#Vastu & Astrology

ଆଜିର ରାଶିଫଳ

ଅଦ୍ୟ ସେପ୍ଟେମ୍ବର ୨୯ ତାରିଖ ୨୦୨୦ମସିହା(ମଙ୍ଗଳବାର)
ଶକାବ୍ଦ -୧୯୪୨
ସମ୍ବତ -୨୦୭୭
ସାଲ-୧୪୨୮
ସମ୍ବତ୍ସର -ଆନନ୍ଦୋ
ଆଶ୍ଵିନ-ମଳ ଶୁକ୍ଳପକ୍ଷ
ତିଥି-ତ୍ରୟୋଦଶୀ ରାତ୍ରି ଘ୨୦/୨୭ ପର୍ଯ୍ୟନ୍ତ ତଦନ୍ତେ ଚତୁର୍ଦ୍ଦଶୀ ନକ୍ଷତ୍ର-ଶତଭିିଶା ରାତ୍ରି ଘ ୦୧/୧୭ପର୍ଯ୍ୟନ୍ତ ତଦନ୍ତେ ପୂର୍ବଭାଦ୍ର
ଚନ୍ଦ୍ର- କୁମ୍ଭ
ଯୋଗ-ଶୂଳ
କରଣ-କୌଲବ
ସୌରମାସ -କନ୍ୟା ୧୪ ଦିନ


ସୁର୍ୟୋଦୟ -ପ୍ରାତଃ ଘ୦୫/୪୧/୧୯

ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୩୪/୩୯

ଯୋଗିନୀ ଦକ୍ଷିଣେ ରାତ୍ରି ଘ୧୦/୨୭ ଗତେ ପଶ୍ଚିମରେ
ମିଥୁନ ଓ ମୀନ ରାଶି ର ଘାତଚନ୍ଦ୍ର

ମକର ରାଶିର ଘାତବାର ଅଦ୍ୟ ତ୍ରୟୋଦଶୀ ର ଆକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ।

କାଳବେଳା -ଦିବା ଘ୦୧/୦୬ଗତେ ଘ୦୨/୩୫ମଧ୍ୟେ

ବାରବେଳା – ଦିବା ଘ୦୭/୧୧ଗତେ ଘ୦୮/୪୦ ମଧ୍ୟେ

ବିଶୁଦ୍ଧ ଅମୃତବେଳା-ଦିବା ଘ୦୮/୪୨ ଗତେ ଘ୧୦/୧୧ମଧ୍ୟେ ଓ ଘ୧୧/୪୨ଗତେ ଘ୦୧/୦୪ମଧ୍ୟେ
ବିଶୁଦ୍ଧ ମାହେନ୍ଦ୍ରବେଳା- ଦିବା ଘ୧୦/୧୦ ଗତେ ଘ ୧୧/୪୧ମଧ୍ୟେ ଓ ଘ୦୨/୩୬ଗତେ ଘ୦୪/୦୭ ମଧ୍ୟେ


ଅଦ୍ୟ ବାଇଗଣ ଭକ୍ଷଣ ନିଷେଧ
🌹👉ମେଷ-ବ୍ୟବସାୟରେ କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। କର୍ମକ୍ଷେତ୍ର କୃତକାର୍ଯ୍ୟ ହେବେ। ହରେଇଥିବା ଦ୍ରବ୍ୟ ଫେରି ପାଇବେ। ମହିଳାମାନେ ତରବରିଆ ଭାବରେ କୌଣସି କାମ ନକରି ପରିସ୍ଥିତିକୁ ଆଖିଆଗରେ ରଖି କାମକରିଲେ ଭଲ ହେବ।

🌹👉ବୃଷ- ହସଖୁସିରେ ସମୟ ବିତାଇବେ। ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। ଚାକିରୀ କ୍ଷେତ୍ରରେ ପଦୋନ୍ନତି ହେବ । ମହିଳାମାନେ ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ।

