ଆଜିର ରାଶିଫଳ

Udaya_Labanya | August 27, 2021 | 212 views |0 | Vastu & Astrology


ଅଦ୍ୟ ଅଗଷ୍ଟ ମାସ ୨୭ ତାରିଖ ୨୦୨୧ ମସିହା(ଶୁକ୍ରବାର)
ଶକାବ୍ଦ -୧୯୪୩
ସମ୍ବତ -୨୦୭୮
ସାଲ-୧୪୨୮
ସମ୍ବତ୍ସର-ରାକ୍ଷସ
ଭାଦ୍ରମାସ-କୃଷ୍ଣପକ୍ଷ
ତିଥି-ପଞ୍ଚମୀ ସଂ ଘ୦୬/୪୬ ପର୍ଯ୍ୟନ୍ତ ତଦନ୍ତେ ଷଷ୍ଠୀ
ନକ୍ଷତ୍ର- ଅଶ୍ୱିନି ରାତ୍ରି ୦୧/୨୯ ପର୍ଯ୍ୟନ୍ତ ତଦନ୍ତେ ଦ୍ଵିଜା
ଚନ୍ଦ୍ର- ମେଷ
ଯୋଗ-ଗଣ୍ଡ
କରଣ – କୌଲବ
ସୌରମାସ-ସିଂହ ୧୧ ଦିନ
✧═════•❁❀❁•═════✧
ସୁର୍ୟୋଦୟ-ପ୍ରାତଃ ଘ୦୫/୩୩/୫୫
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୦୩/୧୮
*✧═════•❁❀
*ଯୋଗିନୀ ଦକ୍ଷିଣେ ସଂ ଘ୦୬/୪୬ ପର୍ଯ୍ୟନ୍ତ ତଦନ୍ତେ ପଶ୍ଚିମ ରେ*
ମେଷ ରାଶିର ଘାତଚନ୍ଦ୍ର
ବିଛା,ଧନୁ ଓ ମୀନ ରାଶିର ଘାତବାର
ପଞ୍ଚମୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
✧═════•❁❀❁•═══
କାଳବେଳ। ଓ ବାରବେଳ।- ଦିବା ଘ୦୮/୪୦ ଗତେ ଘ୧୧/୫୦ ମଧ୍ୟେ
══•❁❀❁•═══
ବିଶୁଦ୍ଧ ଅମୃତ ବେଳ। – ପ୍ରାତଃ ଘ୦୭/୧୦ ମଧ୍ୟେ ଓ ଘ୧୨/୪୪ ଗତେ ଘ୦୨/୨୨ ମଧ୍ୟେ
ବିଶୁଦ୍ଧ ମ।ହେନ୍ଦ୍ର ବେଳ।- ରାତ୍ରି ଘ୧୦/୫୦ ଗତେ ଘ୧୧/୪୦ ମଧ୍ୟେ ଓ ଘ୦୪/୨୩ ଗତେ ଘ୦୪/୩୦ ମଧ୍ୟେ
═✧══•❁❀❁•═════✧
ଅଦ୍ୟ ବେଲ ସଂ ଘ ୦୬/୪୬ ଗତେ ନିମ୍ବ ଭକ୍ଷଣ ନିଷେଧ
🌹👉ମେଷ : ଆଜି କୋର୍ଟ-କଚେରୀ ବିଷୟରେ ନ ପଡ଼ିବା ଉତ୍ତମ ହେବ। ମଧ୍ୟାହ୍ନ ପରେ ଆପଣ ଭଲ ଅନୁଭବ କରିବେ। ପରିବାରରେ ସୁଖ-ଶାନ୍ତି ରହିବ।କମ ସମୟରେ ଅଧିକ ଲାଭ ପାଇବା ବିଚାରରେ ଆପଣ ଫସି ନ ଯାଆନ୍ତୁ, ଧ୍ୟାନ ରଖିବେ। ନୂଆ କାର୍ଯ୍ୟର ପ୍ରାରମ୍ଭ ଆଜି କରି ପାରିବେ।
✧═════•❁❀❁•═════✧
🌹👉ବୃଷ : ସନ୍ତାନ ସମ୍ବନ୍ଧୀତ ଶୁଭ ସମାଚାର ଆପଣଙ୍କୁ ମିଳିବ। ପୁରୁଣା ତଥା ପିଲାଦିନର ମିତ୍ରମାନଙ୍କର ଭେଟରେ ମନ ପ୍ରସନ୍ନ ହେବ। ନୂଆ ମିତ୍ର ମଧ୍ୟ ବନିବାର ସମ୍ଭାବନା ଅଛି। ବ୍ୟବସାୟ ଏବଂ ଆର୍ଥିକ ରୂପରେ ଲାଭ ହେବ। ମଧ୍ୟାହ୍ନ ପରେ ଭାବିଚିନ୍ତି କାର୍ଯ୍ୟକଲେ ସୁଫଳପାଇବେ ।
