#Vastu & Astrology

ଆଜିର ରାଶିଫଳ


ଅଦ୍ୟ ଡିସେମ୍ବର ୨୨ ତାରିଖ ୨୦୨୦ ମସିହା(ମଙ୍ଗଳବାର)
ଶକାବ୍ଦ -୧୯୪୨
ସମ୍ବତ -୨୦୭୭
ସାଲ-୧୪୨୮
ସମ୍ବତ୍ସର -ଆନନ୍ଦୋ
ମାର୍ଗଶୀର-ଶୁକ୍ଳପକ୍ଷ
ତିଥି-ଅଷ୍ଟମୀ ରାତ୍ରି ଘ୦୬/୦୨ ପର୍ଯ୍ୟନ୍ତ ତଦନ୍ତେ ନବମୀ ନକ୍ଷତ୍ର- ଉତ୍ତରଭ।ଦ୍ର ରାତ୍ରି ଘ୦୨/୧୩ ପର୍ଯ୍ୟନ୍ତ ତଦନ୍ତେ ରେବତୀ
ଚନ୍ଦ୍ର- ମୀନ
ଯୋଗ-ବ୍ୟତିପ।ତ
କରଣ -ବବ
ସୌରମାସ – ଧନୁ ୦୮ ଦିନ
✧═════•❁❀❁•═════✧
ସୁର୍ୟୋଦୟ -ପ୍ରାତଃ ଘ୦୬/୨୦/୫୭
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୧୦/୫୯
✧═════•❁❀❁•═════✧
ଯୋଗିନୀ ଐଶନ୍ୟେ ରାତ୍ରି ଘ୦୬/୦୨ ପର୍ଯ୍ୟନ୍ତ ତଦନ୍ତେ ପୂର୍ବେ
ମକର ରାଶିର ଘାତବାର
ଧନୁ ରାଶି ର ଘାତଚନ୍ଦ୍ର
ଅଷ୍ଟିମୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
✧═════•❁❀❁•═════✧
କାଳବେଳା -ଦିବା ଘ୦୧/୦୫ତେ ଘ୦୨/୨୮ ମଧ୍ୟେ
ବରବେଳା- ଘ୦୭/୪୦ ଗତେ ଘ୦୯/୦୨ ମଧ୍ୟେ

