#Breaking News

ହେରାପଞ୍ଚମୀ ରେ ରଥକାଠ ଭାଙ୍ଗିଲେ ମହାଲକ୍ଷ୍ମୀ


ପୁରୀ(ଉଲାପ୍ର)ପବିତ୍ର ହେରାପଞ୍ଚମୀ ଉପଲକ୍ଷେ ବିଧି ପରମ୍ପରା ପୂର୍ବକ ଆଡ଼ପ ମଣ୍ଡପରେ ବିରାଜିତ ମହାପ୍ରଭୁଙ୍କୁ ଦର୍ଶନ କରିବା ପାଇଁ ମହାଲକ୍ଷ୍ମୀ ଶ୍ରୀଗୁଣ୍ଡିଚା ମନ୍ଦିରକୁ ଆଜ ରାତିରେ ବିଜେ କରିଥିଲେ। ରୁକ୍ମିଣୀ ହରଣ ଏକାଦଶୀ ଦିନ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସହ ମହାଲକ୍ଷ୍ମୀଙ୍କ ବିବାହ ଯଥା ବିଧି ଆଧାରରେ ସମ୍ପର୍ଣ୍ଣ ହୋଇଥିଲା । ଗଇଁଠାଳ ଫିଟି ନଥିବା ବେଳେ ମହାପ୍ରଭୁ ଅସୁସ୍ଥ ହୋଇ ଅଣସର ପିଣ୍ଡିରେ ଚିକିତ୍ସିତ ହେଉଥିଲେ । ସୁସ୍ଥ ହେବା ପରେ ବଡ଼ଭାଇ ଓ ଭଉଣୀଙ୍କୁ ସାଙ୍ଗରେ ନେଇ ଜନ୍ମବେଦୀକୁ ଯାତ୍ରା କରିଛନ୍ତି ।ଦୀର୍ଘଦିନ ଧରି ମହାପ୍ରଭୁଙ୍କ ସହ ମହାଲକ୍ଷ୍ମୀଙ୍କ ସାକ୍ଷାତ ହୋଇନାହିଁ ।ହେରାପଞ୍ଚମୀ ଦିନ

ମହାପ୍ରଭୁଙ୍କୁ ଦର୍ଶନ ପାଇଁ ଶ୍ରୀଗୁଣ୍ଡିଚା ମନ୍ଦିର ଅଭିମୁଖେ ଯାତ୍ରା କରିବେ ମହାଲକ୍ଷ୍ମୀ । ସଂଧ୍ୟା ଆଳତୀ ପରେ ବିମାନ ପଟୁଆରରେ ମହାଲକ୍ଷ୍ମୀ ଶ୍ରୀମନ୍ଦିରରୁ ବାହାରି ଗୁଣ୍ଡିଚା ମନ୍ଦିର ଅଭିମୁଖେ ଯାତ୍ରା କରିଥିଲେ। ନନ୍ଦିଘୋଷ ରଥ ନିକଟରେ ମହାଲକ୍ଷ୍ମୀ ପହଞ୍ଚିବା ପରେ ପତି ମହାପାତ୍ର ବନ୍ଦାପନା କରିଥିଲେ । ସଂଧ୍ୟା ଧୂପ ଚାଲିଥିବା ବେଳେ ଟେରା ପଡ଼ିଥିଲା । ଏହାପରେ ରାଗ ଜର୍ଜରିତ ହୋଇ ଅଭିମାନିନି ମହାଲକ୍ଷ୍ମୀ ନନ୍ଦିଘୋଷ ରଥ କାଠକୁ ଭାଙ୍ଗିଦେଇ ନାକଚଣା ଦ୍ୱାର ଦେଇ ପ୍ରସ୍ଥାନ କରିବା ସମୟରେ ଭିତରଛୁ ମହାପାତ୍ର ଦହିପଟି ମଣୋହି ନୀତି କରିଥିଲେ । ଏହାପରେ ଅଭିମାନିନି ମହାଲକ୍ଷ୍ମୀ ବଡ଼ଦାଣ୍ଡ ବାଟେ ନଫେରି ହେରାଗୋହରୀ ସାହି ଦେଇ ଶ୍ରୀମନ୍ଦିର ଭିତରକୁ ପ୍ରସ୍ଥାନ କରିଛନ୍ତି ।

Leave a comment

Your email address will not be published. Required fields are marked *