ଆଜିର ରାଶିଫଳ

Udaya_Labanya | August 21, 2021 | 209 views |0 | Vastu & Astrology


ଅଦ୍ୟ ଅଗଷ୍ଟ ମାସ ୨୧ ତାରିଖ ୨୦୨୧ ମସିହା(ଶନିବାର)
ଶକାବ୍ଦ -୧୯୪୩
ସମ୍ବତ -୨୦୭୮
ସାଲ-୧୪୨୮
ସମ୍ବତ୍ସର-ରାକ୍ଷସ
ଶ୍ରାବଣମାସ-ଶୁକ୍ଳପକ୍ଷ
ତିଥି-ଚତୁର୍ଦ୍ଦଶୀ ରାତ୍ରି ଘ୦୬/୫୮ ପର୍ଯ୍ୟନ୍ତ ତଦନ୍ତେ ପୂର୍ଣ୍ଣିମା
ନକ୍ଷତ୍ର- ଶ୍ରବଣ। ରାତ୍ରି ଘ୦୮/୫୮ ପର୍ଯ୍ୟନ୍ତ ତଦନ୍ତେ ଧାନିଷ୍ଟା
ଚନ୍ଦ୍ର-ମକର
ଯୋଗ-ସୌଭାଗ୍ୟ
କରଣ – ଗର
ସୌରମାସ-ସିଂହ ୦୫ ଦିନ
✧═════•❁❀❁•═════✧
ସୁର୍ୟୋଦୟ-ପ୍ରାତଃ ଘ୦୫/୩୨/୩୫
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୦୮/୦୮
*✧═════•❁❀
*ଯୋଗିନୀ ପଶ୍ଚିମେ ରାତ୍ରି ଘ୦୬/୫୮ ପର୍ଯ୍ୟନ୍ତ ତଦନ୍ତେ ବୟବ୍ୟେ*
ସିଂହ ରାଶିର ଘାତ ଚନ୍ଦ୍ର
ବୃଷ ,ସିଂହ ଓ କନ୍ୟା ରାଶିର ଘାତବାର
ଚତୁର୍ଦ୍ଦଶୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
✧═════•❁❀❁•═══
କାଳବେଳ। -ଦିବା ଘ୦୭/୦୭ ମଧ୍ୟେ ଓ ଘ୦୪/୩୩ ଗତେ ଘ୦୬/୦୮ ମଧ୍ୟେ
ବାରବେଳ।- ଦିବା ଘ୦୧/୨୦ ଗତେ ଘ୦୨/୫୮ ମଧ୍ୟେ
══•❁❀❁•═══
ବିଶୁଦ୍ଧ ଅମୃତ ବେଳ। -ଦିବା ଘ୦୯/୩୪ ଗତେ ଘ୧୨/୪୨ ମଧ୍ୟେ ଓ ରାତ୍ରି ଘ୦୮/୩୫ ଗତେ ଘ୧୦/୫୨ ମଧ୍ୟେ
ବିଶୁଦ୍ଧ ମ।ହେନ୍ଦ୍ର ବେଳ।- ନାସ୍ତି
═✧══•❁❀❁•═════✧
ଅଦ୍ୟ ବିରି ରାତ୍ରି ୦୬/୫୮ ଗତେ ଆମିଷ ଭକ୍ଷଣ ନିଷେ
🌹ମେଷ🌹👉:-ଆଜି ପରିବାରରେ ସନ୍ଦେହ ଓ ଭୁଲ୍‌ବୁଝାମଣା ସୃଷ୍ଟି ହୋଇପାରେ । ନୈରାଶ୍ୟର ଛାୟା ଆଚ୍ଛାଦିତ ମନ ନିଷ୍ପତ୍ତି ନେବାରେ ଦ୍ୱନ୍ଦ୍ୱରେ ପଡିବ। ଅଫିସରେ କୌଣସି ବିଷୟ ନେଇ ବୁଝାମଣାରେ ତିକ୍ତତା ସୃଷ୍ଟି ହୋଇପାରେ। ଆଲୋଚନା, ଆନୁଷ୍ଠାନିକ କାମରେ ଦ୍ୱନ୍ଦ୍ୱ ଦୂର ହୋଇପାରେ।
✧═════•❁❀❁•═════✧

