ଆଜିର ରାଶିଫଳ

Udaya_Labanya | June 16, 2021 | 47 views |0 | Vastu & Astrology


ଅଦ୍ୟ ଜୁନ ମାସ ୧୬ ତାରିଖ ୨୦୨୧ ମସିହା(ବୁଧବାର)
ଶକାବ୍ଦ -୧୯୪୩
ସମ୍ବତ -୨୦୭୮
ସାଲ-୧୪୨୮
ସମ୍ବତ୍ସର -ରାକ୍ଷସ
ଜ୍ୟେଷ୍ଠମାସ-ଶୁକ୍ଳପକ୍ଷ
ତିଥି-ଷଷ୍ଠୀ ରାତ୍ରି ଘ ୧୦/୩୭ ପର୍ଯ୍ୟନ୍ତ ତଦନ୍ତେ ସପ୍ତମୀ
ନକ୍ଷତ୍ର- ମଘା ରାତ୍ରି ଘ ୧୦/୪୬ ପର୍ଯ୍ୟନ୍ତ ତଦନ୍ତେ ପୂର୍ବା ଫାଃ
ଚନ୍ଦ୍ର-ସିଂହ
ଯୋଗ-ହର୍ଷଣ
କରଣ-କୌଲବ
ସୌରମାସ-ମିଥୁନ ୦୨ ଦିନ
ଅଦ୍ୟ ଶେଷରଜ
✧═════•❁❀❁•═════✧
ସୁର୍ୟୋଦୟ-ପ୍ରାତଃ ଘ୦୫/୧୨/୦୪
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୨୩/୩୯
✧═════•❁❀❁•═════✧
ଯୋଗିନୀ ପଶ୍ଚିମେ ରାତ୍ରି ଘ ୧୦/୩୭ ପର୍ଯ୍ୟନ୍ତ ତଦନ୍ତେ ବାୟବ୍ୟେ
କର୍କଟ ରାଶିର ଘାତବାର
ଷଷ୍ଠୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
✧═════•❁❀❁•═══
କାଳବେଳ। -ଦିବା ଘ ୦୮/୨୬ଗତେ ଘ୧୦/୦୮ ମଧ୍ୟେ
ବାରବେଳ।- ଦିବା ଘ ୧୧/୫୦ଗତେ ଘ୦୧/୨୭ମଧ୍ୟେ
✧═════•❁❀❁•═══
ବିଶୁଦ୍ଧଅମୃତବେଳ। -ଦିବା ଘ୦୭/୩୬ ଗତେ ଘ୦୮/୨୬ ମଧ୍ୟେ ଓ ଘ୧୦/୪୭ ଗତେ ଘ୧୧/୪୯ ମଧ୍ୟେ
ବିଶୁଦ୍ଧ ମହେନ୍ଦ୍ର ବେଳ।- ନାସ୍ତି
═✧══•❁❀❁•═════✧
ଆଦ୍ୟ ନିମ୍ବ ରାତ୍ରି ଘ ୧୦/୩୭ ଗତେ ତାଳ ଭକ୍ଷଣ ନିଷେଧ
🌹ମେଷ🌹👉:-ଦାମ୍ପତ୍ୟ କଳହର ଅବସାନ ଘଟିବ ଓ ସନ୍ତାନଙ୍କ ଉନ୍ନତିରେ ଖୁସି ହେବେ।ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି କରିପାରିବେ। ଆକସ୍ମିକ ଅର୍ଥ ଲାଭହେବ।
✧═════•❁❀❁•═════✧

🌹ବୃଷ🌹👉:-ଆଜି ପିଲାମାନଙ୍କ ସମସ୍ୟା ଦୁଶ୍ଚିନ୍ତାର କାରଣ ହୋଇପାରେ । ଭଲ ସମ୍ପର୍କ ରହିଥିବା ବନ୍ଧୁଟି ପରିସ୍ଥିତି ଚାପରେ ପଡ଼ି ଦୂରେଇଯିବା କାରଣରୁ ମନରେ ଅସ୍ଥିରତା ସୃଷ୍ଟି ହୋଇପାରେ ।ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ । ଜମିଜମା ରେ ରହିଥିବା ସମସ୍ୟା ଦୂରୀଭୂତ ହୋଇଯିବ ।
✧═════•❁❀❁•═════✧

🌹ମିଥୁନ🌹👉:-ଆଜି ସ୍ବାସ୍ଥ୍ୟରେ ଅବନତି ପରିଲକ୍ଷିତ ହେବା ଆଶଙ୍କା ରହିଛି। ଅନାବଶ୍ୟକ ଖର୍ଚ୍ଚ କରିବାକୁ ବାଧ୍ୟ ହେବେ। ଘରର ବରାଦ ଅନୁଯାୟୀ ଫେରିବା ବାଟରୁ କିଛି ନୂଆ ଜିନିଷ ଘରକୁ ଆଣିପାରନ୍ତି। ସଂଗଠନ, ରାଜନୀତି, କଳା, ସାହିତ୍ୟ କ୍ଷେତ୍ରରେ ଶୁଭଫଳ ପାଇବେ।
✧═════•❁❀❁•═════✧

