#Vastu & Astrology

ଆଜିର ରାଶିଫଳ


ଅଦ୍ୟ ଜାନୁଆରୀ ୧୬ ତାରିଖ ୨୦୨୧ ମସିହା(ଶନିବାର)
ଶକାବ୍ଦ -୧୯୪୨
ସମ୍ବତ -୨୦୭୭
ସାଲ-୧୪୨୮
ସମ୍ବତ୍ସର -ଆନନ୍ଦୋ
ପୌଷମାସ-ଶୁକ୍ଳପକ୍ଷ
ତିଥି-ତୃତୀୟା ଦିବା ଘ୦୭/୧୭ ପର୍ଯ୍ୟନ୍ତ ତଦନ୍ତେ ଚତୁର୍ଥୀ ନକ୍ଷତ୍ର-ଶତଭିଷା
ଚନ୍ଦ୍ର – କୁମ୍ଭ
ଯୋଗ-ବ୍ୟତିପ।ତ
କରଣ-ଗର
ସୌରମାସ -ମକର ୦୩ ଦିନ
✧═════•❁❀❁•═════✧
ସୁର୍ୟୋଦୟ -ପ୍ରାତଃ ଘ୦୬/୨୮/୪୯
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୨୫/୩୯
✧═════•❁❀❁•═════✧
ଯୋଗିନୀ ଅଗ୍ନିକୋଣେ ଦିବା ଘ ୦୭/୧୭ ଗତେ ନୈରୁତେ
ମିଥୁନ ଓ ମୀନ ରାଶିର ଘାତଚନ୍ଦ୍ର
ବୃଷ, ସିଂହ ଓ କନ୍ୟା ରାଶିର ଘାତବାର
ଚତୁର୍ଥୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
✧═════•❁❀❁•═════✧
କାଳବେଳା -ଦିବା ଘ୦୭/୫୨ ମଧ୍ୟେ ଓ ଘ୦୪/୦୧ ଗତେ ଘ୦୫/୨୫ ମଧ୍ୟେ
ବାରବେଳା- ଦିବା ଘ୦୧/୧୯ ଗତେ ଘ୦୨/୪୨ ମଧ୍ୟେ
✧═════•❁❀❁•════*
ବିଶୁଦ୍ଧ ଅମୃତବେଳା- ଦିବା ଘ ୧୧/୫୭ ଗତେ ଘ ୦୧/୧୮ମଧ୍ୟେ ଓ ଘ୦୨/୪୪ ଗତେ ଘ୦୪/୦୦ ମଧ୍ୟେ
ବିଶୁଦ୍ଧ ମହେନ୍ଦ୍ରବେଳା- ଦିବା ଘ୦୭/୫୩ ଗତେ ଘ୦୯/୧୩ ମଧ୍ୟେ ଓ ରାତ୍ରି ଘ୦୭/୦୫ ଗତେ ଘ୦୮/୩୬ ମଧ୍ୟେ
*✧═════•❁❀❁•═════
*ଆଦ୍ୟ ପୋଟଳ ଦିବା ଘ୦୭/୧୭ ଗତେ ମୂଳା ଭକ୍ଷଣ ନିଷେଧ

