#Vastu & Astrology

ଆଜିର ରାଶିଫଳ


ଅଦ୍ୟ ମାର୍ଚ୍ଚ ମାସ ୩୧ ତାରିଖ ୨୦୨୧ ମସିହା(ବୁଧବାର)
ଶକାବ୍ଦ -୧୯୪୩
ସମ୍ବତ -୨୦୭୭
ସମ୍ବତ୍ସର -ଆନନ୍ଦୋ
ଚୈତ୍ର ମାସ-କୃଷ୍ଣପକ୍ଷ
ତିଥି-ତୃତୀୟା ଦିବା ଘ୦୨/୪୨ ସର୍ଯ୍ୟନ୍ତ ତଦନ୍ତେ ଚତୁର୍ଥୀ
ନକ୍ଷତ୍ର-ସ୍ୱାତି ଦିବା ଘ ୧୦/୫୦ ପର୍ଯ୍ୟନ୍ତ ତଦନ୍ତେ ବିଶାଖା
ଚନ୍ଦ୍ର -ତୁଳା ରାତ୍ରି ଘ ୦୩/୦୨ ପର୍ଯ୍ୟନ୍ତ ତଦନ୍ତେ ବିଛା
ଯୋଗ-ହର୍ଷଣ
କରଣ-ବିଷ୍ଟି
ସୌରମାସ-ମୀନ ୧୮ ଦିନ
✧═════•❁❀❁•═════✧
ସୁର୍ୟୋଦୟ -ପ୍ରାତଃ ଘ୦୫/୪୬/୩୦
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୫୮/୫୯
✧═════•❁❀❁•═════✧
ଯୋଗିନୀ ଅଗ୍ନିକୋଣେ ଦିବା ଘ ୦୨/୪୨ ପର୍ଯ୍ୟନ୍ତ ତଦନ୍ତେ ନୈରୁତେ
କର୍କଟ ରାଶିର ଘାତବାର
ତୃତୀୟା ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ଓ ଚତୁର୍ଥୀ ର ପାର୍ବଣ ଶ୍ରାଦ୍ଧ
✧═════•❁❀❁•════*
କାଳବେଳା -ଦିବା ଘ୦୮/୪୬ଗତେ ଘ୧୦/୧୭ ମଧ୍ୟେ
ବାରବେଳା- ଦିବା ଘ୧୦/୫୧ଗତେ ଘ୦୧/୨୨ ମଧ୍ୟେ
✧═════•❁❀❁•════*
ବିଶୁଦ୍ଧ ଅମୃତବେଳା-ଦିବା ଘ ୦୭/୧୫ ଗତେ ଘ ୦୮/୪୫ ମଧ୍ୟେ ଓ ଘ ୦୨/୫୪ ଗତେ ଘ ୦୪/୨୪ ମଧ୍ୟେ
ବିଶୁଦ୍ଧ ମାହେନ୍ଦ୍ରବେଳା- ଦିବା ଘ୦୭/୧୪ ମଧ୍ୟେ ଓ ଘ୧୦/୧୮ଗତେ ଘ ୧୧/୫୦ମଧ୍ୟେ
*✧═════•❁❀❁•════
*ଅଦ୍ୟ ପୋଟଳ ଦିବା ଘ ୦୨/୪୨ ପର୍ଯ୍ୟନ୍ତ ତଦନ୍ତେ ମୂଳା ଭକ୍ଷଣ ନିଷେଧ*
🌹ମେଷ🌷👉 : ଘରେ ଲାଗିରହିଥିବା ଅଶାନ୍ତି ହିଁ ଆପଣଙ୍କ ଚ଼ିନ୍ତାର କାରଣ । ଆପଣଙ୍କର ପରିସ୍ଥିତିକୁ ବୁଝିବା ଉଚ଼ିତ୍ ଏବଂ ଜାଣିବା ପାଇଁ ଚ଼େଷ୍ଟା କରନ୍ତୁ ଯେ ଭୁଲ କାହାର ଏବଂ କେଉଁଠି ହୋଇଛି । ନିଜ ତରଫରୁ ନିଜର କ୍ରୋଧ ସମ୍ବରଣ କରିବାକୁ ଚ଼େଷ୍ଟାକରନ୍ତୁ ।
✧═════•❁❀❁•═════✧