✧═════•❁❀❁•═════✧
🌹👉ମିଥୁନ : ଆଜିର ଦିନ ଲାଭଦାୟୀ ଅଟେ। ବ୍ୟବସାୟ କ୍ଷେତ୍ରରେ ଅଧିକାରୀଗଣଙ୍କର କୃପାଦୃଷ୍ଟି ଆପଣଙ୍କ ପ୍ରଗତିର ମାର୍ଗ ଖୋଲିବ। ବ୍ୟାପାରରେ ଆୟ ବଢ଼ିବାର ସମ୍ଭାବନା ଅଛି। ପିତା ଏବଂ ବଡ଼ଙ୍କର ଆଶୀର୍ବାଦରେ ଲାଭ ହେବ। ମଧ୍ୟାହ୍ନ ପରେ ମିତ୍ରମାନଙ୍କଠାରୁ ସାହାଯ୍ୟ ମିଳି ପାରେ। କୌଣସି ସାମାଜିକ କାର୍ଯ୍ୟରେ ଯୋଗ ଦେବାକୁବାକୁ ପଡ଼ିପାରେ।
✧═════•❁❀❁•═════✧
🌹👉କର୍କଟ :ଆଜି ଅଧିକାରୀଗଣ ଆପଣଙ୍କ କାର୍ଯ୍ୟରେ ସନ୍ତୋଷ ଅନୁଭବ କରିବେ। ଆର୍ଥିକ ଦୃଷ୍ଟିରୁ ଲାଭ ହେବ। ବାଣୀ ଏବଂ ବ୍ୟବହାରରେ ନିୟନ୍ତ୍ରଣ ରଖିବା ଉଚିତ। ବ୍ୟାପାରରେ ବିଘ୍ନ ଆସିବାର ଆଶଙ୍କା ଅଛି। ମଧ୍ୟାହ୍ନ ପରେ ବ୍ୟବସାୟିକ କ୍ଷେତ୍ରରେ ଆପଣଙ୍କ ପାଇଁ ପରିସ୍ଥିତି ଅନୁକୂଳ ରହିବ।
✧═════•❁❀❁•═════✧
🌹👉ସିଂହ : ଆଜି କ୍ରୋଧ ଏବଂ ବାଣୀ ଉପରେ ନିୟନ୍ତ୍ରଣ ରଖନ୍ତୁ। ସ୍ଵାସ୍ଥ୍ୟର ଧ୍ୟାନ ରଖିବେ। ସରକାର ବିରୋଧୀ ପ୍ରବୃତ୍ତିଗୁଡ଼ିକରୁ ଦୂରରେ ରୁହନ୍ତୁ। ପରିଜନମାନଙ୍କ ସହିତ କଳହର ପ୍ରସଂଗ ବନିପାରେ। ଈଷ୍ଟ ଦେବତାଙ୍କର ଧ୍ୟାନରେ ସମସ୍ୟାଗୁଡ଼ିକର ନିବାରଣ ହେବ। ଉଚ୍ଚ ଅଧିକାରୀମାନଙ୍କ ସହିତ ବାଦ-ବିବାଦରେ ପଡ଼ନ୍ତୁ ନାହିଁ।
✧═════•❁❀❁•═════✧
🌹👉କନ୍ୟା :ଆଜି ଆକସ୍ମିକ ଆର୍ଥଖର୍ଚ୍ଚ ହୋଇପାରେ।ସକାଳେ ହିଁ ମିତ୍ରମାନଙ୍କ ସହିତ ବୁଲିବାକୁ, ଖାଇବା ପିଇବା ଏବଂ ମନୋରଞ୍ଜନରେ ଦିନ ବିତିବ। ଭାଗିଦାରୀ ସହିତ ସମ୍ବନ୍ଧ ଭଲ ରହିବ ପରନ୍ତୁ ମଧ୍ୟାହ୍ନ ପରେ ଆପଣଙ୍କୁ ପ୍ରତିକୂଳତାର ସାମନା କରିବାକୁ ପଡ଼ିପାରେ। ସ୍ଵାସ୍ଥ୍ୟର ଧ୍ୟାନ ରଖିବେ।
✧═════•❁❀❁•═════✧
🌹👉ତୁଳା : ଆଜି ଆତ୍ମବିଶ୍ଵାସ ସହିତ ପ୍ରତ୍ୟେକ କାର୍ଯ୍ୟକୁ ଆପଣ ସଫଳତାରେ ପ୍ରସ୍ତୁତ କରିବେ। ଗୃହସ୍ଥ ଜୀବନରେ ସୁଖ ଏବଂ ଶାନ୍ତି ରହିବ। ଶାରୀରିକ ସ୍ଵାସ୍ଥ୍ୟ ଭଲ ରହିବ। ସ୍ଵଭାବରେ ଉଗ୍ରତା ରହିବ ସେଥିପାଇଁ ବାଣୀ ଉପରେ ନିୟନ୍ତ୍ରଣ ରଖିବେ। ମିତ୍ର ଏବଂ ସ୍ନେହୀଜନମାନଙ୍କ ସହିତ ଯାତ୍ରା କିମ୍ବା ପର୍ଯ୍ୟଟନର ଯୋଗ ଅଛି।
