#Breaking News

ଢେଙ୍କାନାଳ ଷଡଙ୍ଗୀ ରେ ବିଶ୍ୱ ଶିକ୍ଷକ ଦିବସ ପାଲିତ

ଢେଙ୍କାନାଳ ଜିଲ୍ଲା ଗନ୍ଦିଆ ବ୍ଳକ ଅନ୍ତର୍ଗତ ଷଡ଼ଙ୍ଗୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଷଡ଼ଙ୍ଗୀ ରେ ବିଶ୍ଵ ଶିକ୍ଷକ ଦିବସ ପାଳନ ଅବସରରେ ବିଦାୟ କାଳୀନ ସମ୍ବର୍ଦ୍ଧନା ଓ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ବିଦ୍ୟାଳୟ ର ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ ପ୍ରଧାନ ଶିକ୍ଷକ ପ୍ରକ୍ରୁତିବନ୍ଧୁ ହରିହର ସାହୁ ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଓ ଅଧ୍ୟକ୍ଷତାରେ ଆଜି ଅକ୍ଟୋବର ମାସ ପାଞ୍ଚ ତାରିଖ ଦିନ ଅନୁଷ୍ଠିତ ହୋଇଯାଇଅଛି।
ଏହି କାର୍ଯ୍ୟକ୍ରମ ସ୍ନାତକ ଶିକ୍ଷକ ପଦୋନ୍ନତି ପାଇ ବିଦ୍ୟାଳୟ ବରିଷ୍ଠ ଶିକ୍ଷୟିତ୍ରୀ ଚଞ୍ଚଳା କୁମାରୀ ସାହୁ ଆଙ୍କ୍ରୁର୍ଦା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ କୁ ଯାଉଥିବାରୁ ଶ୍ରୀମତୀ ସାହୁଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା ପୁଷ୍ପ ଗୁଚ୍ଛ ପ୍ରଦାନ କରାଯାଇଥିଲା ଓ ବରଦା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରୁ ସ୍ନାତକ ଶିକ୍ଷକ ପଦୋନ୍ନତି ପାଇ ବିଜୟ କୁମାର ବରାଳ ଆଜି ଷଡ଼ଙ୍ଗୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ କୁ ଆସିଥିବାରୁ ସେ ମହାଶୟ ଙ୍କୁ ପୁଷ୍ପ ଗୁଚ୍ଛ ପ୍ରଦାନ କରାଯାଇ ସ୍ବାଗତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା।
ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଶ୍ରୀ ସାହୁ ଉଭୟ ଶିକ୍ଷକ ଶିକ୍ଷୟିତ୍ରୀ ଙ୍କୁ ଆଦର୍ଶ ଶିକ୍ଷକ ହିସାବରେ ନିଜକୁ ଗଢିତୋଳି ରାଜ୍ୟ ଓ ଜାତୀୟ ପୁରସ୍କାର ପ୍ରାପ୍ତ ଶିକ୍ଷକ ଶିକ୍ଷୟିତ୍ରୀ ହେବା ପାଇଁ ଆଜିଠାରୁ ପ୍ରୟାସ ଜାରି ରଖିବା ପାଇଁ ପରାମର୍ଶ ଦେଇଥିଲେ। କାର୍ଯ୍ୟ କ୍ରମ ରେ ଶିକ୍ଷକ ବିମଳ କିଶୋର ବିହାରୀ, ଅଜିତ କୁମାର ରାଉତ, ଶିକ୍ଷୟିତ୍ରୀ ହିରଣ୍ଯମୟୀ ପଣ୍ଡା, ସର୍ମିଷ୍ଠା ବେହେରା ସସ୍ମିତା ମହାନ୍ତି ଓ ମଧୁମିତା ପ୍ରଧାନ ଉପସ୍ଥିତ ଥିଲେ। ସମ୍ମାନୀତ ଅତିଥି ଭାବେ ବରଦା ହାଇ ସ୍କୁଲ ରେ ଶିକ୍ଷକ ଅନନ୍ତ ଚରଣ ଜେନା ଉପସ୍ଥିତ ହୋଇ ଆଲୋଚନା ରେ ସକ୍ରୀୟ ଅଂଶ ଗ୍ରହଣ କରିଥିଲେ। ଶିକ୍ଷକ ଅଜିତ କୁମାର ରାଉତ ଧନ୍ୟବାଦ ଅର୍ପଣ କରିଥିଲେ।

Leave a comment

Your email address will not be published. Required fields are marked *