🌹ବୃଷ🌹👉:-ଆଜି ଧନ ଓକାର୍ଯ୍ୟହାନୀ ହୋଇପାରେ। ସତର୍କତାର ସହ ମାପିଚୁପି କହୁଥିଲେ ମଧ୍ୟ କିଛି ନା କିଛି ଅଭିଯୋଗର କୈଫିୟତ ଦେବାକୁ ପଡିପାରେ। ଜମିଜମା, କଚେରି ମାମଲା, ଆଲୋଚନା ସଭା ଓ ଲେଖାପଢ଼ା ଦିଗରୁ ଉପକୃତ ହେବେ । ସନ୍ତାନଙ୍କ ବିଷୟ ଚିନ୍ତା କରି ମନ ଭଲ ଲାଗି ନ ପାରେ।

✧═════•❁❀❁•═════✧
🌹ମିଥୁନ🌹👉:-ଆଜି ବନ୍ଧୁମାନଙ୍କ ସାହାଯ୍ୟରୁ ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ । ଜଣେ ଆତ୍ମୀୟଙ୍କ ସହଯୋଗ ଦ୍ୱାରା ଅର୍ଥଲାଭ ଓ ସମ୍ମାନ ସାଙ୍ଗକୁ ବାଲ୍ୟବନ୍ଧୁଙ୍କ ସାନ୍ନିଧ୍ୟ ଲାଭ କରି ଖୁସି ରହିବେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସାମାନ୍ୟ ପ୍ରତିବନ୍ଧକ ଦେଖାଦେଇପାରେ।

✧═════•❁❀❁•═════✧
🌹କର୍କଟ🌹👉:-ଆଜି ଅଫିସ୍‌ କାମରେ ଭାବପ୍ରବଣବଶତଃ ବିରକ୍ତିକର କଥା କହି ଅପଦସ୍ଥ ହୋଇପାରନ୍ତି । ପରକଥାରେ ପ୍ରଭାବିତ ଭୁଲ୍‌ ମାର୍ଗର ଅନୁସରଣ କରିପାରନ୍ତି। ଜମିଜମା କାରବାର, ସତ୍‌ସଙ୍ଗ କିମ୍ବା ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲାଭ କରିପାରନ୍ତି। ନିକଟ ସମ୍ପର୍କୀୟମାନଙ୍କ ସହ ମିତ୍ରତା ସ୍ଥାପନ କରିପାରନ୍ତି।

✧═════•❁❀❁•═════✧
🌹ସିଂହ🌹👉:-ଆଜି ବ୍ୟୟବୃଦ୍ଧି ଓ ଦୂରଯାତ୍ରା ପାଇଁ ମାର୍ଗ ସୁଗମ ହେବ। କିନ୍ତୁ ଶନିଙ୍କ ସମ୍ବନ୍ଧ ଜନିତ ମାନସିକ ଅବସାଦ ବଢ଼ିବା କାରଣରୁ କୌଣସି କାମ ଉତ୍ସାହପ୍ରଦ ନ ହୋଇପାରେ । ଈର୍ଷାପରାୟଣ ବ୍ୟକ୍ତିଙ୍କ ମିଥ୍ୟା ଗୁଜବରେ ଆତଙ୍କିତ ହୁଅନ୍ତୁ ନାହିଁ । ମାଲିମକଦ୍ଦମା କିମ୍ବା ବିବାଦୀୟ ଘଟଣାରେ ସନ୍ତୋଷଜନକ ଫଳ ପାଇବେ।

✧═════•❁❀❁•═════✧
🌹କନ୍ୟା 🌹👉:-ଆଜି ଯେଉଁ କାମରେ ହାତ ଦେବେ, ସେଥିରେ ସଫଳତା ଅବଶ୍ୟମ୍ଭାବୀ । ଆକସ୍ମିକ ଭାବରେ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ ଏବଂ ପରିସ୍ଥିତିରେ ପଡି ଖର୍ଚ୍ଚାନ୍ତ ହେବେ।ଆଜି ଦିନଟି ଦେହଭଲ ରହିବା ସହିତ ମନ ଆନନ୍ଦିତ ରହିବ।