✧═════•❁❀❁•════*
ବିଶୁଦ୍ଧ ଅମୃତବେଳା- ଦିବା ଘଘ୦୯/୦୪ ଗତେ ଘ ୧୦/୨୩ମଧ୍ୟେ ଓ ଘ୧୧/୪୪ ଗତେ ଘ୦୧/୦୩ ମଧ୍ୟେ
ବିଶୁଦ୍ଧ ମହେନ୍ଦ୍ରବେଳା- ଦିବା ଘ୧୦/୨୫ଗତେ ଘ୧୧/୪୩ମଧ୍ୟେ ଓ ଘ ୦୨/୩୦ ଗତେ ଘ୦୩/୫୦ ମଧ୍ୟେ
✧═════•❁❀❁•═════✧
ଅଦ୍ୟ ନଡ଼ିଆ ରାତ୍ରିଘ ୦୬/୦୩ ଗତେ ଲାଉ ଭକ୍ଷଣ ନିଷେଧ
ମେଷ: 👉ବାଣିଜ୍ୟ, ବ୍ୟବସାୟ ରେ ଆୟ ମଧ୍ୟମ ହେବ । କର୍ମରେ ଉନ୍ନତି କରିବେ ଓ କର୍ମସ୍ଥାନରେ ସମସ୍ତ ବାଧାବିଘ୍ନ ଦୂର ହେବ । ଅଟକି ରହିଥିବା କାମ ସମ୍ପୂର୍ଣ୍ଣ କରିବାର ସୁଯୋଗ ଆସିବ । ହୃତଧନ ଫେରିପାଇବେ । ଆୟ ଅପେକ୍ଷା ବ୍ୟୟ କମ୍‌ ରହିବ । ଋଣମୁକ୍ତ ହେବା ପାଇଁ ଚେଷ୍ଟା କରିବେ । ମହିଳାମାନେ ଘରକରଣା ଜିନିଷ କ୍ରୟ କରିବେ ।
✧═════•❁❀❁•═════✧
ବୃଷ:👉 ଆକସ୍ମିକ ଧନଲାଭ ଓ ଆର୍ଥିକ ଅବସ୍ଥାରେ ଉନ୍ନତି ଘଟିବ । ବାଣିଜ୍ୟ, ବ୍ୟବସାୟରେ ଆୟ ଉତ୍ତମ ହେବ । କର୍ମରେ ଉନ୍ନତି ଓ ଦରମାରେ କିଛି ବୃଦ୍ଧି ଘଟିପାରେ । ମୂଲ୍ୟବାନ ଧାତୁ କିମ୍ବା ଭୂମି କ୍ରୟ କରିପାରନ୍ତି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ମନୋନିବେଶ କରିବେ । ମହିଳାମାନେ ସଞ୍ଚୟ କରିବେ ।
✧═════•❁❀❁•═════✧
ମିଥୁନ: 👉କର୍ମରେ ଉନ୍ନତି କରିବା ପାଇଁ ଯୋଜନା କରିବେ ଓ ସେଥିରେ ସଫଳ ହେବାର ସମସ୍ତ ଦିଗକୁୁ ଅନୁଧ୍ୟାନ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ । ନୂତନ କର୍ମାରମ୍ଭ କିମ୍ବା ନୂତନ ନିୁକ୍ତିର ସମ୍ଭାବନା ରହିଛି । କର୍ମରେ ଆଗ୍ରହ ଓ ଆନ୍ତରିକତା ବୃଦ୍ଧି ପାଇବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ସାହ୍ୟା ଓ ସହୋଗ ପାଇବେ ।
✧═════•❁❀❁•═════✧
କର୍କଟ: 👉ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ । କର୍ମରେ ଅସ୍ଥିରତା ଓ ବାଧାବିଘ୍ନ ଏବଂ ଉପରିସ୍ଥ କର୍ମଚାରୀଙ୍କ ରୋଷର ଶିକାର ହେବେ । ବାପାମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତାଗ୍ରସ୍ତ ହେବେ ଓ ସ୍ୱଜନ ପ୍ରିୟଜନଙ୍କ ସହ ମତାନ୍ତର କିମ୍ବା ତାଙ୍କଠାରୁ ଅପମାନ ପାଇପାରନ୍ତି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଅନାଗ୍ରହୀ ହେବେ । ମହିଳାମାନଙ୍କର ଗୁରୁଜନଙ୍କ ସହ ବିବାଦ ହୋଇପାରେ ।
✧═════•❁❀❁•═════✧
ସିଂହ:👉 ଆଜି କଷ୍ଟ ହେଲେ ମଧ୍ୟ ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମରେ ଅନାଗ୍ରହ ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ପରିଲକ୍ଷିତ ହେବ । ପରିସ୍ଥିତି ଖରାପ ନ ଥିଲେ ମଧ୍ୟ ମନ ଅଶାନ୍ତ ରହିବ । ବିନା କାରଣରେ ଆଜି ବହୁତ ବ୍ୟସ୍ତ ରହିବେ ଓ ପରିବାରର କୌଣସି ସଦସ୍ୟଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେଇପାରେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ଅସ୍ଥିରମନା ହେବେ । ମହିଳାମାନେ ବିଷାଦଗ୍ରସ୍ତ ହେବେ ।
✧═════•❁❀❁•═════✧
କନ୍ୟା: 👉ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ । କର୍ମରେ ଉନ୍ନତି ଓ ସଫଳତା ପାଇବେ । ମହିଳା ସହକର୍ମୀ ସହୋଗ କରିବେ । ପରିବାରର ସମସ୍ତ ସଦସ୍ୟ ଓ ସହଧର୍ମିଣୀଙ୍କ ସାହ୍ୟା ଏବଂ ସହାନୁଭୂତି ପାଇବେ । ଘରକରଣା, ଇଲେକ୍ଟ୍ରିକ ସରଞ୍ଜାମ ଓ ବସନଭୂଷଣ କ୍ରୟ କରିପାରନ୍ତି । ବିଦ୍ୟାର୍ଥୀ ଅସ୍ଥିରମନା ହେବେ । ମହିଳାମାନେ ସ୍ୱାମୀ ଅନୁରକ୍ତା ହେବେ ।
✧═════•❁❀❁•═════✧
ତୁଳା : 👉କର୍ମସ୍ଥାନରେ ସମସ୍ତ ବାଧାବିଘ୍ନ ଦୂର ହେବ ଓ ସହକର୍ମୀଙ୍କ ସହୋଗରେ ସମସ୍ତ କର୍ମରେ ସଫଳତା ଏବଂ ପ୍ରଶଂସା ପାଇବେ । ବାଣିଜ୍ୟ, ବ୍ୟବସାୟ ଠିକ୍‌ରେ ଚାଲିବ ଓ ମଧ୍ୟମ ଆୟ ହେବ । ପୁରାତନ ରୋଗରୁ ଆରୋଗ୍ୟଲାଭ କରିବେ, ଶତ୍ରୁମାନେ ମିତ୍ର ହେବେ ଓ ଋଣମୁକ୍ତ ହେବା ପାଇଁ ଚେଷ୍ଟା କରିବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ପ୍ରଶଂସିତ ହେବେ । ମହିଳାମାନେ ଧାର୍ମିକ ର୍କ୍ୟାରେ ଆଗ୍ରହୀ ହେବେ ।✧═════•❁❀❁•═════✧

