ନାରୀ ଶକ୍ତିକୁ ସଶକ୍ତିକରଣ କରିବା ପାଇଁ ଭିନ୍ନ ପ୍ରୟାସ

Udaya_Labanya | August 12, 2021 | 16 views |0 | Breaking News


କନ୍ଧମାଳ.(ସଞ୍ଜୟ କୁମାର ପାଣିଗ୍ରାହୀ): ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ରାଜ୍ୟ ବିଜୁ ମହିଳା ଜନତା ଦଳର ସଭାନେତ୍ରୀ ସ୍ନେହାଙ୍ଗିନୀ ଛୁରିଆ କନ୍ଧମାଳ ଜିଲ୍ଲା ସଭାନେତ୍ରୀ ଭାବରେ ପୁନମ କହଁରଙ୍କୁ ଯେଉଁ ଦାୟିତ୍ୱ ଦେଇଛନ୍ତି ସେହି ଦାୟିତ୍ୱକୁ ଜିଲ୍ଲା ସଭାନେତ୍ରୀ ପୁନମ କହଁର ସୁଚାରୁ ରୂପେ ତୁଲାଇ ଆସୁଛନ୍ତି । ଦାୟିତ୍ୱ ପାଇବାର ଅଳ୍ପ ଦିନ ମଧ୍ୟରେ କନ୍ଧମାଳ ଜିଲ୍ଲାର ପ୍ରତିଟି ବ୍ଲକରେ ବିଜୁ ମହିଳା ଜନତା ଦଳର ପ୍ରସ୍ତୁତି ବୈଠକ କରି ଆସୁଛନ୍ତି । ଏ ନେଇ ତୁମୁଡିବନ୍ଧ ବ୍ଲକର ବିଜୁ ମହିଳା ଜନତା ଦଳର ପ୍ରସ୍ତୁତି ବୈଠକରେ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ମହିଳାମାନଙ୍କୁ ଉତ୍ସାହିତ କରିବା ସହିତ ସମସ୍ତେ ଯେପରି ଏକତାର ସହିତ ଆଗାମୀ ନିର୍ବାଚନରେ କାର୍ଯ୍ୟ କରିବେ ଏବଂ ବିଜୁ ଜନତା ଦଳକୁ ବିଜୟଲାଭ କରାଇବେ ସେ ବିଷୟରେ ଆଲୋଚନା କରିଥିଲେ । ଉକ୍ତ ବୈଠକରେ ବାଲିଗୁଡା ବିଧାୟକ ଚକ୍ରମଣୀ କହଁର , ପୂର୍ବତନ ବିଧାୟକ ରାଜୀବ ପାତ୍ର, ତୁମୁଡିବନ୍ଧ ବ୍ଲକ ସଭାପତି ପ୍ରମୋଦ କୁମାର ସାହୁ, ଜିଲ୍ଲା ସାଧାରଣ ସମ୍ପାଦିକା ନଳିନୀ ପ୍ରଧାନ, ତୁମୁଡିବନ୍ଧ ସରପଞ୍ଚ ଏବଂ ଅନ୍ୟାନ୍ୟ କର୍ମକର୍ତ୍ତାମାନେ ଉପସ୍ଥିତ ଥିଲେ ।

Share this
  •  
  •  
  •  
  •  
  •  
  •  
  •  

Related Posts

ଆଜି ବିଶ୍ୱ ଏଡ଼ସ ଦିବସ କନ୍ଧମାଳ ରେ୨୫୫…

Udaya_Labanya | December 1, 2022 | 3 views |0

ଫୁଲବାଣୀ (ସୁନୀଲ ପଟନାୟକ )ଜନ ସଚେତନତା ବଢିବା ଯୋଗୁଁ ଏବେ ଆଗଭଳି ଏଡ଼ସ ରୋଗ ବ୍ୟାପୁନାହିଁ ଆଉ ତତସହିତ ମୃତ୍ୟୁ ହାର ମଧ୍ୟ ଢେର କମିଛି ବୋଲି ଗୁରୁବାର ଫୁଲବାଣୀ ମୁଖ୍ୟ ଡାକ୍ତର ଖାନା ପରିସର ରେ ବିଶ୍ୱ ଏଡ଼ସ ଦିବସ…

ବିଦ୍ୟାଳୟରେ ଶ୍ରେଣୀଗୃହ ନାହିଁ,ବାରଣ୍ଡାରେ ପାଠ ପଢା

Udaya_Labanya | December 1, 2022 | 5 views | 0

ଫୁଲବାଣୀ(ସୁନୀଲ ପଟନାୟକ )ସରକାର ଶିକ୍ଷାର ବିକାଶପାଇଁ ପର୍ଯ୍ୟାପ୍ତ ଅର୍ଥ ଖର୍ଚ କରୁଛନ୍ତି, ପିଲାମାନେ ଯେପରି ସ୍କୁଲ ମୁହଁ । କରିବାଲାଗି ବହିପତ୍ର ଠୁ ଆରମ୍ଭ କରି ମଧ୍ୟାହ୍ନ ଭୋଜନ,ପୋଷାକ, ଜୋତା ଆଦି ମାଗଣାରେ ପ୍ରଦାନ କରୁଛନ୍ତି। ହେଲେ କନ୍ଧମାଳ ଜିଲ୍ଲାର କେତେକ…

Leave a Reply

Your email address will not be published. Required fields are marked *

Archives

Categories