✧═════•❁❀❁•═════✧
🌹ତୁଳା🌹👉:-ଆଜି ବିଳାସବ୍ୟସନ ମଧ୍ୟରେ ଦିନଟିକୁ ଅତିବାହିତ କରିବେ। ହସ୍ତା ନକ୍ଷତ୍ର ସକାଶେ ସକାଳୁ ସକାଳୁ ଧାର, କରଜ କିମ୍ବା ପୂର୍ବ ଶତ୍ରୁତା ସାମୟିକ ଆଲୋଚନାର କେନ୍ଦ୍ରବିନ୍ଦୁ ହେବାର ସୂଚନା ରହିଛି। ପରିବାର ଭିତରେ ସମସ୍ୟା ସମାଧାନ ପାଇଁ ଚେଷ୍ଟା କରିବେ। ସଙ୍ଗୀତ ଓ ନୃତ୍ୟ ସାଙ୍ଗକୁ ଧର୍ମକାର୍ଯ୍ୟରେ ନିଜକୁ ନିୟୋଜିତ କରିବେ।

✧═════•❁❀❁•═════✧
🌹ବିଛା🌹👉:-ଆଜି ବିଭିନ୍ନ ପ୍ରକାରର କଳ୍ପନାଜଳ୍ପନା ମନରେ ଆଲୋଡ଼ନ ସୃଷ୍ଟି ହେବ। ଦୀର୍ଘ ସମୟର କାର୍ଯ୍ୟବ୍ୟସ୍ତତା ହେତୁ କ୍ଳାନ୍ତି ଓ ଅବସାଦ ଅନୁଭବ କରିପାରନ୍ତି। ସେବା ଓ ପରୋପକାର ହେତୁ ସାମାଜିକ ପ୍ରତିଷ୍ଠା ବଢ଼ିବ। କୌଣସି ବନ୍ଧୁଙ୍କ ସାହାଯ୍ୟ, ସହଯୋଗ ଓ ଆତ୍ମୀୟତାରେ ଉତ୍‌ଫୁଲ୍ଲିତ ହୋଇପାରନ୍ତି।

✧═════•❁❀❁•═════✧
🌹ଧନୁ🌹👉:-ଆଜିର ଆପଣଙ୍କ କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ। କୌଣସି ବନ୍ଧୁଙ୍କ ଦ୍ୱାରା ପ୍ରତାରିତ ହେବାର ବହୁତ ସମ୍ଭାବନା ରହିଛି। ଉତ୍ତରାଷାଢ଼ା ନକ୍ଷତ୍ର ପ୍ରତିବେଶୀଙ୍କ ସହ ସମ୍ପର୍କ ମଧୁର ରଖିବା ପାଇଁ ଚେଷ୍ଟା କରି କେତେକାଂଶରେ ଉପକୃତ ହେବେ। ଦୀର୍ଘ ଦିନର ମଉଳି ଯାଇଥିବା ଆଶା ପୁଣି ଉଜ୍ଜୀବିତ ହେବ।

✧═════•❁❀❁•═════✧
🌹ମକର🌹👉:-ଆଜି ଆପଣ କୌଣସି ନୂତନ କର୍ମରେ ଉତ୍ସାହିତ ରହିବେ। କର୍ମକ୍ଷେତ୍ରରେ ପୃଷ୍ଠ ସାହାଯ୍ୟ ଲାଭକରି ମନୋବଳ କ୍ରମଶଃ ବୃଦ୍ଧି ପାଇବାର ଆଶା ରହିଛି । ଫେରନ୍ତା ବାଟରେ ଅସାବଧାନତାବଶତଃ ଦ୍ରବ୍ୟ ନଷ୍ଟ ହୋଇପାରେ। ବିବାଦୀୟ ଘଟଣାରେ ବନ୍ଧୁଙ୍କ ମଧ୍ୟସ୍ଥତାରେ ଫଇସଲା ହୋଇଯିବ।
✧═════•❁❀❁•═════✧

🌹କୁମ୍ଭ🌹👉:-ଆଜି ଜଣେ ବନ୍ଧୁଙ୍କ ସାହାଯ୍ୟକୁ ଭୁଲି ପାରିବେ ନାହିଁ। ଘର ସାଜସଜ୍ଜାରେ, ଆନୁଷ୍ଠାନିକ କାମରେ, ନୃତ୍ୟ ଓ ସଙ୍ଗୀତରେ ମଜ୍ଜି ରହିପାରନ୍ତି। ଆର୍ଥିକ ଦିଗ ଭଲ ରହିବ ଓ କୌଣସି ଜନହିତକର କାମରେ ତାହାକୁ ବିନିଯୋଗ କରିବା ପାଇଁ ଚିନ୍ତା କରିବେ। ପ୍ରତ୍ୟେକ କ୍ଷେତ୍ରରେ ସତର୍କ ରହି କାମକରିବା ଭଲ ହେବ।

