରତି ଟିକେ ଧୢାନ ଦିଅନ୍ତୁ।

କନ୍ୟା:👉 ଆଜି ନିଜର ମିଷ୍ଟ ବ୍ୟବହାରରେ ସବୁ କାମ କରିନେବେ। ପ୍ରବନ୍ଧକର୍ତ୍ତା ଆପଣଙ୍କୁ କୌଣସି ବଡ଼ ଦାୟିତ୍ବ ଦେବେ। ନୂଆ ନୂଆ ଲୋକଙ୍କ ସହିତ ଯୋଗାଯୋଗ ହେବ। କଳାକାରଙ୍କୁ କାର୍ଯ୍ୟକ୍ରମର ଅନୁବନ୍ଧ ମିଳିବ।

ତୁଳା:👉 ସାମାଜିକ କାର୍ଯ୍ୟରେ ମହତ୍ତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିବେ। ଆପଣଙ୍କୁ କେହି ବନ୍ଧୁତାର ହାତ ବଢ଼ାଇବେ। ବିଦ୍ୟୁତ୍ ଓ ବଡ ବ୍ୟବସାୟୀମାନେ ନୂଆ ଡିଲ୍‌ କରିପାରନ୍ତି। ବାହନ କିଣିବା ଲାଗି ମନ ବଳିବ।

ବିଛା:👉 ଆଜି କୌଣସି କାର୍ଯ୍ୟକୁ ନୂଆ କରି ମୂଳରୁ ଆରମ୍ଭ କରିବେ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ଲାଭ ମିଳିବ। ଆଇନକାନୁନ ମାମଲାର ସହଜରେ ସମାଧାନ ହୋଇଯିବ। ପ୍ରେମପ୍ରସଙ୍ଗଯୁକ୍ତ ଜୀବନରେ ଖୁବ୍‌ ଆନନ୍ଦ ମିଳିବ।

ଧନୁ:👉 ଆର୍ଥିକ ଲାଭ ପାଇଁ ଭଲ ଦିନଟିଏ। କୌଣସି କାମରୁ ଯଥେଷ୍ଟ ଲାଭ ପାଇବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବା ଲାଗି ବଜାରକୁ ଯିବେ। ସନ୍ଧ୍ୟାରେ ବନ୍ଧୁଙ୍କ ସହିତ ହସଖୁସିରେ ସମୟ କଟିବ।

ମକର:👉 ପରିବାରରେ ଏକତା ଓ ପ୍ରେମ ବଢ଼ିବ। ସ୍ଥଗିତ ଥିବା କାମ ପୂରା କରିବାରେ ସହଯୋଗୀଙ୍କ ସହଯୋଗ ମିଳିବ। ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ମଜଭୁତ ହେବ। ବନ୍ଧୁଙ୍କ ସହିତ ସମ୍ବନ୍ଧରେ ସୁଧାର ଆସିବ

କୁମ୍ଭ:👉 ପିତାଙ୍କ କହିବା ମାର୍ଗରେ ଚାଲନ୍ତୁ, ଆପଣଙ୍କୁ ସଫଳତା ମିଳିବ। ବିଦେଶରେ ବ୍ୟବସାୟ କରୁଥିବା ବ୍ୟକ୍ତିବିଶେଷ ଆଜି ବଡ଼ ଡିଲ୍‌ କରିବେ। ପଇସାକୁ ନେଇ କାହାରି ସହିତ ବିବାଦ ହୋଇପାରେ। ଦାମ୍ପତ୍ୟ ଜିବନରେ ପ୍ରିତି ବଜାୟ ରହିବ।

ମୀନ:👉 ଆଧୢାତ୍ମିକ ଭାବନାରେ ସମୟ ବିତିବ। ବିଭିନ୍ନ କ୍ଷେତ୍ରରେ ଜ୍ଞାନ ଅର୍ଜନ କରିବାକୁ ପ୍ରୟାସ କରିବେ। କଳା ସାହିତ୍ୟ କ୍ଷେତ୍ରରେ ଆଗକୁ ବଢ଼ିବେ। ଚାକିରି ସମ୍ବନ୍ଧୀୟ ଖୁସି ଖବର ମିଳିବ।

Leave a comment

Your email address will not be published. Required fields are marked *