#Vastu & Astrology

ଆଜିର ରାଶିଫଳ

ଅଦ୍ୟ ସେପ୍ଟେମ୍ବର ୧୮ ତାରିଖ ୨୦୨୦ମସିହା(ଶୁକ୍ରବାର)
ଶକାବ୍ଦ -୧୯୪୨
ସମ୍ବତ -୨୦୭୭
ସାଲ-୧୪୨୮
ସମ୍ବତ୍ସର -ଆନନ୍ଦୋ
ଆଶ୍ଵିନ-ମଳ ଶୁକ୍ଳପକ୍ଷ
ତିଥି-ପ୍ରତିପଦ ଦିବା ଘ୦୧/୧୨ ପର୍ଯ୍ୟନ୍ତ ତଦନ୍ତେ ଦ୍ଵିତୀୟା ନକ୍ଷତ୍ର-ଉତ୍ତରା :ଫା ଦିବା ଘ ୦୭/୫୧ପର୍ଯ୍ୟନ୍ତ ତଦନ୍ତେ ହସ୍ତା
ଚନ୍ଦ୍ର-କନ୍ୟା
ଯୋଗ-ଶୁକ୍ଳ
କରଣ-ବବ
ସୌରମାସ -କନ୍ୟା ୦୩ ଦିନ


ସୁର୍ୟୋଦୟ -ପ୍ରାତଃ ଘ୦୫/୩୯/୩୯

ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୪୪/୪୯

ଯୋଗିନୀ ପୂର୍ବେ ଦିବା ଘ୦୧/୧୩ ଗତେ ଉତ୍ତରେ
ବୃଷ ରାଶିର ଘାତଚନ୍ଦ୍ର

ବିଛା,ଧନୁ ଓ ମୀନ ରାଶିର ଘାତବାର ଅଦ୍ୟ ପ୍ରତିପଦ ଓ ଦ୍ଵିତୀୟା ର ଆକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ।

କାଳବେଳା ଓ ବାରବେଳା – ଦିବା ଘ୦୮/୪୨ଗତେ ଘ୧୧/୪୫ ମଧ୍ୟେ

ବିଶୁଦ୍ଧ ଅମୃତବେଳା-ଦିବା ଘ ୦୭/୧୩ ମଧ୍ୟେ ଓ ଘ୦୪/୧୨ଗତେ ଘ୦୫/୪୬ ମଧ୍ୟେ
ବିଶୁଦ୍ଧ ମାହେନ୍ଦ୍ରବେଳା- ଦିବା ଘ୦୭/୧୩ ଗତେ ଘ୦୮/୪୧ ମଧ୍ୟେ ଓ ଘ୧୧/୪୬ଗତେ ଘ୦୧/୧୫ ମଧ୍ୟେ


ଅଦ୍ୟ ପାଣିକଖାରୁ ଦିବା ଘ୦୧/୧୩ ଗତେ ବୋଇତି କଖାରୁ ଭକ୍ଷଣ ନିଷେଧ

🌹ମେଷ🌹👉: ଦିନଟି ଆପଣଙ୍କ ଲାଗି ଉତ୍ତମ ରହିବ। ଆପଣଙ୍କ ଯୋଜନାକୁ କାର୍ଯ୍ୟରୂପ ଦେବା ଲାଗି କ୍ରମାଗତ ପ୍ରୟାସ କରିବେ ଏବ˚ ସଫଳ ହେବେ। ଧନଲାଭର ଯୋଗ ରହିଛି। ବିଦେଶ ଯିବା ଲୋକ ଶୁଭ ଖବର ପାଇବେ। ସ୍ବାସ୍ଥ୍ୟ ବଢ଼ିଆ ରହିବ।*

🌹ବୃଷ🌹👉: ଜୀବନରେ କିଛି କରିବା ପାଇଁ ମନରେ ନୂଆ ନୂଆ ଚିନ୍ତା ଉତ୍ପନ୍ନ ହେବ। ନେତାଙ୍କ ମାଧୢମରେ ଲାଭ ପାଇବେ। ବ୍ୟବସାୟରେ ଲାଗି ରହିଥିବା ବାଧା ଦୂର ହେବ। ପାରିବାରିକ ଜୀବନ ଶାନ୍ତିମୟ ହେବ।

🌹ମିଥୁନ🌹👉: ଆଜି କିଛି ନୂଆ ଅନୁଭବ କରି‌େବ। ପଇସା ଯେମିତି ଆସିବ; ସେମିତି ଖର୍ଚ୍ଚ ହୋଇଯିବ। ଅଫିସ୍‌ରେ ମହତ୍ତ୍ବପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ସାକ୍ଷାତ ହେବ। ଖାଦ୍ୟ ପାନୀୟ ପ୍ରତି ସଜାଗ ରହନ୍ତୁ। ଯାତାୟାତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ।

🌹କର୍କଟ🌹👉: ଦିନଟି ଆପଣଙ୍କ ଲାଗି ସବୁ ଦୃଷ୍ଟିରୁ ଭଲ। ଆପଣଙ୍କ ଜୀବନରେ କିଛି ନୂଆ ପରିବର୍ତ୍ତନ ଆସିବ। ବିଦେଶରେ ଚାକିରି ପାଇଁ ପ୍ରୟାସ କରୁଥିବା ବ୍ୟକ୍ତିଙ୍କୁ ଶୁଭ ସ˚କେତ ମିଳିପାରେ। ହୋଟେଲ ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ ହେବ।