ବିଛା : 👉ମାନସମ୍ମାନ ହାନି ଓ ଇତର ଜନଠାରୁ ଅପମାନ ପାଇପାରନ୍ତି । ମାନସିକ, ପାରିବାରିକ ଅଶାନ୍ତି ଓ କର୍ମସ୍ଥାନରେ ଅପଯଶ ଏବଂ ଅପମାନିତ ହୋଇପାରନ୍ତି । ପୁତ୍ର, କନ୍ୟା ଅବଜ୍ଞା କରିବେ ଓ ତାଙ୍କ କର୍ମକୁ ନେଇ ଚିନ୍ତାଗ୍ରସ୍ତ ହେବେ । ବାପାମା’ଙ୍କ ସହ ମତଭେଦ କିମ୍ବା ତାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ହେବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଅବହେଳା କରିବେ । ମହିଳାମାନେ ବିଷାଦଗ୍ରସ୍ତ ହେବେ ।
✧═════•❁❀❁•═════✧
ଧନୁ :👉 ଆଜି ବାଦବିବାଦ ଓ ଯାନବାହନ ଆରୋହଣ କାଳରେ ସତର୍କ ରହିବେ । ବାଣିଜ୍ୟ, ବ୍ୟବସାୟରେ କ୍ଷତି ପହଞ୍ଚିବ । କର୍ମସ୍ଥାନରେ ବାଧାବିଘ୍ନ ଓ ବିବାଦ ସୃଷ୍ଟି ହେବ । ଯାନବାହନରେ କ୍ଷତି ଓ ମୂଲ୍ୟବାନ ପଦାର୍ଥ ନଷ୍ଟ ବା ହଜିପାରେ । ବନ୍ଧୁବାନ୍ଧବଙ୍କ ସହ ଅପ୍ରିୟତା କିମ୍ବା ମାଲିମକଦ୍ଦମାରେ ପଡ଼ିପାରନ୍ତି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଆଳସ୍ୟତା ପ୍ରକାଶ କରିବେ । ମହିଳାମାନେ ଉଦର ଯନ୍ତ୍ରଣା ପାଇବେ ।
✧═════•❁❀❁•═════✧
ମକର : 👉ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ । କର୍ମରେ ଉନ୍ନତି ଓ ସମସ୍ତ କର୍ମରେ ଆଶାତୀତ ସଫଳତା ପାଇବେ । ନୂତନ କର୍ମାରମ୍ଭ କିମ୍ବା ନୂତନ ନିୁକ୍ତିର ସମ୍ଭାବନା ରହିଛି । ପରିବାରର ସମସ୍ତ ସଦସ୍ୟ, ସହକର୍ମୀ ଓ ଭ୍ରାତୃଭଗ୍ନିଙ୍କର ସାହ୍ୟା ଏବଂ ସହଯୋଗ ପାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ପ୍ରଶଂସିତ ହେବେ । ମହିଳାମାନେ ଆତ୍ମସନ୍ତୋଷ ଲାଭ କରିବେ ।
✧═════•❁❀❁•═════✧
କୁମ୍ଭ :👉 ଆର୍ଥିକ କ୍ଷତି ଓ ବ୍ୟବସାୟରେ କ୍ଷତିର ସମ୍ଭାବନା ରହିଛି । କର୍ମ ପ୍ରତି ଅନାଗ୍ରହ ହେତୁ ସମସ୍ତ କର୍ମରେ ବାଧାବିଘ୍ନ ଓ କର୍ମରେ ଅସଫଳ ରହିବେ । ମୂଲ୍ୟବାନ ପଦାର୍ଥ ନଷ୍ଟ ଓ ଚୋରି ଯିବ । ଧନକୁ ନେଇ ବିବାଦ କିମ୍ବା ମାଲିମକଦ୍ଦମା ହୋଇପାରେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଆଳସ୍ୟତା ପ୍ରକାଶ କରିବେ । ମହିଳାମାନେ ବଦଖର୍ଚ୍ଚି ହେବେ ।
✧═════•❁❀❁•═════✧
ମୀନ:👉 ଆଜି ଆପଣଙ୍କୁ ସୁ ଖାଦ୍ୟ ,ସୁବସନ ପ୍ରାପ୍ତି ହେବ । ଯଶ, ସମ୍ମାନ ଓ ସାମାଜିକ ପ୍ରତିଷ୍ଠାରେ ବୃଦ୍ଧି ଘଟିବ । ବାଣିଜ୍ୟ, ବ୍ୟବସାୟରେ ଉତ୍ତମ ଆୟ ଏବଂ କର୍ମରେ ଉନ୍ନତି ଓ କର୍ମସ୍ଥାନରେ ପ୍ରଶଂସିତ ହେବେ । ଲକ୍ଷ୍ମୀଙ୍କର କୃପା ରହିବ । ମାନସିକ, ପାରିବାରିକ ଶାନ୍ତି ଓ ଶାରୀରିକ ସୁସ୍ଥତା ଲାଭ କରିବେ ।
✧═════•❁❀❁•═════✧

Leave a comment

Your email address will not be published. Required fields are marked *