ଓଡ଼ିଶା ସଂଗୀତ ନାଟକ ଏକାଡେ଼ମୀ ପୁରସ୍କାର ପାଇଁ ମନୋନୀତ ହରି ମିଶ୍ର ଏବଂ ଶୁଶିଲା ଙ୍କୁ ଶୁଭେଚ୍ଛା

Udaya_Labanya | August 29, 2021 | 86 views |0 | Breaking News


ବରଗଡ଼ ୨୮/୮(ସତ୍ୟ ନାରାୟଣ ପ୍ରଧାନ)
ଓଡ଼ିଶା ସଂଗୀତ ନାଟକ ଏକାଡେ଼ମୀ ପୁରସ୍କାର ପାଇଁ ବରଗଡ଼ ର ବର୍ଷିଆନ ନିର୍ଦ୍ଦେଶକ ହରିହର ମିଶ୍ର ଏବଂ ଅଭିନେତ୍ରୀ ଶୁଶିଲା ନାୟାର ମନୋନୀତ ହେବା ପରେ ତାଙ୍କୁ ବିଭିନ୍ନ ସହରରୁ ଶୁଭେଚ୍ଛା ଜ୍ଞାପନ କରାଯାଇଛି। ରାଜ୍ୟ ସଭା ସା°ସଦ ପ୍ରସନ୍ନ ଆଚାର୍ଯ୍ୟ ଏହି ବର୍ଷିଆନ ନିର୍ଦ୍ଦେଶକ ଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ ତାଙ୍କ ବାର୍ତ୍ତା ରେ ବିଳମ୍ବ ହେଲେ ମଧ୍ୟ ଏକାଡେମୀ ପକ୍ଷରୁ ତାଙ୍କୁ ଏହି ସମ୍ମାନ ପାଇଁ ମନୋନୀତ କରିଛନ୍ତି। ସେ ମଧ୍ୟ ତାଙ୍କ ଛାତ୍ର ଜୀବନ ରେ ଶ୍ରୀ ମିଶ୍ର ଙ୍କ ଦ୍ଵାରା ନିର୍ଦ୍ଦେଶନାରେ ମୋନାଲିସା ର ହସ ନାଟକରେ ଅଭିନୟ କରିଥିଲେ। ସେ ତାଙ୍କର ଜୀବନ ବ୍ୟାପି ଅବଦାନ କୁ ସାଧୁବାଦ ଜଣାଇଛନ୍ତି। ସେହିପରି ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟ ମଧ୍ୟ ପୁଷ୍ପଗୁଚ୍ଛ ଦେଇ ଶୁଭେଚ୍ଛା ଜଣାଇଛନ୍ତି। ସୈ।ଖିନ କଳାକାର ସଂଘ ଏବଂ ଜିଲ୍ଲା ର ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେହିପରି ବରଗଡ଼ର ଝିଅ ଶୁଶିଲା ନାୟାର ଙ୍କୁ ମଧ୍ୟ ଅଭିନୟ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଏହି ପୁରସ୍କାର ପାଇଁ ମନୋନୀତ ହୋଇଥିବାରୁ ବିଭିନ୍ନ ଅନୁଷ୍ଠାନ ଏବଂ ବ୍ୟକ୍ତି ବିଶେଷଙ୍କ ପକ୍ଷରୁ ଶୁଭେଚ୍ଛା ଜ୍ଞାପନ କରାଯାଇଛି। ଅଭିନେତ୍ରୀ ଶୁଶିଲା ନାୟାର ଅନେକ ନାଟକ ରେ ଏବଂ ଆନ୍ତର୍ଜାତୀୟ ସ୍ତରରେ ପୁରସ୍କାର ପ୍ରାପ୍ତ ସମ୍ବଲପୁରୀ ଚଳଚ୍ଚିତ୍ର ଭୁଖାରେ ଅଭିନୟ କରିଥିଲେ।

Share this
  •  
  •  
  •  
  •  
  •  
  •  
  •  

Related Posts

ଫୁଲବାଣୀ ବ୍ଲକ ସ୍ତରୀୟ ବିଜ୍ଞାନ ମେଳା

Udaya_Labanya | December 3, 2022 | 4 views |0

ଫୁଲବାଣୀ(ସୁନୀଲ ପଟନାୟକ )ଫୁଲବାଣୀ ର ଏଜ ଓ ହାଇ ସ୍କୁଲ ପରିସରରେ ବ୍ଲକ ସ୍ତରୀୟ ବିଜ୍ଞାନ, ଗଣିତଓ ପରିବେଶ ସମ୍ପର୍କିତ ପ୍ରଦର୍ଶନୀ ଅନୁଷ୍ଠିତ ହୋଇଥିଲା lଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ଶିକ୍ଷାଧିକାରୀ ପ୍ରମୋଦ ଷଡ଼ଙ୍ଗୀ…

ଫୁଲବାଣୀ ରେ ଆନ୍ତର୍ଜାତୀୟ ଭିନ୍ନ କ୍ଷମ ଦିବସ

Udaya_Labanya | December 3, 2022 | 5 views | 0

ଫୁଲବାଣୀ (ସୁନୀଲ ପଟନାୟକ )ଶନିବାର ଫୁଲବାଣୀ ର ଏଜେଓ ହାଇ ସ୍କୁଲ ପରିସରରେ ଆନ୍ତର୍ଜାତୀୟ ଭିନ୍ନ କ୍ଷମ ଦିବସ ପାଳିତ ହୋଇଥିଲା lଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମ କୁ ବ୍ଲକ ଶିକ୍ଷାଧିକାରୀ ରଞ୍ଜନ କୁମାର କହଁର ଉଦଘାଟନ କରିଥିବା ବେଳେ ମୁଖ୍ୟ…

Leave a Reply

Your email address will not be published. Required fields are marked *

Archives

Categories