ଓଏସଏସସି ଦୁର୍ନୀତିର କମିଶନ୍ ପାଲିଟିଛି

Udaya_Labanya | August 5, 2021 | 29 views |0 | Breaking News


ବରଗଡ଼- ଓଡ଼ିଶା ଷ୍ଟାଫ ସିଲେକସନ କମିଶନ୍ ଏବେ ଦୁର୍ନୀତି ର ଅଫିସ ପାଲିଟିଛି ଏବଂ ଚାକିରି ବିକ୍ରି କମିଶନ ରେ ପରିଣତ ହୋଇଛି। ରାଜ୍ୟ ସରକାର ଏହା ରୋକିବାରେ ବିଫଳ ହୋଇଛନ୍ତି। ରାଜ୍ୟ ର ଲକ୍ଷ ଲକ୍ଷ ବେକାର ଯୁବକ ଯୁବତୀଙ୍କ ଭାଗ୍ୟ ସହ ଖେଳ ଖେଳୁଛନ୍ତି। ସରକାରଙ୍କ ଲାଞ୍ଚ ବଦଳରେ ଚାକିରି ନୀତି ର ପ୍ରତିବାଦ ରେ ଆଜି ବରଗଡ଼ ଥାନା ଛକଠାରେ ଭାଜପା ଯୁବମୋର୍ଚ୍ଚା ପକ୍ଷରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଙ୍କ କୁଶ ପୁତ୍ତଳିକା ଦାହ କରାଯିବା ସହ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଜିଲ୍ଲା ଯୁବ ମୋର୍ଚ୍ଚା ସଭାପତି ଅମିତ ପଣ୍ଡା ଙ୍କ ନେତୃତ୍ବରେ ଶତାଧିକ ସଭ୍ୟ/ ସଭ୍ୟା ଏକ ଶୋଭାଯାତ୍ରାରେ ବାହାରି ବରଗଡ଼ ସହର ଟାଉନ ଥାନା ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ସେହିପରି ଭଟଲି ଥାନା ସମ୍ମୁଖରେ ମଧ୍ୟ ବିକ୍ଷୋଭ ପ୍ରଦର୍ଶନ ସହ କୁଶ ପୁତ୍ତଳିକା ଦାହ କରିଥିଲେ। ଏଥିରେ ଜିଲ୍ଲା ସଭାପତି ସହ ଯୁବ ମୋର୍ଚ୍ଚା ରାଜ୍ୟ ସଭାପତି ଇରାଶିଷ ଆଚାର୍ଯ୍ୟ ଉପସ୍ଥିତ ଥିଲେ।

Share this
  •  
  •  
  •  
  •  
  •  
  •  
  •  

Related Posts

ଆଜି ବିଶ୍ୱ ଏଡ଼ସ ଦିବସ କନ୍ଧମାଳ ରେ୨୫୫…

Udaya_Labanya | December 1, 2022 | 3 views |0

ଫୁଲବାଣୀ (ସୁନୀଲ ପଟନାୟକ )ଜନ ସଚେତନତା ବଢିବା ଯୋଗୁଁ ଏବେ ଆଗଭଳି ଏଡ଼ସ ରୋଗ ବ୍ୟାପୁନାହିଁ ଆଉ ତତସହିତ ମୃତ୍ୟୁ ହାର ମଧ୍ୟ ଢେର କମିଛି ବୋଲି ଗୁରୁବାର ଫୁଲବାଣୀ ମୁଖ୍ୟ ଡାକ୍ତର ଖାନା ପରିସର ରେ ବିଶ୍ୱ ଏଡ଼ସ ଦିବସ…

ବିଦ୍ୟାଳୟରେ ଶ୍ରେଣୀଗୃହ ନାହିଁ,ବାରଣ୍ଡାରେ ପାଠ ପଢା

Udaya_Labanya | December 1, 2022 | 5 views | 0

ଫୁଲବାଣୀ(ସୁନୀଲ ପଟନାୟକ )ସରକାର ଶିକ୍ଷାର ବିକାଶପାଇଁ ପର୍ଯ୍ୟାପ୍ତ ଅର୍ଥ ଖର୍ଚ କରୁଛନ୍ତି, ପିଲାମାନେ ଯେପରି ସ୍କୁଲ ମୁହଁ । କରିବାଲାଗି ବହିପତ୍ର ଠୁ ଆରମ୍ଭ କରି ମଧ୍ୟାହ୍ନ ଭୋଜନ,ପୋଷାକ, ଜୋତା ଆଦି ମାଗଣାରେ ପ୍ରଦାନ କରୁଛନ୍ତି। ହେଲେ କନ୍ଧମାଳ ଜିଲ୍ଲାର କେତେକ…

Leave a Reply

Your email address will not be published. Required fields are marked *

Archives

Categories