#Vastu & Astrology

ଆଜିର ରାଶିଫଳ

ଅଦ୍ୟ ଡିସେମ୍ବର ୨୪ ତାରିଖ ୨୦୨୦ ମସିହା(ଗୁରୁବାର)
ଶକାବ୍ଦ -୧୯୪୨
ସମ୍ବତ -୨୦୭୭
ସାଲ-୧୪୨୮
ସମ୍ବତ୍ସର -ଆନନ୍ଦୋ
ମାର୍ଗଶୀର-ଶୁକ୍ଳପକ୍ଷ
ତିଥି-ଦଶମୀ ରାତ୍ରି ଘ୧୧/୧୯ ପର୍ଯ୍ୟନ୍ତ ତଦନ୍ତେ ଏକାଦଶୀ ନକ୍ଷତ୍ର- ଅଶ୍ଵିନୀ
ଚନ୍ଦ୍ର- ମେଷ
ଯୋଗ-ପରିଘ
କରଣ -ତୈତିିଳ
ସୌରମାସ – ଧନୁ ୧୦ ଦିନ
✧═════•❁❀❁•═════✧
ସୁର୍ୟୋଦୟ -ପ୍ରାତଃ ଘ୦୬/୨୧/୩୭
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୧୧/୩୯
✧═════•❁❀❁•═════✧
ଯୋଗିନୀ ଉତ୍ତରେ ରାତ୍ରି ଘ୧୧/୧୯ ପର୍ଯ୍ୟନ୍ତ ତଦନ୍ତେ ଅଗ୍ନିକୋଣେ
ତୁଳା ଓ କୁମ୍ଭ ରାଶିର ଘାତବାର
ମେଷ ରାଶି ର ଘାତଚନ୍ଦ୍ର
ଦଶମୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
✧═════•❁❀❁•═════✧
କାଳ ବେଳା ଓ ବାର ବେଳା- ଦିବା ଘ୦୨/୨୫ ଗତେ ଘ୦୫/୧୨ ମଧ୍ୟେ

✧═════•❁❀❁•════*
ବିଶୁଦ୍ଧ ଅମୃତବେଳା- ଦିବା ଘଘ୧୦/୨୪ ଗତେ ଘ ୧୧/୪୫ ମଧ୍ୟେ ଓ ଘ୦୧/୦୮ ଗତେ ଘ୦୨/୨୪ ମଧ୍ୟେ
ବିଶୁଦ୍ଧ ମହେନ୍ଦ୍ରବେଳା- ଦିବା ଘ୦୭/୪୦ ମଧ୍ୟେ ଓ ଘ ୧୧/୪୫ ଗତେ ଘ୦୧/୦୪ ମଧ୍ୟେ
✧═════•❁❀❁•═════✧
ଅଦ୍ୟ କଲମ ଶାଗ ଭକ୍ଷଣ ନିଷେଧ
🌷ମେଷ🌷👉 : ଆଜି ଆପଣ ଘରେ ଝଗଡ଼଼ା କରିପାରନ୍ତି, ନିଜ ରାଗକୁ ନିୟନ୍ତ୍ରଣରେ ରଖନ୍ତୁ । ଏହି ଝଗଡ଼ା ଘରର ସଫା ସୁତୁରା କିମ୍ବା କର୍ତ୍ତବ୍ୟକୁ ନେଇ ହୋଇପାରେ । କଳି ଠାରୁ ବଞ୍ଚନ୍ତୁ ଏବଂ ନିଜ ଘରର ଶାନ୍ତି ବଜାୟ ରଖନ୍ତୁ ।
✧═════•❁❀❁•═════✧
🌷ବୃଷ🌷👉 : ଆଜି ଆପଣ ନିଜ ନିଷ୍ପତ୍ତିରେ ଅଟଳ ରୁହନ୍ତୁ ଏବଂ ଆଉ କାହା କଥାରେ ପ୍ରଭାବିତ ହୁଅନ୍ତୁ ନାହିଁ । ଭଲ ହେବ ନିଜ ବିଚ଼ାରକୁ ନିଜେ ଶୁଣନ୍ତୁ । କୌଣସି ବ୍ୟକ୍ତିର ବିଚ଼ାର ଧାରାକୁ ନିଜ ଉପରେ ପ୍ରଭାବିତ ହେବାକୁ ଦିଅନ୍ତୁ ନାହିଁ ।
✧═════•❁❀❁•═════✧
🌷ମିଥୁନ🌷👉 : ଆପଣଙ୍କ ବ୍ୟବହାରକୁ ସମସ୍ତେ ପ୍ରଶଂସା କରିବେ । ଆଜି ଆପଣଙ୍କର ମିତ୍ରତା ଆପଣଙ୍କ ମିତ୍ର ପାଇଁ ବହୁତ ଲାଭଦାୟକ ହେବ ଏବଂ ଭବିଷ୍ୟତରେ ସେମାନେ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ପ୍ରସ୍ତୁତ ହେବେ ।
✧═════•❁❀❁•═════✧
🌷କର୍କଟ🌷👉 : ଆଜି ଆପଣଙ୍କ ଚ଼ିରାଚ଼ରିତ ଦିନଚ଼ର୍ଯ୍ୟା ବଦଳି ଯିବ । ଏହା ବୋଧହୁଏ ଆପଣଙ୍କ ଘରେ ପର୍ବପର୍ବାଣି ବା କୈ।ଣସି ଆନୁଷ୍ଠନିକ କାରଣରୁ ହୋଇପାରେ ।ବହୁଦିନର ପୁରାତନ ବନ୍ଧୁଦର୍ଶନ ଯୋଗ ଅଛି।
✧═════•❁❀❁•═════✧

