ପୂର୍ବତନ ବିଧାୟକ ସୁବଳ ସାହୁ ଙ୍କ ଶ୍ରାଦ୍ଧୋତ୍ସବ

Udaya_Labanya | August 24, 2021 | 23 views |0 | Breaking News


ବରଗଡ଼(ଉଲାପ୍ର)
ପୂର୍ବତନ ବିଧାୟକ ସୁବଳ ସାହୁ ଙ୍କ ପୂଣ୍ୟ ଶ୍ରାଦ୍ଧୋତ୍ସବ ପାଳିତ ହୋଇଯାଇଛି। ଦିବଂଗତ ବିଧାୟକ ଙ୍କ ଫଟୋଚିତ୍ର ରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳୀ ଅର୍ପଣ କରାଯାଇଥିଲା। ଏଥିରେ ସମାଜ ଖବର କାଗଜର ପୂର୍ବତନ ସମ୍ପାଦକ ବାମାପଦ ତ୍ରିପାଠୀ ଅତିଥି ଭାବେ ଯୋଗ ଦେଇ ଶିଶୁ ମାନଙ୍କୁ ମିଷ୍ଟାନ୍ନ ଏବଂ ଅସହାୟ ଙ୍କୁ ବସ୍ତ୍ର ବଣ୍ଟନ କରିଥିଲେ। ଏଥିରେ ବିଜେପୁର ବିଧାୟିକା ରୀତା ସାହୁ ଓ ଗଣ୍ୟମାନ୍ୟ ବ୍ୟକ୍ତି ମାନେ ଉପସ୍ଥିତ ଥିଲେ।
ଏହି ଅବସରରେ କୃଷକ ପଲ୍ଲୀ ଠାରେ ଓଡିଶା ମୋ ପରିବାର ପକ୍ଷରୁ ଏକ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଅତିଥି ଭାବେ ବିଜେପୁର ବିଧାୟିକା ରୀତା ସାହୁ ଏବଂ ଓଡ଼ିଶା ମୋ ପରିବାର ର ସଂଯୋଜକ ଗୈାର ମିଶ୍ର ଯୋଗ ଦେଇ ଶିବିର କୁ ଉଦଘାଟନ କରିଥିଲେ। ଶିବିରକୁ ବିଜୁ ଯୁବ ଜନତା ଦଳ ର ଜିଲ୍ଲା ସଭାପତି ପ୍ରଦ୍ୟୁମ୍ନ କୁମାର ତ୍ରିପାଠୀ,ଟିକାୟତ ମହତ୍ତମ,ରସାନନ୍ଦ ଥାପା, ସୁଧିର ଗଡତିଆ ପରିଚାଳନା କରିଥିଲେ। ଶିବିର ରୁ ୩୦ ୟୁନିଟ ରକ୍ତ ସଂଗ୍ରହ ହୋଇଥିଲା।

Share this

Related Posts

ଆଠଗଡ ବ୍ଲକ ଅମଲା ସଙ୍ଘ ଗଠିତ,

Udaya_Labanya | March 24, 2023 | 125 views |0

ଆଠଗଡ ( ଉଲ୍ଲାପ୍ର )ଆଠଗଡ ବ୍ଲକ ଅମଲା ସଙ୍ଘ ବୈଠକ ସ୍ଥାନୀୟ କୃଷି କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି,ଏଥିରେ ସଭାପତି ଭାବେ ଅଜୟ କୁମାର ପଟ୍ଟନାୟକ ନିର୍ବାଚିତ ହୋଇଛନ୍ତି, ମୁଖ୍ୟତଃ 1900 ଗ୍ରେଡ଼ ପେ କୁ 4200 କୁ ବୃଦ୍ଧି କରିବାପାଇଁ…

ଅଭୟଙ୍କୁ ଭୟ କରୁଛନ୍ତି ରାଜା,ଖୁବଶୀଘ୍ର ଯୋଗଦେବେ ଅଭୟ…

Udaya_Labanya | March 24, 2023 | 80 views | 0

ଆଠଗଡ ( ଉଲ୍ଲାପ୍ର )ଆଠଗଡ ନିର୍ବାଚଳ ମଣ୍ଡଳୀର ଯୁବକ ଅଭୟ ବାରିକ, ଯାହାଙ୍କୁ ନେଇ ଏବେ ଆଠଗଡ ନିର୍ବାଚନ ମଣ୍ଡଳୀରେ ଚର୍ଚ୍ଚା, ଚର୍ଚ୍ଚା ଏଇଥି ପାଇଁ ସେ 2019 ନିର୍ବାଚନ ରେ ସ୍ୱାଧୀନ ପ୍ରାର୍ଥୀ ଭାବେ ଆଠଗଡ ରୁ ଲଢ଼ି ଏଗାର…

Leave a Reply

Your email address will not be published. Required fields are marked *

Archives

Categories