✧═════•❁❀❁•═════✧
🌹👉ବିଚ୍ଛା : ମାନସିକ ରୂପରେ ଆପଣଙ୍କର ଭାବୁକତାର ମାତ୍ରା ଅଧିକ ରହିବ। ବିଦ୍ୟାର୍ଥୀଗଣ ଆଜି ବିଦ୍ୟାଭ୍ୟାସ ଏବଂ କ୍ୟାରିୟର ସମ୍ବନ୍ଧିତ ବିଷୟଗୁଡ଼ିକରେ ସଫଳତା ପ୍ରାପ୍ତ କରି ପାରିବେ। ଘରର ବାତାବରଣରେ ସୁଖ-ଶାନ୍ତି ରହିବ। ବ୍ୟବସାୟରେ ସଫଳତା ପ୍ରାପ୍ତ ହେବ।
✧═════•❁❀❁•═════✧
🌹👉ଧନୁ :ଆଜି ପାରିବାରିକ ଜୀବନରେ ଶାନ୍ତି ବନାଇରଖିବା ଆବଶ୍ୟକ। ନିରର୍ଥକ ବାଦ-ବିବାଦ କରନ୍ତୁ ନାହିଁ। ଧନ ଏବଂ ପ୍ରତିଷ୍ଠାରେ ହାନି ନ ହେଉ, ଏହାର ଧ୍ୟାନ ରଖିବେ। ମଧ୍ୟାହ୍ନ ପରେ ଆପଣଙ୍କ ସ୍ଵଭାବରେ ଭାବୁକତା ବଢ଼ିପାରେ। ଆପଣଙ୍କ ରଚନାତ୍ମକ କ୍ଷମତାରେ ବୃଦ୍ଧି ହେବ।
✧═════•❁❀❁•═════✧
🌹👉ମକର : ଆଜି ଆବଶ୍ୟକ ନିର୍ଣ୍ଣୟ ନେବା ପାଇଁ ବୈଚାରିକ ଦୃଢତାକୁ ସର୍ବ ପ୍ରଥମ ସ୍ଥାନ ଦେବାକୁ ହେବ। ମିତ୍ରମାନଙ୍କ ସହିତ ସାକ୍ଷାତକରିବେ ଏବଂ ଏହି ସାକ୍ଷାତ ଆନନ୍ଦଦାୟୀ ରହିବ। ଛୋଟ ଯାତ୍ରାର ଆୟୋଜନ ହୋଇପାରେ। ଭାଇମାନଙ୍କ ସହିତ ସମ୍ବନ୍ଧରେ ନିକଟତା ଆସିବ।
✧═════•❁❀❁•═════✧
🌹👉କୁମ୍ଭ : ଆଜି କ୍ରୋଧ ଏବଂ ବାଣୀ ଉପରେ ନିୟନ୍ତ୍ରଣ ରଖନ୍ତୁ। ନକାରାତ୍ମକ ବିଚାର ମନରେ ଆସିବାକୁ ଦିଅନ୍ତୁ ନାହିଁ। ଖାଇବା ପିଇବାରେ ମଧ୍ୟ ନିୟନ୍ତ୍ରଣ ରଖିବେ। ନିଜ ହାତକୁ ଆସିଥିବା କାର୍ଯ୍ୟଗୁଡ଼ିକୁ ସମ୍ପୂର୍ଣ୍ଣ କରି ପାରିବେ। ରଚନାତ୍ମକ କ୍ଷେତ୍ରରେ ମାନ-ସମ୍ମାନ ପ୍ରାପ୍ତ ହେବ।
✧═════•❁❀❁•═════✧
🌹👉ମୀନ : ଦିନ ଶୁଭଫଳଦାୟୀ ଅଟେ। ଶାରୀରିକ, ମାନସିକ ସ୍ଵାସ୍ଥ୍ୟ ଉତ୍ତମ ରହିବ, ଉତ୍ସାହିତ ରହିବେ। ନୂଆ କାର୍ଯ୍ୟର ଶୁଭାରମ୍ଭ କରିବା ପାଇଁ ସମୟ ଅନୁକୂଳ ଅଟେ। ପରିଜନମାନଙ୍କ ସହିତ ସମୟ ଆନନ୍ଦପୂର୍ବକ ବିତିବ। ଧାର୍ମିକ କାର୍ଯ୍ୟଗୁଡ଼ିକରେ ଖର୍ଚ୍ଚ ହୋଇପାରେ।
✧═════•❁❀❁•═════✧

