ଆଜିର ରାଶିଫଳ
ଅଦ୍ୟ ଅଗଷ୍ଟ ମାସ ୧୭ ତାରିଖ ୨୦୨୧ ମସିହା(ମଙ୍ଗଳବାର)
ଶକାବ୍ଦ -୧୯୪୩
ସମ୍ବତ -୨୦୭୮
ସାଲ-୧୪୨୮
ସମ୍ବତ୍ସର-ରାକ୍ଷସ
ଶ୍ରାବଣମାସ-ଶୁକ୍ଳପକ୍ଷ
ତିଥି-ନବମୀ ପ୍ରାତଃ ଘ୦୫/୪୫ ପର୍ଯ୍ୟନ୍ତ ତଦନ୍ତେ ଦଶମୀ
ନକ୍ଷତ୍ର- ଜ୍ୟେଷ୍ଠା ରାତ୍ରି ଘ୦୨/୨୦ ପର୍ଯ୍ୟନ୍ତ ତଦନ୍ତେ ମୂଳା
ଚନ୍ଦ୍ର-ବିଛା ରାତ୍ରି ଘ୦୨/୨୦ ପର୍ଯ୍ୟନ୍ତ ତଦନ୍ତେ ଧନୁ
ଯୋଗ-ବୈଧୃତି
କରଣ-କୌଲବ
ସୌରମାସ-ସିଂହ ୦୧ ଦିନ
✧═════•❁❀❁•═════✧
ସୁର୍ୟୋଦୟ-ପ୍ରାତଃ ଘ୦୫/୩୧/୩୫
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୧୦/୫୦
*✧═════•❁❀
*ଯୋଗିନୀ ପୂର୍ବେ ପ୍ରାତଃ ଘ୦୫/୪୫ ପର୍ଯ୍ୟନ୍ତ ତଦନ୍ତେ ଉତ୍ତରେ*
ମକର ରାଶିର ଘାତବାର
ଦଶମୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
✧═════•❁❀❁•═══
କାଳବେଳ। -ଦିବା ଘ୦୧/୨୬ ଗତେ ଘ୦୩/୦୨ ମଧ୍ୟେ
ବାରବେଳ।- ଦିବା ଘ୦୭/୦୬ ଗତେ ଘ୦୮/୪୨ମଧ୍ୟେ
══•❁❀❁•═══
ବିଶୁଦ୍ଧ ଅମୃତ ବେଳ। -ଦିବା ଘ୦୮/୪୫ ଗତେ ଘ୧୦/୧୯ ମଧ୍ୟେ ଓ ଘ୧୨/୪୯ଗତେ ଘ୦୧/୨୫ ମଧ୍ୟେ
ବିଶୁଦ୍ଧ ମ।ହେନ୍ଦ୍ର ବେଳ।- ନାସ୍ତି
═✧══•❁❀❁•═════✧
ଅଦ୍ୟ ନଡ଼ିଆ ପ୍ରାତଃ ଘ ୦୫/୪୫ ଗତେ କଳମଶାଗ ଭକ୍ଷଣ ନିଷେଧ
🌹ମେଷ🌹👉:-ଆଜି ପ୍ରତିଦ୍ୱନ୍ଦ୍ୱିତା କିମ୍ବା ପ୍ରତିଯୋଗିତା ରେ ସଫଳତା ମିଳିବ। ଅଫିସ୍ କାମରେ ଯୁକ୍ତିଯୁକ୍ତ କଥା କହି ବିବାଦ ଭିତରକୁ ପଶିଯାଇପାରନ୍ତି।ବନ୍ଧୁଙ୍କ ସହ ଯାତ୍ରା ଆରମ୍ଭ କରି ଖୁସି ମନେଇବେ। ବକେୟା ଅର୍ଥ ପ୍ରାପ୍ତ ହେବ ଓ ଶାରୀରିକ ସୁସ୍ଥତା ଅନୁଭବ କରିବେ।
✧═════•❁❀❁•═════✧
🌹ବୃଷ🌹👉:-ଆକସ୍ମିକ ଆବଶ୍ୟକତା କାରଣରୁ ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ। ସହକର୍ମୀ କିମ୍ବା ପଡ଼ୋଶୀଙ୍କ ସାହାଯ୍ୟ, ସମର୍ଥନ ଲାଭ କରାଇବ। ଆପଣ ଭଲ କଥା କହିଲେ ମଧ୍ୟ ଅନ୍ୟମାନେ ଭୁଲ୍ ବୁଝିବେ। ବାରମ୍ବାର ଚେଷ୍ଟା ବିଫଳତା ଜନିତ ମନରେ ସବୁବେଳେ ଟେନ୍ ସନ ଲାଗି ରହିବ।