🌷ସିଂହ🌷👉 : ଆଜି ଆପଣଙ୍କର କୌଣସି ପରିବାରବର୍ଗ ସଦସ୍ୟ କିମ୍ବା ପୋଡଶୀଙ୍କ ସହ ଝଗଡାରୁ ନିଜକୁ ରକ୍ଷା କରନ୍ତୁ । କୌଣସି ଏକ ଛୋଟ ସମସ୍ୟା ବିରାଟ ରୂପ ଧାରଣ କରିପାରେ ।
✧═════•❁❀❁•═════✧
🌷କନ୍ୟା🌷👉: ସପ୍ତାହରୁ ଚ଼ାଲି ଆସୁଥିବା ଯୁକ୍ତି ଏବଂ ଚ଼ିନ୍ତାରୁ ଆପଣ ନିଜେ କ୍ଳାନ୍ତ ଅନୁଭବ କରୁଥିବେ । ବେଶୀ ଚ଼ିନ୍ତା କରନ୍ତୁ ନାହିଁ ଏବଂ କଳିରୁ ବଞ୍ଚିବାକୁ ଚ଼େଷ୍ଟା କରନ୍ତୁ । ନିଜ ବନ୍ଧୁ ଏବଂ ପରିବାରରେ ଭଲ ବ୍ୟବହାର କରନ୍ତୁ ।
✧═════•❁❀❁•═════✧
🌷ତୁଳା🌷👉 : ଆପଣଙ୍କ ପରିବାର ଆପଣଙ୍କ ପାଇଁ ସହାୟତାର ସ୍ରୋତ ହେବ । ସେମାନେ ଆପଣଙ୍କର ସବୁ ପ୍ରକାର ସାହାଯ୍ୟ କରିବାକୁ ପ୍ରସ୍ତୁତ ଅଟନ୍ତି ।ତେଣୁ ଆପଣ ସେମାନଙ୍କ କଥା ଶୁଣିବା ଉଚ଼ିତ୍ ।
✧═════•❁❀❁•═════✧
🌷ବିଛା 🌷👉: ଆଜି ଆପଣ ନିଜ ଶାରୀରିକ ସୁନ୍ଦରତା ଆଡ଼କୁ ବହୁତ ଧ୍ୟାନ ଦେବେ, ଆପଣ ନିଜ ମନପସନ୍ଦର ପୋଷାକ ପିନ୍ଧିବେ ଓ ବହୁତ ସମୟ ଧରି ନିଜ କେଶ ସଜାଇବେ । ଆପଣଙ୍କ ଏହି ନୂଆ ରୂପକୁ ଦେଖି ଲୋକେ ଆପଣଙ୍କ ପ୍ରଶଂସା କରିବେ ।
✧═════•❁❀❁•═════✧
🌷ଧନୁ 🌷👉: ଉଚ୍ଚ ଅଧିକାରୀ ଆଜି ଆପଣଙ୍କୁ ସାହାଯ୍ୟ କରିବା ପାଇଁ ପ୍ରସ୍ତୁତ ରହିବେ । ଏହାର ମାନେ ହୋଇପାରେ କି ସେ ଆପଣଙ୍କୁ ଠିକ୍ ରାସ୍ତା ଦେଖାଇ ଆପଣଙ୍କର ଦରକାର ମୁତାବକ ସାହାଯ୍ୟ କରିବେ ।
✧═════•❁❀❁•═════✧
🌷ମକର🌷👉 : କୌଣସି ନିକଟ ସମ୍ପର୍କିୟ ସାଂଗରେ ଆପଣଙ୍କର ଖରାପ ସମ୍ପର୍କ ହୋଇପାରେ । ଆପଣ ଏହି ସମ୍ପର୍କକୁ ଶିଘ୍ର ଠିକ କରିବାକୁ ଚାହିଁବେ । ଆପଣଙ୍କ ଚାହିଁବା ମୁତାବକ କାଯ୍ୟ ହୋଇପାରିବ ନାହିଁ।
✧═════•❁❀❁•═════✧
🌷କୁମ୍ଭ🌷👉 : ବୋଧହୁଏ ଆଜି ଆପଣଙ୍କୁ ଲାଗିପାରେ କି ଆପଣଙ୍କୁ ସମସ୍ତେ ଭୂଲ୍ ବୁଝୁଛନ୍ତି । ମନେ ରଖନ୍ତୁ ଯେ ସବୁବେଳେ ଆମେ ସମସ୍ତଙ୍କୁ ଖୁସୀରେ ରଖି ପାରିବା ନାହିଁ ।ନିଜକର୍ମ କରିଚାଲନ୍ତୁ ସଫଳନିଶ୍ଚୟଁ ହେବେ।
✧═════•❁❀❁•═════✧
🌷ମୀନ🌷👉 : ନିଜର ତୀକ୍ଷ୍ଣ ବୁଦ୍ଧି ଯୋଗୁଁ ଆପଣ ଯେ କୌଣସି ସମସ୍ୟାର ସମାଧାନ କରିଦେବେ ଯାହା ବହୁତ ସମୟ ଧରି ଆପଣଙ୍କୁ ହଇରାଣ କରୁଥିଲା । ଆଜି ଆପଣଙ୍କ ବୌଦ୍ଧିକ କ୍ଷମତା ଓ ଯୋଗ୍ୟତା ଚ଼ରମ ସୀମାରେ ଉପନୀତ ହେବ ।
✧═════•❁❀❁•═════✧

ଆଜିର ରାଶିଫଳ

Leave a comment

Your email address will not be published. Required fields are marked *