🌹👉ମେଷ-ବ୍ୟବସାୟରେ କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। କର୍ମକ୍ଷେତ୍ର କୃତକାର୍ଯ୍ୟ ହେବେ। ହରେଇଥିବା ଦ୍ରବ୍ୟ ଫେରି ପାଇବେ। ମହିଳାମାନେ ତରବରିଆ ଭାବରେ କୌଣସି କାମ ନକରି ପରିସ୍ଥିତିକୁ ଆଖିଆଗରେ ରଖି କାମକରିଲେ ଭଲ ହେବ।
✧═════•❁❀❁•═════✧
🌹👉ବୃଷ- ହସଖୁସିରେ ସମୟ ବିତାଇବେ। ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। ଚାକିରୀ କ୍ଷେତ୍ରରେ ପଦୋନ୍ନତି ହେବ । ମହିଳାମାନେ ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ।
✧═════•❁❀❁•═════✧
🌹ମିଥୁନ-ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀ ମାନେ ପ୍ରଚୁର ଲାଭ କରିବେ। ନୂଆ ନିଯୁକ୍ତି ଯୋଗ ଅଛି। ସୁଖ ସମୃଦ୍ଧି ବୃଦ୍ଧି ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ମାଲିମୋକଦ୍ଦମା କୃତକାର୍ଯ୍ୟ ହେବେ।
✧═════•❁❀❁•═════✧
🌹👉କର୍କଟ -ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। କର୍ମ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ।
✧═════•❁❀❁•═════✧
🌹👉ସିଂହ -ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ରୋଜଗାର ସମସ୍ୟା ସୁଧୁରି ଯିବ। ଧନ ଲାଭ ହେବାରୁ ମନ ଖୁସି ରହିବ। କାର୍ଯ୍ୟ ପୁରଣରେ ବିଳମ୍ବ ହେବ। ସମୟ ଗୁଡିକ ହସ ଖୁସିରେ ବିତିବ। କର୍ମକ୍ଷେତ୍ରରେ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ।
✧═════•❁❀❁•═════✧
🌹👉କନ୍ୟା -ଆର୍ଥିକ ଦିଗରୁ ବେଶ୍ ଅନୁକୂଳ ଥିବାରୁ କିଛି ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କ ବାଲାନ୍ସ ବୃଦ୍ଧି ପାଇବ। ମହିଳାମାନେ ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ। ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ।
✧═════•❁❀❁•═════✧
🌹👉ତୁଳା- ଅଚାନକ ଧନପ୍ରାପ୍ତି ହେବ। ଦୂରଯାତ୍ରାରେ ସଫଳ ହେବେ। କାର୍ଯ୍ୟ କ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧି ହେବ ସାମାଜିକ କାର୍ଯ୍ୟରେ ସଫଳତା ଓ ମାନସମ୍ମାନ ବୃଦ୍ଧି ହେବ। ଯାତ୍ରାରେ ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ କଟିବ।
✧═════•❁❀❁•═════✧
🌹👉ବିଛା-ଧାର୍ମିକ କାର୍ଯ୍ୟରେ ରୁଚି ବଢିବ। ସଂଘର୍ଷ ଦ୍ଵାରା ସଫଳତା ମିଳିବ। ଅଧିକାରୀଙ୍କଠାରୁ ସହଯୋଗ ମିଳିବ। ନିଜ ଲୋକ ମନମୋଟିଆ ହେବେ। ମହିଳାମାନଙ୍କର ସନ୍ତାନଙ୍କ ଚିନ୍ତାରେ ମାନସିକ ଅସ୍ଥିରତା ବୃଦ୍ଧି ହେବ ଓ ଉଚିତପନ୍ଥା ଗ୍ରହଣ କରିବେ।
✧═════•❁❀❁•═════✧

🌹👉ଧନୁ -ପରିଶ୍ରମର ଆଶାଜନକ ଫଳପ୍ରାପ୍ତି ହେବ। ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ। କର୍ମ କ୍ଷେତ୍ରରେ ଉନ୍ନତି କରିପାରିବେ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ପ୍ରବାସରେ  ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ।
✧═════•❁❀❁•═════✧
🌹👉ମକର- ଅଫିସରେ ଅଟକି ରହିଥିବା କାମ ଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବ। ବାଣିଜ୍ୟ ଓ ପରିବହନରେ ଆଶାଜନକ ସଫଳତା ହାସଲ କରିବେ। ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବା ସହ ସନ୍ତାନ ସୁଖ ମିଳିବ। ଶାରୀରିକ ସୁସ୍ଥତା ଦେଖାଦେବ।
✧═════•❁❀❁•═════✧
🌹👉କୁମ୍ଭ -ଗୁରୁଜନ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। କୃଷିଜିବୀମାନେ ହସଖୁସିରେ ସମୟ ବିତାଇବେ।ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିବ ଓ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରେ। ପ୍ରତିଯୋଗିତାରେ ବିଜୟୀ ହେବେ।

✧═════•❁❀❁•═════✧
🌹👉ମୀନ-ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ଘଟିପାରେ। ରାଜନୈତିକ କ୍ଷେତ୍ରରେ ପୁରୁଣା ସମସ୍ୟା ସମାଧାନ କରି ବିଜୟୀ ହେବେ। ବାସଗୃହ ଓ ଯାନବାହାନ ନେଇ କେତେ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିବ। ପାରିବାରିକ ସମ୍ପର୍କରେ ଉନ୍ନତି ହେବ।
✧═════•❁❀❁•═════✧

Leave a comment

Your email address will not be published. Required fields are marked *