🌹ବୃଷ🌷👉 : ସପ୍ତାହରୁ ଚ଼ାଲି ଆସୁଥିବା ସମସ୍ୟା ଏବଂ ଚ଼ିନ୍ତାରୁ ଆପଣ ନିଜେ କ୍ଳାନ୍ତ ଅନୁଭବ କରୁଥିବେ । ବେଶୀ ଚ଼ିନ୍ତା କରନ୍ତୁ ନାହିଁ ଏବଂ କଳିରୁ ବଞ୍ଚିବାକୁ ଚ଼େଷ୍ଟା କରନ୍ତୁ । ନିଜ ବନ୍ଧୁ ଏବଂ ପରିବାରରେ ଭଲ ବ୍ୟବହାର କରନ୍ତୁ ।ବ୍ୟବସାୟ ବାଣିଜ୍ୟରେ ଆସାତିତ ଲାଭ ହେବ।
✧═════•❁❀❁•═════✧
🌹ମିଥୁନ🌷👉 : ପୂର୍ବରୁ ବିରୁଦ୍ଧରେ ଥିବା ନିଷ୍ପତ୍ତି ଏବେ ଆପଣଙ୍କ ସପକ୍ଷରେ ରହିବ । ଏବେ ଆପଣଙ୍କୁ ଆପଣଙ୍କ ଉଦ୍ୟମର ଫଳ ମିଳିପାରିବ । ଶତ୍ରୁ ଅପସରି ଯିବେ । କିନ୍ତୁ ଆପଣ ନିଜ କ୍ରୋଧ ଉପରେ ଅକ୍ତିଆର ରଖିବାକୁ ହେବ । ଏବେ ଖୁସିର ସମୟ ଆସିଗଲାଣି ।
✧═════•❁❀❁•═════✧
🌹କର୍କଟ🌷👉 : କିଛି ବ୍ୟକ୍ତିଗତ ସମସ୍ୟା ଆପଣଙ୍କୁ କୌଣସି ବ୍ୟସ୍ତତାରେ ପକାଇଦେବ । ଏହି ସମସ୍ୟା ଆପଣଙ୍କ କାର୍ଯ୍ୟରେ ବାଧା ସୃଷ୍ଟି କରିବ । ଏହି ସମସ୍ୟାକୁ ଆପଣ ସାହସର ସହିତ ମୁକାବିଲା କରନ୍ତୁ ଏବଂ ଆପଣଙ୍କୁ ବିଜୟ ସୁନିଶ୍ଚିତ ମିଳିବ ।
✧═════•❁❀❁•═════✧
🌹ସିଂହ 🌷👉: ଆଜି ଆପଣ ନିତିଦିନ କାର୍ଯ୍ୟକ୍ରମରେ କିଛି ନୂତନତା ଆଣିବାକୁ ଚ଼େଷ୍ଟା କରିବେ । ଆପଣ ସେହି କାର୍ଯ୍ୟ କରନ୍ତୁ ଯାହା ଆପଣଙ୍କର ବହୁତ ଦିନରୁ କରିବାର ଇଚ୍ଛାଥିଲା ।ଯାତ୍ରାକରିବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ ।
✧═════•❁❀❁•═════✧
🌹କନ୍ୟା🌷👉 : ଅବାଞ୍ଛିତ ଭାବେ ଉଚ୍ଚଅଧିକାରୀ ଆଜି ଆପଣଙ୍କୁ ସାହାଯ୍ୟ କରିବେ । ଯଦି ଆପଣଙ୍କୁ ଆପଣଙ୍କ କାର୍ଯ୍ୟରେ କୌଣସି ପ୍ରକାରର ସମସ୍ୟା ଦେଖାଯାଏ ତା` ହେଲେ ନିଜ ଅଧିକାରୀଙ୍କୁ ନିଶ୍ଚିତ ଜଣାନ୍ତୁ । ତାଙ୍କୁ କାର୍ଯ୍ୟାଳୟର ପରିବେଶଟିକୁ ଭଲ କରିବା କଥା କୁହନ୍ତୁ ।
✧═════•❁❀❁•═════✧
🌹ତୁଳା🌷👉 : ଆଜି ବ୍ୟୟ ବୃଦ୍ଧି ହେଲେହେଁ ଆପଣଙ୍କର ପରିବାର ଲୋକଙ୍କ ପାଇଁ ଖୁସିର ଦିନ ଅଟେ କାରଣ ଆପଣ ଆଜି ସେମାନଙ୍କ ସହିତ ସମୟ କଟାଇବେ । ପରିବାରର ସମସ୍ତେ ଏକ ହେବାର ଏବେ ସମୟ ଅଟେ । ବୋଧହୁଏ ଆପଣ ବାହାରକୁ ବୁଲିବାକୁ କିମ୍ବା ଚ଼ଳଚ୍ଚିତ୍ର ଦେଖିବାକୁ ଯାଇପାରନ୍ତି ।