✧═════•❁❀❁•═════✧
🌹ମିଥୁନ🌹👉:-ନିକଟସ୍ଥ ଜଣାଶୁଣା ବ୍ୟକ୍ତି ମାନଙ୍କ ଦ୍ୱାରା ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ। ଆପଣଙ୍କ କଥାବାର୍ତ୍ତା ଓ ବ୍ୟବହାର ଅନ୍ୟମାନଙ୍କ ପସନ୍ଦଯୋଗ୍ୟ ନ ହେବା କାରଣରୁ ସମସ୍ୟା ଉପୁଜିପାରେ। ବିଭିନ୍ନ ପ୍ରକାର ଧନ୍ଦା କରିବା ସକାଶେ ବନ୍ଧୁମାନେ ପ୍ରୋତ୍ସାହିତ କରିପାରନ୍ତି।
✧═════•❁❀❁•═════✧
🌹କର୍କଟ🌹👉:-ଆଜି ସରକାରୀ ସ୍ତରରୁ ହଠାତ୍ ଆଶା କରୁଥିବା ଶୁଭ ଖବର ଶୁଣି ଖୁସି ହେବେ।ନିଜ ପରିସରରେ ସାଧାରଣ କଥାକୁ ବଡ଼ କରି ନିକଟସ୍ଥ ବ୍ୟକ୍ତି ଜଣେ କଳହର ମାତ୍ରାକୁ ବଢ଼ାଇବେ। ଅବଶ୍ୟ ପରକ୍ଷଣରେ ଆପଣଙ୍କ ର ବିଜୟ ହେବ। ଯାହା କଲେ ମଧ୍ୟ କୌଣସି କାମ ସ୍ଥଗିତ ରହିବ ନାହିଁ।
✧═════•❁❀❁•═════✧
🌹ସିଂହ🌹👉:-ଆଜି ଯେତେ ପ୍ରକାର ସୁବିଧା ସୁଯୋଗ ସୃଷ୍ଟି ହେଲେ ମଧ୍ୟ ଅନ୍ୟମାନେ ସନ୍ତୁଷ୍ଟ ହେବେ ନାହିଁ ବରଂ ଓଲଟି ନିନ୍ଦାଗାନ କରିବେ। ଘରେ ବନ୍ଧୁମିଳନ ଓ ନୂତନ ଅତିଥିଙ୍କ ଆଗମନ ଯୋଗୁ ହସଖୁସି ରେ ରହିବେ । କର୍ମଚାରୀ ମାନେସୁଫଳ ପାଇବେ।ଅପରାହ୍ଣରୁ ଶାରିରିକ କଷ୍ଠ ଲାଘବହେବା ଆରମ୍ଭ ହେବ।
✧═════•❁❀❁•═════✧
🌹କନ୍ୟା🌹👉:-ଆଜି ଅର୍ଥ, ସମ୍ମାନ ଓ ବିଳାସବ୍ୟସନ ଦିଗ ପାଇଁ ବହୁତ ଭଲ ହେବ। ବହୁ ଦିନରୁ ଟଙ୍କା ବାକି ରଖିଥବା ଲୋକଟି ଆପଣଙ୍କୁ ଘରେ ଆସି ଟଙ୍କା ଦେଇଯାଇପାରେ। ଘରକୁ ସଜାଡ଼ିବାରେ ମନୋନିବେଶ କରିପାରନ୍ତି। ମନ ପ୍ରଫୁଲ୍ଲ ରହିବ।
✧═════•❁❀❁•═════✧
🌹ତୁଳା🌹👉:-ଆଜି ଦିନଟି ଆପଣଙ୍କ ପାଇଁ ବହୁ ଶୁଭଦାୟକ ରହିବେ। କିନ୍ତୁ ମାନସିକ ଅଶାନ୍ତି ଲାଗି ରହିବା କାରଣରୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ଅବଶ୍ୟ ମାଲିମକଦ୍ଦମାରେ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ।
✧═════•❁❀❁•═════✧