🌹କର୍କଟ🌹👉:- ଆଜି ସାଧାରଣ କଥାକୁ କେନ୍ଦ୍ରକରି ପରିବାରରେ ଝଡ଼ ଉଠିପାରେ । ସାମାଜିକ ସ୍ତରରେ ନିଜ ଲୋକଙ୍କୁ ମନେଇ କାର୍ଯ୍ୟସାଧନ କରିବେ। ଆଜି ବଜାର ସଉଦା କିଣିବାରେ ସତର୍କ ନ ହେଲେ ଠକାମିରେ ପାଇପାରନ୍ତି। କାରଣ ନ ଥାଇ ମଧ୍ୟ ଦୋଷୀ ସାବ୍ୟସ୍ତ ହେବେ,
✧═════•❁❀❁•═════✧

🌹ସିଂହ🌹👉:-ଆଜି ସ୍ବାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ହୋଇପାରନ୍ତି । ଅଟକି ରହିଯାଇଥିବା କାମଟିକୁ ପୂର୍ଣ୍ଣାଙ୍ଗ ରୂପ ଦେବେ । ପାରିବାରିିକ ସମସ୍ୟାର ସମାଧାନ ଘଟିବ, ଏ ଦିଗରେ ଜଣେ ବନ୍ଧୁଙ୍କ ସାହାଯ୍ୟ କାମକୁ ଆସିବ। ଆର୍ଥିକ ଅନଟନ ଜନିତ ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ।

✧═════•❁❀❁•═════✧
🌹କନ୍ୟା🌹👉:-ଆଜି ପରିବାରରେ ସମସ୍ୟା ବଢ଼ିପାରେ । ବିଭିନ୍ନ ପ୍ରକାର ବାଧାବିଘ୍ନ ଓ ସମସ୍ୟା ଲାଗି ରହୁଥିବା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ ନେଗେଟିଭ୍‌ ଚିନ୍ତାଧାରା ମନକୁ ଆକ୍ରାନ୍ତ କରିବ। ବ୍ୟବସାୟ, ପରିବହନ ଓ ବାଣିଜ୍ୟରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ।
✧═════•❁❀❁•═════✧

🌹ତୁଳା🌹👉:-କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଅପ୍ରୀତିକର ପରିସ୍ଥିତି ସୃଷ୍ଟିର ଆଶଙ୍କା ରହିଛି । ଆତ୍ମୀୟମାନେ ସମାଲୋଚନା କରିପାରନ୍ତି। ବହୁ ଦିନରୁ ଆଶା କରିଥିବା କାମଟିରେ ସୁଯୋଗ ପାଇଲେ ମଧ୍ୟ ସଦ୍‌ ବ୍ୟବହାର କରିବା କଷ୍ଟକର ହେବ ।
✧═════•❁❀❁•═════✧

🌹ବିଛା🌹👉:-ଆଜି ଆପଣଙ୍କୁ କୌଣସି ନୀଚ ଜାତିର ବ୍ୟକ୍ତିବିଶେଷ ପରୋକ୍ଷ ଭାବେ ଆକ୍ଷେପ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ ଉଚ୍ଚ ସମ୍ମାନ ଓ ବସ୍ତ୍ରଭୂଷଣ ପ୍ରାପ୍ତି ଯୋଗ ରହିଛି । ଅସାବଧାନତା କାରଣରୁ କୌଣସି ଜିନିଷ ହରାଇପାରନ୍ତି।
✧═════•❁❀❁•═════✧

🌹ଧନୁ🌹👉:-ଆକସ୍ମିକଭାବରେ ବନ୍ଧୁମାନଙ୍କ ସହ ଭ୍ରମଣ କରିପାରନ୍ତି । ପାଖ ପଡୋଶୀ କିମ୍ବା ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ। ପାରଷ୍ପରିକ ଉତ୍ତମ ବୁଝାମଣା କାରଣରୁ ପାରିବାରିକ ପରିସ୍ଥିତି ଠିକ୍‌ ରହିବ। ବାଣିଜ୍ୟରେ ଆଶା କରୁଥିବା ଫଳ ଅବଶ୍ୟ ପାଇବେ ।
✧═════•❁❀❁•═════✧

🌹ମକର🌹👉:-ପାରସ୍ପରିକ ମତଭେଦ କାରଣରୁ ଅଫିସରେ କାମଗୁଡ଼ିକ ଶେଷ ପର୍ଯ୍ୟାୟକୁ ଯିବା ପୂର୍ବରୁ କୌଣସି ଅଘଟଣ ଘଟିପାରେ। ଘରୋଇ କଥାରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କଲେ ଭଲ ହେବ। ଅର୍ଥୀକକ୍ଷେତ୍ରରେ ସଫଳତା ନିଶ୍ଚିତ ମିଳିବ।
✧═════•❁❀❁•═════✧