🌹ସି˚ହ🌹👉: ମାଆ ଦୁର୍ଗାଙ୍କ କୃପା ଦୃଷ୍ଟି ଆପଣଙ୍କ ଉପରେ ରହିଛି। ସଫଳତାର ଶିଖର ଆଡ଼କୁ ଅଗ୍ରସର ହେବେ। ଆୟ ବୃଦ୍ଧି ହେବ। ବନ୍ଧୁବାନ୍ଧବଙ୍କ ସହିତ ଖୁସି ବାଣ୍ଟିବେ। ସ୍ବାଦିଷ୍ଠ ଖାଦ୍ୟ ଭୋଜନ କରିବେ। ସ୍ବାସ୍ଥ୍ୟ ପ୍ରତି ଟିକେ ଧୢାନ ଦିଅନ୍ତୁ।

🌹କନ୍ୟା🌹👉: ନିଜର ମିଷ୍ଟ ବ୍ୟବହାରରେ ସବୁ କାମ କରିନେବେ। ପ୍ରବନ୍ଧକର୍ତ୍ତା ଆପଣଙ୍କୁ କୌଣସି ବଡ଼ ଦାୟିତ୍ବ ଦେବେ। ନୂଆ ନୂଆ ଲୋକଙ୍କ ସହିତ ଯୋଗାଯୋଗ ହେବ। କଳାକାରଙ୍କୁ କାର୍ଯ୍ୟକ୍ରମର ଅନୁବନ୍ଧ ମିଳିବ।

🌹ତୁଳା🌹👉: ସାମାଜିକ କାର୍ଯ୍ୟରେ ମହତ୍ତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିବେ। ଆପଣଙ୍କୁ କେହି ବନ୍ଧୁତାର ହାତ ବଢ଼ାଇବେ। ବିଦ୍ୟୁତ୍ ବ୍ୟବସାୟୀମାନେ ବଡ଼ ଡିଲ୍‌ କରିପାରନ୍ତି। ବାହନ କିଣିବା ଲାଗି ମନ ବଳିବ।

🌹ବିଛା🌹👉: ଊର୍ଜାର ସ୍ତର ଉଚ୍ଚା ରହିବ। କୌଣସି କାର୍ଯ୍ୟକୁ ନୂଆ କରି ମୂଳରୁ ଆରମ୍ଭ କରିବେ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ଲାଭ ମିଳିବ। ଆଇନକାନୁନ ମାମଲାର ସହଜରେ ସମାଧାନର ବାଟ ଫିଟିବ।

🌹ଧନୁ🌹👉: ଆର୍ଥିକ ଲାଭ ପାଇଁ ଭଲ ଦିନଟିଏ। କୌଣସି କାମରୁ ଯଥେଷ୍ଟ ଲାଭ ପାଇବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବା ଲାଗି ବଜାରକୁ ଯିବେ। ସନ୍ଧ୍ୟାରେ ବନ୍ଧୁଙ୍କ ସହିତ ହସଖୁସିରେ ସମୟ କଟିବ।

🌹ମକର🌹👉: ପରିବାରରେ ଏକତା ଓ ପ୍ରେମ ବଢ଼ିବ। ସ୍ଥଗିତ ଥିବା କାମ ପୂରା କରିବାରେ ସହଯୋଗୀଙ୍କ ସହଯୋଗ ମିଳିବ। ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ମଜଭୁତ ହେବ। ପ୍ରିୟ ବନ୍ଧୁଙ୍କ ସହିତ ସମ୍ବନ୍ଧରେ ମଧୁରତା ଆସିବ।

🌹କୁମ୍ଭ🌹👉: ପିତାଙ୍କ କହିବା ମାର୍ଗରେ ଚାଲନ୍ତୁ, ଆପଣଙ୍କୁ ସଫଳତା ମିଳିବ। ବିଦେଶରେ ବ୍ୟବସାୟ କରୁଥିବା ବ୍ୟକ୍ତିବିଶେଷ ଆଜି ବଡ଼ ଡିଲ୍‌ କରିବେ। ପଇସାକୁ ନେଇ କାହାରି ସହିତ ବିବାଦ ହୋଇପାରେ। ଦାମ୍ପତ୍ୟ ଜୀବନରେ ସାମଞ୍ଜସ୍ୟ ବଜାୟ ରହିବ।

🌹ମୀନ🌹👉: ଆଧାତ୍ମିକ ଭାବନାରେ ସମୟ ବିତିବ। ବିଭିନ୍ନ କ୍ଷେତ୍ରରେ ଜ୍ଞାନ ଅର୍ଜନ କରିବାକୁ ପ୍ରୟାସ କରିବେ। କଳା ସାହିତ୍ୟ କ୍ଷେତ୍ରରେ ଆଗକୁ ବଢ଼ିବେ। ଚାକିରି ସମ୍ବନ୍ଧୀୟ ଖୁସି ଖବର ମିଳିବ।

ଆଜିର ରାଶିଫଳ

Leave a comment

Your email address will not be published. Required fields are marked *