ଆଜିର ରାଶିଫଳ
*ଅଦ୍ୟ ଅକ୍ଟୋବର ୨୦ ତାରିଖ ୨୦୨୦ମସିହା(ମଙ୍ଗଳବାର)*
ଶକାବ୍ଦ -୧୯୪୨
ସମ୍ବତ -୨୦୭୭
ସାଲ-୧୪୨୮
ସମ୍ବତ୍ସର -ଆନନ୍ଦୋ
ଆଶ୍ଵିନ-ଶୁକ୍ଳପକ୍ଷ
ତିଥି-ଚତୁର୍ଥୀ ଦିବା ଘ୧୧/୩୬ ପର୍ଯ୍ୟନ୍ତ ତଦନ୍ତେ ପଞ୍ଚମୀ ନକ୍ଷତ୍ର-ଜ୍ୟେଷ୍ଠା ରାତ୍ରି ଘ୦୨/୫୬ ପର୍ଯ୍ୟନ୍ତ ତଦନ୍ତେ ମୂଳା ଚନ୍ଦ୍ର- ବିଛା ରାତ୍ରି ଘ୦୨/୫୬ ପର୍ଯ୍ୟନ୍ତ ତଦନ୍ତେ ଧନୁ
ଯୋଗ-ସୌଭାଗ୍ୟ
କରଣ -ଵିଷ୍ଟି
ସୌରମାସ -ତୁଳା ୦୪ ଦିନ
ସୁର୍ୟୋଦୟ -ପ୍ରାତଃ ଘ୦୫/୪୭/୩୯
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୧୭/୨୯
ଯୋଗିନୀ ନୈରୁତକୋଣେ ଦିବା ଘ୧୧/୩୫ ପର୍ଯ୍ୟନ୍ତ ତଦନ୍ତେ ଦକ୍ଷିଣେ
ତୁଳା ଓ କୁମ୍ଭ ରାଶି ର ଘାତଚନ୍ଦ୍ର
ମକର ରାଶି ର ଘାତବାର
ଅଦ୍ୟ ପଞ୍ଚମୀର ର ଏକୋଦିଷ୍ଟ ଓ ପ୍ରାବଣ ଶ୍ରାଦ୍ଧ ଓ ଚତୁର୍ଥୀ ର ଏକୋଦିଷ୍ଟ ଶ୍ରାଦ୍ଧ
କାଳବେଳା -ଦିବା ଘ ୧୨/୫୯ ଗତେ ଘ୦୨/୨୬ ମଧ୍ୟେ
ବାରବେଳା – ଦିବା ଘ୦୭/୧୧ ଗତେ ଘ୦୮/୩୮ ମଧ୍ୟେ
ବିଶୁଦ୍ଧ ଅମୃତବେଳା- ଦିବା ଘ୦୮/୪୦ ଗତେ ଘ୧୦/୦୫ ମଧ୍ୟେ ଓ ଘ ୧୧/୩୨ଗତେ ଘ୧୨/୫୫ ମଧ୍ୟେ
ବିଶୁଦ୍ଧ ମହେନ୍ଦ୍ରବେଳା-ଘ ୧୦/୦୬ଗତେ ଘ୧୧/୩୨ ମଧ୍ୟେ ମଧ୍ୟେ ଓ ଘ୦୨/୨୮ଗତେ ଘ୦୩/୫୨ମଧ୍ୟେ
ଅଦ୍ୟ ମୂଳା ଦିବା ଘ ୧୧/୩୬ ଗତେ ବେଲ ଭକ୍ଷଣ ନିଷେଧ
ଡ:ବାୟୁନନ୍ଦନ ମିଶ୍ର
ଜୋତିଷ ଓ ବାସ୍ତୁ ପରାମର୍ଶକେନ୍ଦ୍ର
ଅଦୃଶ୍ୟଶକ୍ତିଭବନ
ଇଟାମୁଣ୍ଡଳୀ, ହଳଦିଆ, କଟକ-୭୫୪୨୦୭
ମୋବାଇଲ-9437064130,
9439435130 ,
7008489288
www.adrushyashaktiastro.com
🌹🌷💐ଆଜିର ରାଶିଫଳ🌹🌷💐
———————-
🌹ମେଷ🌷👉: ଆଜି ମାନସିକ ଅସୁସ୍ଥତା ଆପଣଙ୍କୁ ଅସୁବିଧା କରିପାରେ। ସ୍ଵାସ୍ଥ୍ୟ ସମ୍ବନ୍ଧରେ ଅଭିଯୋଗ ରହିବ। ଚାକିରିରେ ଉଚ୍ଚ ଅଧିକାରୀମାନଙ୍କ ସହିତ ସାବଧାନ ପୂର୍ବକ କାର୍ଯ୍ୟ କରନ୍ତୁ। ସନ୍ତାନମାନଙ୍କର ସମସ୍ୟା ଆପଣଙ୍କୁ ଚିନ୍ତିତ କରିପାରେ। ପ୍ରତିଦ୍ୱନ୍ଦୀ ନିଜର ଚାଲରେ ସଫଳ ହେବେ।