🌹ବିଛା🌹👉:-ଆଜି ମନ ଖୁସି ରହିଲେ ମଧ୍ୟ କାର୍ଯ୍ୟବ୍ୟସ୍ତତା ଅନୁଭବ କରିବେ । ଜ୍ୟେଷ୍ଠା ନକ୍ଷତ୍ର ଅଭାବ ଦୂରେଇବାର ପ୍ରୟାସକଲେ ମଧ୍ୟ ଧାର କରଜ କରି ଆବଶ୍ୟକତା ଚଳାଇନେବେ। କ୍ରୀଡ଼ା, କଳା କ୍ଷେତ୍ରରେ ସମସ୍ୟାର ସରଳ ସମାଧାନ କରିପାରିବେ।
✧═════•❁❀❁•═════✧
🌹ଧନୁ🌹👉:-ଶିଳ୍ପ, ବାଣିଜ୍ୟକାରବାର କ୍ଷେତ୍ରରେ ବେଶ୍ ଖୁସୀ ରହିବେ।ମନ ଭଲ ନ ଥିବା ହେତୁ କୌଣସି କାମରେ ମନଯୋଗୀ ରହିପାରିବେ ନାହିଁ। ତେଣୁ ମନ ଖୁସିରେ ରହିପାରିବେ ନାହିଁ। ରାଜନୀତିରେ ଓ ସାଙ୍ଗଠନିକ କ୍ଷେତ୍ରରେ ବହୁତ ଜନକଲ୍ୟାଣ କାମ ହାତକୁ ନେଇ ପ୍ରଶଂସିତ ହୋଇପାରନ୍ତି।
✧═════•❁❀❁•═════✧
🌹ମକର🌹👉:-ଆଜି ସାଧାରଣ କଥାକୁ ନେଇ ସମ୍ପର୍କୀୟ ମାନଙ୍କ ଆକ୍ଷେପୋକ୍ତି ମନରେ ଭାବାନ୍ତର ସୃଷ୍ଟି କରିବ । ବିଳାସବ୍ୟସନ ପ୍ରତି ବିଶେଷ ଅନୁରକ୍ତି ଜାଗ୍ରତହେବା ମଉକା ପାଇପାରିବେ।ବନ୍ଧୁ ଓ ପାରିବାରିକ ସମର୍ଥନରେ ଅଗ୍ରଗାମୀ ହୋଇପାରନ୍ତି।
✧═════•❁❀❁•═════✧
🌹କୁମ୍ଭ🌹👉:-ଦୂରସ୍ଥାନକୁ ଯାତ୍ରା ନୂତନ କର୍ମନିଯୁକ୍ତି ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହୋଇପାରେ ବ୍ୟବସାୟରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ଭୂସମ୍ପତ୍ତିକୁ କେନ୍ଦ୍ରକରି ପରିବାର ସଦସ୍ୟଙ୍କ ମଧ୍ୟରେ କଳହର ସୂଚନା ରହିଛି ।
✧═════•❁❀❁•═════✧
🌹ମୀନ🌹👉:-ପ୍ରଶାସନ ଓ ରାଜନୈତିକ କ୍ଷେତ୍ରରେ ସ୍ଥିତିକୁ ସୁଦୃଢ଼ ରଖିବାରେ ସମର୍ଥ ହେବେ।ଆଜିର ମାଲି ମକଦ୍ଦମାରେ ସଫଳତା ପାଇବେ। କିନ୍ତୁ ସଙ୍ଗଠନ ଓ ନୂତନ ସମ୍ପର୍କ ସ୍ଥାପନ କ୍ଷେତ୍ରରେ କାରବାରରେ କିଛିଟା ସାମୟିକ ସମସ୍ୟା ଲାଗି ରହିବ।
✧═════•❁❀❁•═════✧
Odia 








































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































