#Uncategorized

ଓଡ଼ିଶା ଦିବସ ଏବଂ ଜିଲ୍ଲା ପ୍ରତିଷ୍ଠା ଦିବସ ପାଳିତ


ବରଗଡ଼:- ବରଗଡ ଜିଲ୍ଲା ସଦରମହକୁମା ସ୍ଥିତ ବିଜୁ ପଟ୍ଟନାୟକ ଟାଉନ୍ ହଲ୍ ଠାରେ ଓଡିଶା ଦିବସ ଓ ୨୮ ତମ ବରଗଡ଼ ଜିଲ୍ଲା ପ୍ରତିଷ୍ଠା ପାଳିତ ହୋଇଯାଇଛି। ଜିଲ୍ଲାପାଳ ଜ୍ୟୋତି ରଞ୍ଜନ ପ୍ରଧାନ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭା ରାଜ୍ୟ ସରକାର ଙ୍କ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ମନ୍ତ୍ରୀ ପ୍ରେମାନନ୍ଦ ନାୟକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଓଡ଼ିଶା ର ବିକାଶ ଦିଗରେ ରାଜ୍ୟ ସରକାର ଙ୍କ ବିଭିନ୍ନ ଜନ ହିତକାରୀ କାର୍ଯ୍ୟ ଉପରେ ଆଲୋକପାତ କରିଥିଲେ। ସମ୍ମାନୀତ ଅତିଥି ଭାବେ ରାଜ୍ୟ ସଭା ସା°ସଦ ପ୍ରସନ୍ନ ଆଚାର୍ଯ୍ୟ, ବିଧାୟକ ଦେବେଶ ଆଚାର୍ଯ୍ୟ, ଜିଲ୍ଲା ଏସପି ପଦ୍ମିନୀ ସାହୁ ଯୋଗ ଦେଇ ଜିଲ୍ଲା ର ବିକାଶ ପାଇଁ ବିଭିନ୍ନ ପ୍ରକାରର ଯୋଜନା କାର୍ଯ୍ୟକାରୀ ଓ ତାହାର ସଫଳ ଋପାୟନ ସମ୍ପର୍କରେ କହିଥିଲେ। ମୁଖ୍ୟ ବକ୍ତା ଭାବେ ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟର ଅଧ୍ୟକ୍ଷ ଡ଼ଃ ଅଶୋକ କୁମାର ମହାପାତ୍ର ଯୋଗ ଦେଇଥିଲେ। ଶେଷରେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ ଧନ୍ୟବାଦ ଅର୍ପଣ କରିଥିଲେ। ଓଡ଼ିଶା ଦିବସ ଏବଂ ଜିଲ୍ଲା ପ୍ରତିଷ୍ଠା ଦିବସ ପାଳନ ଅବସରରେ ଜିଲ୍ଲା ମୁଖ୍ୟାଳୟ ରେ ଥିବା ବରପୁତ୍ର ଏବଂ ସ୍ବାଧିନତା ସଂଗ୍ରାମୀମାନଙ୍କ ପ୍ରତିମୂର୍ତ୍ତି ରେ ମାଲ୍ୟାର୍ପଣ କରିଥିଲେ।
(ସତ୍ୟ ନାରାୟଣ ପ୍ରଧାନ ବରଗଡ଼)

Leave a comment

Your email address will not be published. Required fields are marked *