ଆଜିର ରାଶିଫଳ

Udaya_Labanya | July 13, 2021 | 46 views |0 | Vastu & Astrology


ଅଦ୍ୟ ଜୁଲାଇ ମାସ ୧୩ ତାରିଖ ୨୦୨୧ ମସିହା(ମଙ୍ଗଳବାର)
ଶକାବ୍ଦ -୧୯୪୩
ସମ୍ବତ -୨୦୭୮
ସାଲ-୧୪୨୮
ସମ୍ବତ୍ସର-ରାକ୍ଷସ
ଆଷାଢ଼ମାସ-ଶୁକ୍ଳପକ୍ଷ
ତିଥି-ତୃତୀୟା ଦିବା ଘ ୦୮/୦୪ ପର୍ଯ୍ୟନ୍ତ ତଦନ୍ତେ ଚତୁର୍ଥୀ
ନକ୍ଷତ୍ର- ମଘା ରାତ୍ରି ଘ ୦୪/୦୧ ପର୍ଯ୍ୟନ୍ତ ତଦନ୍ତେ ପୁର୍ବା: ଫା
ଚନ୍ଦ୍ର- ସିଂହ
ଯୋଗ-ଆସ୍ରୁକ
କରଣ-ଗର
ସୌରମାସ-ମିଥୁନ ୨୯ ଦିନ
✧═════•❁❀❁•═════✧
ସୁର୍ୟୋଦୟ-ପ୍ରାତଃ ଘ୦୫/୧୯/୪୯
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୨୬/୧୯
✧═════•❁❀❁•═════✧
ଯୋଗିନୀ ଅଗ୍ନିକୋଣେ ଦିବା ଘ ୦୮/୦୪ ପର୍ଯ୍ୟନ୍ତ ତଦନ୍ତେ ନୈରୁତେ
କର୍କଟ ଓ ମକର ରାଶିର ଘାତଚନ୍ଦ୍ର
ମକର ରାଶିର ଘାତବାର
ଚତୁର୍ଥୀ ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
✧═════•❁❀❁•═══
କାଳବେଳ। – ଦିବା ଘ୦୧/୩୨ଗତେ ଘ୦୩/୧୦ ମଧ୍ୟେ
ବାରବେଳ।- ଦିବା ଘ୦୬/୫୭ଗତେ ଘ୦୮/୩୭ ମଧ୍ୟେ
✧═════•❁❀❁•═══
ବିଶୁଦ୍ଧଅମୃତବେଳ। -ଦିବା ଘ୦୮/୩୮ ଗତେ ଘ୦୯/୨୦ ମଧ୍ୟେ ଓ ଘ୧୧/୪୪ ଗତେ ଘ୦୧/୩୦ ମଧ୍ୟେ
ବିଶୁଦ୍ଧ ମହେନ୍ଦ୍ର ବେଳ।-ଦିବା ଘ୦୩/୧୨ ଗତେ ଘ୦୪/୩୩ ମଧ୍ୟେ ରାତି ଘ ୦୮/୫୦ ଗତେ ଘ ୧୦/୨୬ମଧ୍ୟେ
═✧══•❁❀❁•═════✧
ଅଦ୍ୟ ମୂଳା ଭକ୍ଷଣ ନିଷେଧ
🌹ମେଷ🌹👉ପାରିବାରିକ ଜୀବନରେ ବୁଝାମଣା ନେଇ ତିକ୍ତତା ଦେଖାଦେଇପାରେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ପାଇଁ ଦିନଟି ବହୁତ ଶୁଭଙ୍କରୀ ହେବ । ବହୁଦିନରୁ ହଜି ଯାଇଥିବା ବା ଚୋରି ଯାଇଥିବା ଜିନିଷରହଠାତ୍‌ ଖୋଜ ଖବର ପାଇପାରନ୍ତି।
✧═════•❁❀❁•═════✧
🌹ବୃଷ🌹👉ଦାମ୍ପତ୍ୟ କଳହର ଅବସାନ ଘଟିବ ଓ ସନ୍ତାନଙ୍କ ଉନ୍ନତିରେ ଖୁସି ହେବେ।ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣର ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି କରିପାରିବେ। ଆକସ୍ମିକ ଅର୍ଥ ଲାଭହେବ।

✧═════•❁❀❁•═════✧
🌹ମିଥୁନ🌹👉ଆଜି ପିଲାମାନଙ୍କ ସମସ୍ୟା ଦୁଶ୍ଚିନ୍ତାର କାରଣ ହୋଇପାରେ । ଭଲ ସମ୍ପର୍କ ରହିଥିବା ବନ୍ଧୁଟି ପରିସ୍ଥିତି ଚାପରେ ପଡ଼ି ଦୂରେଇଯିବା କାରଣରୁ ମନରେ ଅସ୍ଥିରତା ସୃଷ୍ଟି ହୋଇପାରେ ।ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ । ଜମିଜମା ରେ ରହିଥିବା ସମସ୍ୟା ଦୂରୀଭୂତ ହୋଇଯିବ ।