🌹କୁମ୍ଭ🌹👉:-କର୍ମକ୍ଷେତ୍ରରେ ନିଜର ପ୍ରାଧାନ୍ୟକୁ ଜାହିର କରିବାକୁ ଯାଇ ଅପଦସ୍ଥ ହୋଇପାରନ୍ତି। ସତ୍‌ସଙ୍ଗ ପ୍ରତି ମନ ବଳିବ ଏବଂ ସାହିତ୍ୟ, ସାମ୍ବାଦିକତା କ୍ଷେତ୍ରରୁ ସୁଫଳ ପାଇବେ। ପରିବହନ, ପ୍ରଶାସନ ସ୍ତରରେ କାର୍ଯ୍ୟ ସାଧନ କିମ୍ବା ଆଶା ପୂରଣ ହେବାରେ ଜଣେ ବନ୍ଧୁ ସାହାଯ୍ୟ କରିବେ।
✧═════•❁❀❁•═════✧

🌹ମୀନ🌹👉:-ପାରିବାରିକ ଜୀବନରେ ବୁଝାମଣା ନେଇ ତିକ୍ତତା ଦେଖାଦେଇପାରେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ପାଇଁ ଦିନଟି ବହୁତ ଶୁଭଙ୍କରୀ ହେବ । ହଠାତ୍‌ ହଜି ଯାଇଥିବା ବ୍ୟକ୍ତି, ଚୋରି ଯାଇଥିବା ଜିନିଷର ଖୋଜ ଖବର ପାଇପାରନ୍ତି।
✧═════•❁❀❁•═════✧

Share this

Related Posts

ଆଜିର ରାଶିଫଳ

Udaya_Labanya | March 4, 2023 | 11 views |0

ଅଦ୍ୟ ମାର୍ଚ୍ଚ ମାସ ୦୫ ତାରିଖ ୨୦୨୩ ମସିହା(ରବିବାର)ଶକାବ୍ଦ -୧୯୪୪ସମ୍ବତ -୨୦୭୯ଦିଲ୍ଲୀସ୍ୱରାଦ୍ଧ-୧୪୩୦ସମ୍ବତ୍ସର-ଅନଳଫାଲଗୁନମାସ-ଶୁକ୍ଳପକ୍ଷତିଥି- ତ୍ରୟୋଦଶୀ ଦିବା ଘ୦୨/୧୯ ଗତେ ଚତୁର୍ଦ୍ଦଶୀନକ୍ଷତ୍ର-ଅଶ୍ଳେଷା ରାତ୍ରି ଘ୧୦/୨୪ଗତେ ମଘାଚନ୍ଦ୍ର-କର୍କଟ ରାତ୍ରି ଘ୧୦/୨୪ ଗତେ ସିଂହଯୋଗ- ଅତିଗଣ୍ଡକରଣ - ତୈତିଳସୌରମାସ- କୁମ୍ଭ ୨୧ ଦିନ✧═════•❁❀❁•═════✧ସୁର୍ୟୋଦୟ-ପ୍ରାତଃ ଘ୦୬/୦୮/୦୮ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୫୦/୦୯*✧═════•❁❀*ଯୋଗିନୀ…

ଆଜିର ରାଶିଫଳ

Udaya_Labanya | March 3, 2023 | 10 views | 0

ଅଦ୍ୟ ମାର୍ଚ୍ଚ ମାସ ୦୪ ତାରିଖ ୨୦୨୩ ମସିହା(ଶନିବାର)ଶକାବ୍ଦ -୧୯୪୪ସମ୍ବତ -୨୦୭୯ଦିଲ୍ଲୀସ୍ୱରାଦ୍ଧ-୧୪୩୦ସମ୍ବତ୍ସର-ଅନଳଫାଲଗୁନମାସ-ଶୁକ୍ଳପକ୍ଷତିଥି- ଦ୍ଵାଦଶୀ ଦିବା ଘ୧୨/୪୫ ଗତେ ତ୍ରୟୋଦଶୀନକ୍ଷତ୍ର-ପୁଷ୍ୟା ରାତ୍ରି ଘ୦୭/୨୪ଗତେ ଅଶ୍ଳେଷାଚନ୍ଦ୍ର-କର୍କଟଯୋଗ- ଶୋଭନକରଣ - ବାଳବସୌରମାସ- କୁମ୍ଭ ୨୦ ଦିନ✧═════•❁❀❁•═════✧ସୁର୍ୟୋଦୟ-ପ୍ରାତଃ ଘ୦୬/୦୮/୪୮ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୪୯/୫୯*✧═════•❁❀*ଯୋଗିନୀ ନୈରୁତେ ଦିବା ଘ୧୧/୪୫ ଗତେ…

Leave a Reply

Your email address will not be published. Required fields are marked *

Archives

Categories