Share this

Related Posts

ଆଜିର ରାଶିଫଳ

Udaya_Labanya | July 28, 2023 | 25 views |0

ଅଦ୍ୟ ଜୁଲାଇ ମାସ ୨୮ ତାରିଖ ୨୦୨୩ ମସିହା(ଶୁକ୍ରବାର)ଶକାବ୍ଦ -୧୯୪୫ସମ୍ବତ -୨୦୮୦ଦିଲ୍ଲୀସ୍ୱରାଦ୍ଧ-୧୪୩୦ସମ୍ବତ୍ସର-ପିଙ୍ଗଳଶ୍ରାବଣମାସ-ମଳ ଶୁକ୍ଳପକ୍ଷତିଥି- ଦଶମୀ ଦିବା ଘ୦୨/୪୪ ପର୍ୟ୍ୟନ୍ତ ତଦନ୍ତେ ଏକଦଶୀନକ୍ଷତ୍ର-ଅନୁରାଧା ରାତ୍ରି ଘ୦୧/୩୦ ପର୍ୟ୍ୟନ୍ତ ତଦନ୍ତେ ଜ୍ୟେଷ୍ଠାଚନ୍ଦ୍ର- ବିଛାଯୋଗ- ଶୁକ୍ଲକରଣ - ଗରସୌରମାସ- କର୍କଟ ୧୨ ଦିନ✧═════•❁❀❁•═════✧ସୁର୍ୟୋଦୟ-ପ୍ରାତଃ ଘ୦୫/୨୫/୨୪ସୂର୍ଯ୍ୟାସ୍ତ -ସନ୍ଧ୍ୟା…

ଆଜିର ରାଶିଫଳ

Udaya_Labanya | March 4, 2023 | 46 views | 0

ଅଦ୍ୟ ମାର୍ଚ୍ଚ ମାସ ୦୫ ତାରିଖ ୨୦୨୩ ମସିହା(ରବିବାର)ଶକାବ୍ଦ -୧୯୪୪ସମ୍ବତ -୨୦୭୯ଦିଲ୍ଲୀସ୍ୱରାଦ୍ଧ-୧୪୩୦ସମ୍ବତ୍ସର-ଅନଳଫାଲଗୁନମାସ-ଶୁକ୍ଳପକ୍ଷତିଥି- ତ୍ରୟୋଦଶୀ ଦିବା ଘ୦୨/୧୯ ଗତେ ଚତୁର୍ଦ୍ଦଶୀନକ୍ଷତ୍ର-ଅଶ୍ଳେଷା ରାତ୍ରି ଘ୧୦/୨୪ଗତେ ମଘାଚନ୍ଦ୍ର-କର୍କଟ ରାତ୍ରି ଘ୧୦/୨୪ ଗତେ ସିଂହଯୋଗ- ଅତିଗଣ୍ଡକରଣ - ତୈତିଳସୌରମାସ- କୁମ୍ଭ ୨୧ ଦିନ✧═════•❁❀❁•═════✧ସୁର୍ୟୋଦୟ-ପ୍ରାତଃ ଘ୦୬/୦୮/୦୮ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୫୦/୦୯*✧═════•❁❀*ଯୋଗିନୀ…

Leave a Reply

Your email address will not be published. Required fields are marked *

Archives

Categories