✧═════•❁❀❁•═════✧
🌹କର୍କଟ🌹👉ଆଜି ସ୍ବାସ୍ଥ୍ୟରେ ଅବନତି ପରିଲକ୍ଷିତ ହେବା ଆଶଙ୍କା ରହିଛି। ଅନାବଶ୍ୟକ ଖର୍ଚ୍ଚ କରିବାକୁ ବାଧ୍ୟ ହେବେ। ଘରର ବରାଦ ଅନୁଯାୟୀ ଫେରିବା ବାଟରୁ କିଛି ନୂଆ ଜିନିଷ ଘରକୁ ଆଣିପାରନ୍ତି। ସଂଗଠନ ଓ ରାଜନୀତି କ୍ଷେତ୍ରରେ ଶୁଭଫଳ ପାଇବେ।
✧═════•❁❀❁•═════✧
🌹ସିଂହ 🌹👉ଆଜି ସାଧାରଣ କଥାକୁ କେନ୍ଦ୍ରକରି ପରିବାରରେ ଝଡ଼ ଉଠିପାରେ । ସାମାଜିକ ସ୍ତରରେ ନିଜ ଲୋକଙ୍କୁ ମନେଇ କାର୍ଯ୍ୟସାଧନ କରିବେ। ଆଜି ବଜାର ସଉଦା କିଣିବାରେ ସତର୍କ ନ ହେଲେ ଠକାମିରେ ପାଇପାରନ୍ତି। କାରଣ ନ ଥାଇ ମଧ୍ୟ ଦୋଷୀ ସାବ୍ୟସ୍ତ ହେବେ,

✧═════•❁❀❁•═════✧
🌹କନ୍ୟା🌹👉ଆଜି ଆର୍ଥିକ ଅନଟନ ଜନିତ ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ ସ୍ବାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ହୋଇପାରନ୍ତି । ଅଟକି ରହିଯାଇଥିବା କାମଟିକୁ ପୂର୍ଣ୍ଣାଙ୍ଗ ରୂପ ଦେବେ । ପାରିବାରିିକ ସମସ୍ୟାର ସମାଧାନ ଘଟିବ, ଏ ଦିଗରେ ଜଣେ ବନ୍ଧୁଙ୍କ ସାହାଯ୍ୟ କାମକୁ ଆସିବ।
✧═════•❁❀❁•═════✧
🌹ତୁଳା🌹👉ଆଜି ପରିବାରରେ ସମସ୍ୟା ବଢ଼ିପାରେ । ବିଭିନ୍ନ ପ୍ରକାର ବାଧାବିଘ୍ନ ଓ ସମସ୍ୟା ଲାଗି ରହୁଥିବା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ ନେଗେଟିଭ୍‌ ଚିନ୍ତାଧାରା ମନକୁ ଆକ୍ରାନ୍ତ କରିବ। ବ୍ୟବସାୟ, ପରିବହନ ଓ ବାଣିଜ୍ୟରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ।

✧═════•❁❀❁•═════✧
🌹ବିଛା🌹👉କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଅପ୍ରୀତିକର ପରିସ୍ଥିତି ସୃଷ୍ଟିର ଆଶଙ୍କା ରହିଛି । ଆତ୍ମୀୟମାନେ ସମାଲୋଚନା କରିପାରନ୍ତି। ବହୁ ଦିନରୁ ଆଶା କରିଥିବା କାମଟିରେ ସୁଯୋଗ ପାଇଲେ ମଧ୍ୟ ସଦ୍‌ ବ୍ୟବହାର କରିବା କଷ୍ଟକର ହେବ ସହ ବିଫଳ ହୋଇପାରନ୍ତି ।

✧═════•❁❀❁•═════✧
🌹ଧନୁ🌹👉ଆଜି ଆପଣଙ୍କୁ କୌଣସି ନୀଚ ଜାତିର ବ୍ୟକ୍ତିବିଶେଷ ପରୋକ୍ଷ ଭାବେ ଆକ୍ଷେପ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ ଉଚ୍ଚ ସମ୍ମାନ ଓ ବସ୍ତ୍ରଭୂଷଣ ପ୍ରାପ୍ତି ଯୋଗ ରହିଛି । ଅସାବଧାନତା କାରଣରୁ କୌଣସି ଜିନିଷ ହରାଇପାରନ୍ତି।