✧═════•❁❀❁•═════✧
🌹ମୀନ🌹👉:-ପ୍ରତ୍ୟେକ କର୍ମ ରେ ଶୁଭଫଳ ପାଇବେ। କିନ୍ତୁ ପାରିବାରିକ ଦିଗରୁ କେତେକ ବ୍ୟତିକ୍ରମ ସୃଷ୍ଟି ହେବାର ସମ୍ଭାବନା ରହିଛି। ଯେତେ ଭଲ କାମ କଲେ ମଧ୍ୟ କର୍ମକ୍ଷେତ୍ରରେ ସମାଲୋଚିତ ହୋଇପାରନ୍ତି। ବାଣିଜ୍ୟ, ରାଜନୀତି ଓ ପ୍ରଶାସନ କ୍ଷେତ୍ରରେ ଲକ୍ଷ୍ୟ ହାସଲ କରିବେ।
✧═════•❁❀❁•═════✧

Share this

Related Posts

ଆଜିର ରାଶିଫଳ

Udaya_Labanya | July 28, 2023 | 25 views |0

ଅଦ୍ୟ ଜୁଲାଇ ମାସ ୨୮ ତାରିଖ ୨୦୨୩ ମସିହା(ଶୁକ୍ରବାର)ଶକାବ୍ଦ -୧୯୪୫ସମ୍ବତ -୨୦୮୦ଦିଲ୍ଲୀସ୍ୱରାଦ୍ଧ-୧୪୩୦ସମ୍ବତ୍ସର-ପିଙ୍ଗଳଶ୍ରାବଣମାସ-ମଳ ଶୁକ୍ଳପକ୍ଷତିଥି- ଦଶମୀ ଦିବା ଘ୦୨/୪୪ ପର୍ୟ୍ୟନ୍ତ ତଦନ୍ତେ ଏକଦଶୀନକ୍ଷତ୍ର-ଅନୁରାଧା ରାତ୍ରି ଘ୦୧/୩୦ ପର୍ୟ୍ୟନ୍ତ ତଦନ୍ତେ ଜ୍ୟେଷ୍ଠାଚନ୍ଦ୍ର- ବିଛାଯୋଗ- ଶୁକ୍ଲକରଣ - ଗରସୌରମାସ- କର୍କଟ ୧୨ ଦିନ✧═════•❁❀❁•═════✧ସୁର୍ୟୋଦୟ-ପ୍ରାତଃ ଘ୦୫/୨୫/୨୪ସୂର୍ଯ୍ୟାସ୍ତ -ସନ୍ଧ୍ୟା…

ଆଜିର ରାଶିଫଳ

Udaya_Labanya | March 4, 2023 | 46 views | 0

ଅଦ୍ୟ ମାର୍ଚ୍ଚ ମାସ ୦୫ ତାରିଖ ୨୦୨୩ ମସିହା(ରବିବାର)ଶକାବ୍ଦ -୧୯୪୪ସମ୍ବତ -୨୦୭୯ଦିଲ୍ଲୀସ୍ୱରାଦ୍ଧ-୧୪୩୦ସମ୍ବତ୍ସର-ଅନଳଫାଲଗୁନମାସ-ଶୁକ୍ଳପକ୍ଷତିଥି- ତ୍ରୟୋଦଶୀ ଦିବା ଘ୦୨/୧୯ ଗତେ ଚତୁର୍ଦ୍ଦଶୀନକ୍ଷତ୍ର-ଅଶ୍ଳେଷା ରାତ୍ରି ଘ୧୦/୨୪ଗତେ ମଘାଚନ୍ଦ୍ର-କର୍କଟ ରାତ୍ରି ଘ୧୦/୨୪ ଗତେ ସିଂହଯୋଗ- ଅତିଗଣ୍ଡକରଣ - ତୈତିଳସୌରମାସ- କୁମ୍ଭ ୨୧ ଦିନ✧═════•❁❀❁•═════✧ସୁର୍ୟୋଦୟ-ପ୍ରାତଃ ଘ୦୬/୦୮/୦୮ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୫୦/୦୯*✧═════•❁❀*ଯୋଗିନୀ…

Leave a Reply

Your email address will not be published. Required fields are marked *

Archives

Categories