🌹ମିଥୁନ-ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀ ମାନେ ପ୍ରଚୁର ଲାଭ କରିବେ। ନୂଆ ନିଯୁକ୍ତି ଯୋଗ ଅଛି। ସୁଖ ସମୃଦ୍ଧି ବୃଦ୍ଧି ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ମାଲିମୋକଦ୍ଦମା କୃତକାର୍ଯ୍ୟ ହେବେ।

🌹👉କର୍କଟ -ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। କର୍ମ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ।

🌹👉ସିଂହ -ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ରୋଜଗାର ସମସ୍ୟା ସୁଧୁରି ଯିବ। ଧନ ଲାଭ ହେବାରୁ ମନ ଖୁସି ରହିବ। କାର୍ଯ୍ୟ ପୁରଣରେ ବିଳମ୍ବ ହେବ। ସମୟ ଗୁଡିକ ହସ ଖୁସିରେ ବିତିବ। କର୍ମକ୍ଷେତ୍ରରେ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ।

🌹👉କନ୍ୟା -ଆର୍ଥିକ ଦିଗରୁ ବେଶ୍ ଅନୁକୂଳ ଥିବାରୁ କିଛି ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କ ବାଲାନ୍ସ ବୃଦ୍ଧି ପାଇବ। ମହିଳାମାନେ ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ। ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ।

🌹👉ତୁଳା- ଅଚାନକ ଧନପ୍ରାପ୍ତି ହେବ। ଦୂରଯାତ୍ରାରେ ସଫଳ ହେବେ। କାର୍ଯ୍ୟ କ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧି ହେବ ସାମାଜିକ କାର୍ଯ୍ୟରେ ସଫଳତା ଓ ମାନସମ୍ମାନ ବୃଦ୍ଧି ହେବ। ଯାତ୍ରାରେ ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ କଟିବ।

🌹👉ବିଛା-ଧାର୍ମିକ କାର୍ଯ୍ୟରେ ରୁଚି ବଢିବ। ସଂଘର୍ଷ ଦ୍ଵାରା ସଫଳତା ମିଳିବ। ଅଧିକାରୀଙ୍କଠାରୁ ସହଯୋଗ ମିଳିବ। ନିଜ ଲୋକ ମନମୋଟିଆ ହେବେ। ମହିଳାମାନଙ୍କର ସନ୍ତାନଙ୍କ ଚିନ୍ତାରେ ମାନସିକ ଅସ୍ଥିରତା ବୃଦ୍ଧି ହେବ ଓ ଉଚିତପନ୍ଥା ଗ୍ରହଣ କରିବେ।

🌹👉ଧନୁ -ପରିଶ୍ରମର ଆଶାଜନକ ଫଳପ୍ରାପ୍ତି ହେବ। ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ। କର୍ମ କ୍ଷେତ୍ରରେ ଉନ୍ନତି କରିପାରିବେ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ପ୍ରବାସରେ  ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ।

🌹👉ମକର- ଅଫିସରେ ଅଟକି ରହିଥିବା କାମ ଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବ। ବାଣିଜ୍ୟ ଓ ପରିବହନରେ ଆଶାଜନକ ସଫଳତା ହାସଲ କରିବେ। ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବା ସହ ସନ୍ତାନ ସୁଖ ମିଳିବ। ଶାରୀରିକ ସୁସ୍ଥତା ଦେଖାଦେବ।

🌹👉କୁମ୍ଭ -ଗୁରୁଜନ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। କୃଷିଜିବୀମାନେ ହସଖୁସିରେ ସମୟ ବିତାଇବେ।ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିବ ଓ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରେ। ପ୍ରତିଯୋଗିତାରେ ବିଜୟୀ ହେବେ।

🌹👉ମୀନ-ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ଘଟିପାରେ। ରାଜନୈତିକ କ୍ଷେତ୍ରରେ ପୁରୁଣା ସମସ୍ୟା ସମାଧାନ କରି ବିଜୟୀ ହେବେ। ବାସଗୃହ ଓ ଯାନବାହାନ ନେଇ କେତେ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିବ। ପାରିବାରିକ ସମ୍ପର୍କରେ ଉନ୍ନତି ହେବ।

Leave a comment

Your email address will not be published. Required fields are marked *