#Uncategorized

ପୋଲିସ୍ ବେଶରେ ଡକାୟତି ଉଦ୍ୟମ ଘଟଣା… ଅସଲି ପୋଲିସ ପଞ୍ଝାରେ ପୁଣି ଦୁଇଜଣ ନକଲି ପୋଲିସ


ବାଲିଗୁଡ଼ା,୦୭/୦୪(ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ପୋଲିସକୁ ମିଳିଛି ପୁଣି ଏକ ସଫଳତା । ଦୁଇଜଣ ନକଲି ପୋଲିସକୁ ଧରିଲା ଅସଲି ପୋଲିସ । ଗତ ମାର୍ଚ୍ଚ ୫ତାରିଖ ବିଳମ୍ବିତ ରାତିରେ ବଡ଼ ଧରଣର ଡକାୟତି ଉଦ୍ୟମକୁ ପଣ୍ଡ କରିଥିଲା ବାଲିଗୁଡ଼ା ପୋଲିସ । ଘଟଣାରେ ଦୁଇଜଣ ଫେକ୍ ପୋଲିସ୍ ଅଫିସରକୁ ଗିରଫ କରିଥିବା ବେଳେ ଅନ୍ୟ ତିନିଜଣ ଘଟଣାସ୍ଥଳରୁ ଫେରାର୍ ହୋଇଯାଇଥିଲେ । ସୂଚନା ପ୍ରକାରେ ବାଲିଗୁଡ଼ା ପୋଲିସ ରାତ୍ରୀ କାଳୀନ ପେଟ୍ରୋଲିଂ କରୁଥିବା ବେଳେ ଖଡ଼ଗନଦୀ ପୋଲ ନିକଟ ଏକ ଅନ୍ଧାରୁଆ ସ୍ଥାନରେ କିଛି ସନ୍ଦିଗ୍ଧ ଲୁଚି ରହିଥିବା ଦେଖିବାକୁ ପାଇଥିଲା ପୋଲିସ୍ । ପୋଲିସକୁ ଦେଖି ଦୌଡ଼ି ପଳାଇବା ବେଳେ ପିଛା କରି ଦୁଇଜଣଙ୍କୁ ପୋଲିସ୍ କାବୁ କରିବାରେ ସକ୍ଷମ ହୋଇଥିବା ବେଳେ ଅନ୍ୟ ତିନିଜଣ ଘଟଣାସ୍ଥଳରୁ ଫେରାର୍ ହୋଇଯାଇଥିଲେ । ଗିରଫ ଦୁଇଜଣ ପୋଲିସ୍ ଏଏସ୍ ଆଇ ପୋଷାକ ପିନ୍ଧି ନିଜକୁ ପୋଲିସ୍ ସଜେଇ କିଛି ସ୍ଥାନୀୟ ଦୁର୍ବୃତ୍ତଙ୍କ ସହ ମିଶି ସେହି ରାସ୍ତା ଦେଇ ଯାଉଥିବା ଗାଡ଼ି ଓ ଲୋକମାନଙ୍କ ଠାରୁ ଡକାୟତି କରିବା ପାଇଁ ଏକ ବଡ଼ ଷଡ଼ଯନ୍ତ୍ର କରୁଥିଲେ ବୋଲି ପୋଲିସ କହିଛି । ସେପଟେ ଦୁଇ ଫେକ୍ ପୋଲିସ୍ ନିକଟରୁ ଗୋଟିଏ ମାରୁତି ସୁଇଫ୍ଟ ଡିଜାଏର କାର୍, ଗୋଟିଏ ଲୁହା ରଡ୍, ଦୁଇଟି ବେତ ଲାଠି,ଦୁଇହଳ ପୋଲିସ୍ ଡ୍ରେସ୍, ଗୋଟିଏ ଖେଳଣା ପିସ୍ତଲ୍,ସାତୋଟି ପୋଲିସ୍ ଟୋପି ସହ ବିଭିନ୍ନ ମାରଣାସ୍ତ୍ର ଜବତ୍ କରିଥିଲା ପୋଲିସ । କଟକ ଜିଲ୍ଲା ଚଣ୍ଡୀ ଛକ ଓ କନିକା ଛକ ଅଞ୍ଚଳର ଦୁଇଜଣ ନକଲି ପୋଲିସକୁ ଗିରଫ କରିଥିଲା ବାଲିଗୁଡ଼ା ପୋଲିସ । ୧ମାସ ପରେ ଘଟଣାରେ ସମ୍ପୃକ୍ତ ପୁଣି ଦୁଇଜଣଙ୍କୁ ଗିରଫ କରିବାରେ ସକ୍ଷମ ହୋଇଥିବା ବେଳେ ଅନ୍ୟ ଜଣେ ଏବେବି ଫେରାର ଥିବା ଜଣାପଡ଼ିଛି । ଗିରଫ ଦୁଇଜଣ ବାଲିଗୁଡ଼ା ଥାନା ତେମାଙ୍ଗି ଓ ସିନ୍ଦ୍ରିଗାଁ ଅଞ୍ଚଳର ସିଦ୍ଧାନ୍ତ ମଲ୍ଲିକ ଓ ସୁଦର୍ଶନ ବିନ୍ଧାଣୀ ହୋଇଥିବା ପୋଲିସ୍ ପକ୍ଷରୁ ସୂଚନା ମିଳିଛି ।

Leave a comment

Your email address will not be published. Required fields are marked *