✧═════•❁❀❁•═════✧
🌹ମକର🌹👉ଆଜି ଆକସ୍ମିକଭାବରେ ବନ୍ଧୁମାନଙ୍କ ସହ ଭ୍ରମଣ କରିପାରନ୍ତି । ପାଖ ପଡୋଶୀ କିମ୍ବା ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ। ପାରଷ୍ପରିକ ଉତ୍ତମ ବୁଝାମଣା କାରଣରୁ ପାରିବାରିକ ପରିସ୍ଥିତି ଠିକ୍‌ ରହିବ। ବାଣିଜ୍ୟରେ ଆଶା କରୁଥିବା ଫଳ ପାଇବେନାହିଁ ।ବ୍ୟୟ ଅଧିକ ହେବ।
✧═════•❁❀❁•═════✧

🌹କୁମ୍ଭ🌹👉ପାରସ୍ପରିକ ମତଭେଦ କାରଣରୁ ଅଫିସରେ କାମଗୁଡ଼ିକ ଶେଷ ପର୍ଯ୍ୟାୟକୁ ଯିବା ପୂର୍ବରୁ କୌଣସି ଅଘଟଣ ଘଟିପାରେ। ଘରୋଇ କଥାରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କଲେ ଭଲ ହେବ। ଅର୍ଥୀକକ୍ଷେତ୍ରରେ ସଫଳତା ନିଶ୍ଚିତ ମିଳିବ।
✧═════•❁❀❁•═════✧

🌹ମୀନ🌹👉କର୍ମକ୍ଷେତ୍ରରେ ନିଜର ପ୍ରାଧାନ୍ୟକୁ ଜାହିର କରିବାକୁ ଯାଇ ଅପଦସ୍ଥ ହୋଇପାରନ୍ତି। ସତ୍‌ସଙ୍ଗ ପ୍ରତି ମନ ବଳିବ ଏବଂ ସାହିତ୍ୟ, ସାମ୍ବାଦିକତା କ୍ଷେତ୍ରରୁ ସୁଫଳ ପାଇବେ। ପରିବହନ, ପ୍ରଶାସନ ସ୍ତରରେ କାର୍ଯ୍ୟ ସାଧନ କିମ୍ବା ଆଶା ପୂରଣ ହେବାରେ ଜଣେ ବନ୍ଧୁ ସାହାଯ୍ୟ କରିବେ।
✧═════•❁❀❁•═════✧

Share this
  •  
  •  
  •  
  •  
  •  
  •  
  •  

Related Posts

ଆଜିର ରାଶିଫଳ

Udaya_Labanya | January 29, 2022 | 47 views |0

ଅଦ୍ୟ ଜାନୁଆରୀ ମାସ ୨୯ ତାରିଖ ୨୦୨୨ ମସିହା(ଶନିବାର)ଶକାବ୍ଦ -୧୯୪୩ସମ୍ବତ -୨୦୭୮ସାଲ-୧୪୨୯ସମ୍ବତ୍ସର-ରାକ୍ଷସମାଘ- କୃଷ୍ଣପକ୍ଷତିଥି- ଦ୍ୱାଦଶି ରାତ୍ରି ଘ ୦୮/୨୬ ପର୍ଯ୍ୟନ୍ତ ତଦନ୍ତେ ତ୍ରୟୋଦଶୀନକ୍ଷତ୍ର- ମୂଳା ରାତ୍ରି ଘ ୦୩/୧୧ ପର୍ଯ୍ୟନ୍ତ ତଦନ୍ତେ ପୂର୍ବାଷାଢ଼।ଚନ୍ଦ୍ର- ଧନୁଯୋଗ-ବ୍ୟାଘାତକରଣ - କୌଳବସୌରମାସ- ମକର ୧୬ ଦିନ✧═════•❁❀❁•═════✧ସୁର୍ୟୋଦୟ-ପ୍ରାତଃ…

ଆଜିର ରାଶିଫଳ

Udaya_Labanya | January 17, 2022 | 54 views | 0

ଅଦ୍ୟ ଜାନୁଆରୀ ମାସ ୧୭ ତାରିଖ ୨୦୨୨ ମସିହା(ସୋମବାର)ଶକାବ୍ଦ -୧୯୪୩ସମ୍ବତ -୨୦୭୮ସାଲ-୧୪୨୯ସମ୍ବତ୍ସର-ରାକ୍ଷସପୌଷ- ଶୁକ୍ଳପକ୍ଷତିଥି- ପୂର୍ଣ୍ଣିମା ରାତ୍ରି ଘ ୦୫/୧୫ ପର୍ଯ୍ୟନ୍ତ ତଦନ୍ତେ ପ୍ରତିପଦନକ୍ଷତ୍ର- ପୁନର୍ବସୁ ରାତ୍ରି ଘ ୦୫/୧୪ ପର୍ଯ୍ୟନ୍ତ ତଦନ୍ତେ ପୁଷ୍ୟାଚନ୍ଦ୍ର- ମିଥୁନ ରାତ୍ରି ଘ ୧୦/୩୭ ପର୍ଯ୍ୟନ୍ତ ତଦନ୍ତେ…

Leave a Reply

Your email address will not be published. Required fields are marked *

Archives

Categories