🌹ବୃଷ🌷👉: ଆଜି ଦାମ୍ପତ୍ୟ ଜୀବନରେ ସୁଖ ଅନୁଭବ କରିବେ। ପାରିବାରିକ ସଦସ୍ୟ ଏବଂ ନିକଟସ୍ଥ ବନ୍ଧୁମାନଙ୍କ ସହିତ ଉତ୍ତମ ଭୋଜନ କରିବାର ସୁଯୋଗ ମିଳିବ। ଛୋଟ ଯାତ୍ରାର ଆୟୋଜନ ହୋଇପାରେ। ସ୍ଵାସ୍ଥ୍ୟ ଭଲ ରହିବ ।ସ୍ନେହୀଜନ ମାନଙ୍କଠାରୁ ଶୁଭ ସମାଚାର ମିଳିପାରେ।
🌹ମିଥୁନ🌷👉: ଆଜି ଆପଣଙ୍କ ଅଧୂରା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ ତଥା କାର୍ଯ୍ୟରେ ସଫଳତା ଏବଂ ଯଶ ପ୍ରାପ୍ତି ହେବ। ଘରେ ଶାନ୍ତି ଏବଂ ଆନନ୍ଦର ବାତାବରଣ ରହିବ। ସ୍ଵାସ୍ଥ୍ୟ ଭଲ ରହିବ। ଆର୍ଥିକ ଲାଭ ହେବ। ଅଫିସ୍ ରେ ମନମାଳିନ୍ୟ ହୋଇପାରେ। ତେଣୁ ସାବଧାନ ରହିବା ଆବଶ୍ୟକ ଅଟେ।
🌹କର୍କଟ🌷👉: ଦିନର ଆରମ୍ଭ ଚିନ୍ତା ଏବଂ ଉଦ୍ଵେଗ ସହିତ ହେବ। ସ୍ଵାସ୍ଥ୍ୟକୁ ନେଇ କରି ମଧ୍ୟ ଅସୁବିଧା ହୋଇପାରେ। ଆକସ୍ମିକ ଧନ ଖର୍ଚ୍ଚ ହୋଇପାରେ। ପ୍ରେମ ପ୍ରସଂଗରେ ମନମାଳିନ୍ୟ ହୋଇପାରେ। ଯାତ୍ରାରେ ଅସୁବିଧା ଆସିପାରେ ।ଆକସ୍ମିକ ଇଷ୍ଟଦେବ ଦର୍ଶନର ସୁଯୋଗପାଇବେ।
🌹ସିଂହ🌷👉: ନକାରାତ୍ମକ ବିଚାର ହତାଶା ସୃଷ୍ଟି କରିବ। ଶାରୀରିକ ଏବଂ ମାନସିକ ରୂପରେ ଅସୁସ୍ଥତା ଅନୁଭବ କରିବେ। ମାତା-ପିତାଙ୍କର ସହିତ ମତଭେଦ ହୋଇପାରେ। ଜମି, ବାସଗୃହ ତଥା ବାହନ ଆଦିର କାଗଜପତ୍ରରେ ସାବଧାନ ରହିବେ।
🌹କନ୍ୟା🌷👉: ଆଜି ବିନା ଭାବି ବିଚାରି କୌଣସି କାର୍ଯ୍ୟ କରନ୍ତୁ ନାହିଁ। କାର୍ଯ୍ୟରେ ସଫଳତା ସେତେବେଳେ ଆପଣଙ୍କୁ ମିଳିବ ଯେତେବେଳେ, ପ୍ରତିଯୋଗୀମାନଙ୍କୁ ପରାସ୍ତ କରି ପାରିବେ। ଭାଇବନ୍ଧୁ ଏବଂ ପଡ଼ୋଶୀମାନଙ୍କ ସହିତ ଖୂବ ଭଲ ସମ୍ବନ୍ଧ ରହିବ। ଆର୍ଥିକ ଲାଭ ମଧ୍ୟ ହେବ।
🌹ତୁଳା🌷👉: ଆପଣଙ୍କ ଅନିୟନ୍ତ୍ରିତ ବାଣୀ କାହା ସହିତ ମନମାଳିନ୍ୟ କରାଇପାରେ। ଦ୍ୱନ୍ଦ୍ୱରେ ଫସିଥିବା ମନ ଆପଣଙ୍କୁ କୌଣସି ଠୋସ ନିର୍ଣ୍ଣୟ ନେବାକୁ ଦେବ ନାହିଁ। ମହତ୍ତ୍ଵପୂର୍ଣ୍ଣ ନିର୍ଣ୍ଣୟ ନେବା ପୂର୍ବରୁ ଭାବି ବିଚାରି ନିଅନ୍ତୁ। ସ୍ଵାସ୍ଥ୍ୟ ପ୍ରତି ଧ୍ୟାନ ରଖିବେ।
