ପୋଲିସ ପାଟ୍ରୋଲିଂ ଯୋଗୁଁ ଦାରିଙ୍ଗବାଡି ରେ ଏଟିଏମ ଲୁଟ ଉଦ୍ୟମ ବିଫଳ

Udaya_Labanya | August 19, 2021 | 21 views |0 | Breaking News


ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ଭାରତୀୟ ଷ୍ଟେଟ ବ୍ୟାଙ୍କ ନିକଟରେ ଥିବା ଏସବିଆଇ ଏଟିଏମ ଲୁଟ ଉଦ୍ୟମ ବିଫଳ ହୋଇଥିବା ଦେଖିବାକୁ ମିଳିଛି । ଏଟିଏମ ମେସିନ ଭାଙ୍ଗିଥିଲେ ସୁଦ୍ଧା ଟଙ୍କା ଲୁଟ କରିବାରେ ଲୁଟେରା ବିଫଳ ହୋଇଥିବା ଜଣାପଡିଛି। ବିଳମ୍ବିତ ରାତିରେ ଲୁଟେରା ଏଟିଏମ ଭାଙ୍ଗି ଟଙ୍କା ଲୁଟ କରିବା ପାଇଁ ଉଦ୍ୟମ କରୁଥିବା ବେଳେ ପୋଲିସର ରାତ୍ରୀ କାଳୀନ ପାଟ୍ରୋଲିଂ ଦେଖି ଲୁଟେରା ଜଣକ ଲୁଟ ନକରି ଖାଲି ଏଟିଏମ ଭାଙ୍ଗି ଚାଲିଯାଇଥବା ସନ୍ଦେହ କରାଯାଉଛି । ଏହି ଘଟଣାରେ ଦାରିଙ୍ଗବାଡ଼ି ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଥିବା ଦାରିଙ୍ଗବାଡ଼ି ଥାନା ଅଧିକାରୀ କୌଶିକ ମାଝୀ ସୂଚନା ଦେଇଛନ୍ତି । ସିସିଟିଭ ଫୁଟେଜ ଅନୁଯାୟୀ ଜଣେ ବ୍ୟକ୍ତି ଏଭଳି ଲୁଟ ଉଦ୍ୟମ କରିଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି।

Share this
  •  
  •  
  •  
  •  
  •  
  •  
  •  

Related Posts

ଆଜି ବିଶ୍ୱ ଏଡ଼ସ ଦିବସ କନ୍ଧମାଳ ରେ୨୫୫…

Udaya_Labanya | December 1, 2022 | 4 views |0

ଫୁଲବାଣୀ (ସୁନୀଲ ପଟନାୟକ )ଜନ ସଚେତନତା ବଢିବା ଯୋଗୁଁ ଏବେ ଆଗଭଳି ଏଡ଼ସ ରୋଗ ବ୍ୟାପୁନାହିଁ ଆଉ ତତସହିତ ମୃତ୍ୟୁ ହାର ମଧ୍ୟ ଢେର କମିଛି ବୋଲି ଗୁରୁବାର ଫୁଲବାଣୀ ମୁଖ୍ୟ ଡାକ୍ତର ଖାନା ପରିସର ରେ ବିଶ୍ୱ ଏଡ଼ସ ଦିବସ…

ବିଦ୍ୟାଳୟରେ ଶ୍ରେଣୀଗୃହ ନାହିଁ,ବାରଣ୍ଡାରେ ପାଠ ପଢା

Udaya_Labanya | December 1, 2022 | 6 views | 0

ଫୁଲବାଣୀ(ସୁନୀଲ ପଟନାୟକ )ସରକାର ଶିକ୍ଷାର ବିକାଶପାଇଁ ପର୍ଯ୍ୟାପ୍ତ ଅର୍ଥ ଖର୍ଚ କରୁଛନ୍ତି, ପିଲାମାନେ ଯେପରି ସ୍କୁଲ ମୁହଁ । କରିବାଲାଗି ବହିପତ୍ର ଠୁ ଆରମ୍ଭ କରି ମଧ୍ୟାହ୍ନ ଭୋଜନ,ପୋଷାକ, ଜୋତା ଆଦି ମାଗଣାରେ ପ୍ରଦାନ କରୁଛନ୍ତି। ହେଲେ କନ୍ଧମାଳ ଜିଲ୍ଲାର କେତେକ…

Leave a Reply

Your email address will not be published. Required fields are marked *

Archives

Categories