✧═════•❁❀❁•═════✧
🌹ବିଛା🌷👉 : ଆପଣ ଆସୁବିଧାରେ ପଡ଼ୁଥିବା ପରିସ୍ଥିତିରୁ ଦୂରେଇ ରୁହନ୍ତୁ । କୌଣସି ବେକାର କାର୍ଯ୍ୟରେ ପଡ଼ନ୍ତୁ ନାହିଁ ଏବଂ ନିଜର ସକାରାତ୍ମକ ଚ଼ିନ୍ତା ଧାରା ବଜାୟ ରଖନ୍ତୁ । ଯାହା ଆପଣ ହୋଇପାରିବେ ନାହିଁ ତାହା ହେବା ପାଇଁ ଚ଼େଷ୍ଟା କରନ୍ତୁ ନାହିଁ ।
✧═════•❁❀❁•═════✧
🌹ଧନୁ🌷👉 : ଆଜି ଶାରୀରିକ କଷ୍ଟ ସହ ଆପଣ ନିଜକୁ କୁସଙ୍ଗରେ ପାଇବେ, ଯଦ୍ୱାରା ଆପଣଙ୍କର ଭାବମୂର୍ତ୍ତି ନଷ୍ଟ ହୋଇପାରେ । ଏବେ ଆପଣ ସତର୍କହୋଇ ଚାଲନ୍ତୁ ,କାରଣ ମଣିଷ ତା.ର ସଂଗତିରୁ ହିଁ ଜଣାଯାଏ । କୁସଙ୍ଗ ଯୋଗରେ ଆପଣ କ୍ଷତି ସହି ପାରନ୍ତି ।
✧═════•❁❀❁•═════✧
🌹ମକର🌷👉 : ଆଜିର ଦିନ ଆୟ ବର୍ଦ୍ଧକ ସହ ନୂଆ ବନ୍ଧୁ କରିବାର ଦିନ ଅଟେ । ସେମାନଙ୍କ ଅନୁଷ୍ଠାନରେ ଭାଗ ନିଅନ୍ତୁ ଏବଂ ନୂଆ ବନ୍ଧୁ ସୃଷ୍ଟି କରନ୍ତୁ । ଆପଣ କିଛି ନୂଆ ବନ୍ଧୁ କରି ପାରିବେ । କାହାକୁ ବା ଜଣା ଆପଣଙ୍କ ପାଇଁ କୌଣସି ନୂଆ ସୁଯୋଗର ଦ୍ୱାର ଖୋଲି ପାରେ ।
✧═════•❁❀❁•═════✧
🌹କୁମ୍ଭ🌷👉 : ଆଜି ବୋଧହୁଏ ଆପଣଙ୍କୁ କୌଣସି ମିତ୍ର କିମ୍ବା ସହଯୋଗୀଙ୍କର ସାହାଯ୍ୟ ଆସାକରିବେ କିନ୍ତୁ ମିଳିପାରିବ ନାହିଁ । ଏଥିପାଇଁ ଆପଣ ନିରାଶ ହୋଇପଡ଼ିପାରେ । ଆପଣଙ୍କର ସବୁ କଥାରେ ବାଧା ରହିବ ଓ ଆକସ୍ମିକ ଅର୍ଥବ୍ୟୟ ହେବାର ଯୋଗ ରହିଛି ।
✧═════•❁❀❁•═════✧
🌹ମୀନ🌷👉 : ଆଜି ଆପଣ କୌଣସି ସାମାଜିକ ସମାରୋହ ପରେ ନିଜ ଘରକୁ ସଜାଡିବାରେ ଲାଗି ଯିବେ । ଘରକୁ ଠିକ୍ ଠାକ୍ କରନ୍ତୁ । କିଛି ଆରାମ ମଧ୍ୟ କରନ୍ତୁ । ଆପଣ ସମାରୋହର ଖୁବ୍ ମଜ୍ଜା ନିଅନ୍ତୁ । କିନ୍ତୁ ନିଜ ଦାୟୀତ୍ୱ ସବୁ ତୁଲାଇବାର ସମୟ ଆଜି ।

Leave a comment

Your email address will not be published. Required fields are marked *