🌹ବିଚ୍ଛା🌷👉: ମନରେ ଖୁସି ଏବଂ ପ୍ରଫୁଲ୍ଲିତ ରହିବେ। କୁଟୁମ୍ବ ଏବଂ ମିତ୍ରମାନଙ୍କ ସହିତ ଉତ୍ତମ ଭୋଜନ, ଯାତ୍ରା କିମ୍ବା ସାକ୍ଷାତର ସୁଯୋଗ ମିଳିବ। ଜୀବନସାଥୀଙ୍କ ସହିତ ଆତ୍ମୀୟତାର ସୁଯୋଗ ଆସିବ। ଆର୍ଥିକ ଲାଭ ହେବ। ଶୁଭ ସମାଚାର ପ୍ରାପ୍ତ ହେବ।
🌹ଧନୁ🌷👉: ଆଜିର ଦିନ ଆପଣଙ୍କପାଇଁ ଟିକେ କଷ୍ଟଦାୟକ ହୋଇପାରେ। ସ୍ଵାସ୍ଥ୍ୟ ଖରାପ ହୋଇପାରେ। ପାରିବାରିକ ସଦସ୍ୟମାନଙ୍କ ସହିତ କଳହ କାରଣରୁ ମନ ଦୁଃଖୀ ହେବ। କୋର୍ଟ-କଚେରୀ ମାମଲାରେ ସାବଧାନ ରହିବେ। ଅଧିକ ଖର୍ଚ୍ଚ ହେବାରୁ ଆର୍ଥିକ ଅସୁବିଧା ଆସିପାରେ।
🌹ମକର🌷👉: ଜୀବନର ପ୍ରତ୍ୟେକ କ୍ଷେତ୍ରରେ ଆଜିର ଦିନ ଲାଭକାରୀ ପ୍ରମାଣିତ ହେବ। ମିତ୍ର ତଥା ବନ୍ଧୁମାନଙ୍କ ସହିତ ବାହରକୁ ଯାତ୍ରା କରିପାରନ୍ତି। ମହିଳା ମିତ୍ର ତଥା ପତ୍ନୀ ଙ୍କସହ ଭ୍ରମଣ କରିପାରନ୍ତି। ବିବାହୋତ୍ସୁକ ଯୁବକ-ଯୁବତିମାନଙ୍କର ବୈବାହିକ ସମସ୍ୟାର ସମାଧାନ ହେବ।
🌹କୁମ୍ଭ🌷👉: ଆପଣଙ୍କ ପ୍ରତ୍ୟେକ କାର୍ଯ୍ୟ ନିର୍ଵିଘ୍ନରେ ସମ୍ପୂର୍ଣ୍ଣ ହେବ, ଯେଉଁଥିରେ ଆପଣ ଖୁସି ରହିବେ। ଚାକିରି-ବ୍ୟବସାୟ କ୍ଷେତ୍ରରେ ପରିସ୍ଥିତି ଅନୁକୂଳ ରହିବ ଏବଂ କାର୍ଯ୍ୟରେ ସଫଳତା ମିଳିବ। ଗୃହସ୍ଥ ଜୀବନରେ ଆନନ୍ଦ ରହିବ। ଧନ ପ୍ରାପ୍ତି ଏବଂ ପଦୋନ୍ନତିର ଯୋଗଅଛି।
🌹ମୀନ🌷👉: ଆଧ୍ୟାତ୍ମିକତା ପ୍ରତି ଆକର୍ଷଣ ବଢ଼ିବ। ବାଣୀ ତଥା ବ୍ୟବହାର ଉପରେ ନିୟନ୍ତ୍ରଣ ରଖିଲେ ବହୁତ ଭ୍ରମଧାରଣାରୁ ବଞ୍ଚିତହୋଇପାରିବେ। ଅଚାନକ ଧନ ଲାଭ ହେବ କିନ୍ତୁ ସଞ୍ଚୟ ନହୋଇ ଅଯଥା ବ୍ୟୟ ହୋଇଯାଇ ପାରେ ।ଶତ୍ରୁମାନଙ୍କଠାରୁ ବଞ୍ଚିକରି ରୁହନ୍ତୁ।
Odia 








































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































