ମିଥ୍ୟା ଖବରକୁ ନେଇ ଅଟକିଛି ବିଲ୍: ତୁରନ୍ତ ବିଲ୍ କରିବା ପାଇଁ ସରପଞ୍ଚଙ୍କ ନିବେଦନ

Udaya_Labanya | November 6, 2021 | 30 views |0 | Breaking News


ବାଲିଗୁଡ଼ା,(ସଞ୍ଜୟ କୁମାର ପାଣିଗ୍ରାହୀ): ମିଥ୍ୟା ଖବରକୁ ନେଇ ଅଟକିଛି ବିଲ୍ । ଶ୍ରମିକ ଓ ଠିକାଦାର ହନ୍ତସନ୍ତ । ଏଭଳି ଅଭିଯୋଗ ଆସିଛି କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବ୍ଲକ୍ ବାଟାଗୁଡା ପଞ୍ଚାୟତରୁ । ସୂଚନା ପ୍ରକାରେ ବାଟାଗୁଡା ଗ୍ରାମ ପଞ୍ଚାୟତର ଜକିକିଆ ପ୍ରାଥମିକ ବିଦ୍ୟାଳୟର ପାଚେରୀ ନିର୍ମାଣ କାର୍ଯ୍ୟ ଶେଷ ହୋଇସାରିଛି । ହେଲେ ନିମ୍ନ ମାନର କାର୍ଯ୍ୟ ହୋଇଥିବା ନେଇ ଏକ ଅଭିଯୋଗ ହେବା ପରେ ବିଲ୍ ଅଟକି ରହିଛି । ସେପଟେ କାମ ଠିକ୍ ହୋଇଛି ଏବଂ ସରପଞ୍ଚ ଓ ମନ୍ତ୍ରୀଙ୍କ ତତ୍ବାବଧାନରେ କାର୍ଯ୍ୟ ହୋଇଥିବା କହିଛନ୍ତି ଠିକାଦାର ଓ ବାଟାଗୁଡ଼ା ସରପଞ୍ଚ ମେନକା ପ୍ରଧାନ । ବିଲ୍ ହେଲେ ଠିକାଦାର ଓ ଶ୍ରମିକ ଉପକୃତ ହୋଇପାରିବେ । ଏଣୁ ଯଥାଶୀଘ୍ର ବିଲ୍ କରିବା ପାଇଁ ବାଲିଗୁଡ଼ା ବିଡିଓଙ୍କୁ ଅନୁରୋଧ କରିଛନ୍ତି ସରପଞ୍ଚ । ଏ ସମ୍ପର୍କରେ ବାଲିଗୁଡା ବିଡ଼ିଓ ଡ଼. ଜଗଦିଶ ଷଡ଼ଙ୍ଗୀଙ୍କୁ ପଚାରିବାରୁ ସେ କହିଛନ୍ତି ଯେ, ଏହି ଖବର ଅବଗତ ହେବା ପରେ ତଦନ୍ତ କରି ଠିକାଦାର ଙ୍କ ବିଲ ନିଶ୍ଚିତ ପାସ କରାଯିବ l

Share this
  •  
  •  
  •  
  •  
  •  
  •  
  •  

Related Posts

ପ୍ରଶାସନ ର ହସ୍ତକ୍ଷେପ ପରେ ବିବାଦ ତୁଟିଲା,…

Udaya_Labanya | September 24, 2022 | 3 views |0

ଫୁଲବାଣୀ (ସୁନୀଲ ପଟନାୟକ )ପ୍ରଶାସନ ର ହସ୍ତକ୍ଷେପ ପରେ ଦାରିଂବାଡ଼ି ଚାରିଛକ ଠାରେ ଦୁର୍ଗାମଣ୍ଡପ ସ୍ଥାନ କୁ ନେଇ ଦୀର୍ଘ ବର୍ଷ ଧରି ଲାଗିରହିଥିବା ବିବାଦ ର ସମାଧାନ ହୋଇଛି lସେଠାରେ ପ୍ରଶାସନ ପକ୍ଷରୁ ଏକ ବିଶ୍ରାମଗାର ନିର୍ମାଣ କୁ ନେଇ…

ନାବାଳିକା ଦୁଷ୍କର୍ମ ମାମଲା, ଅଭିଯୁକ୍ତ କୁ ୨…

Udaya_Labanya | September 24, 2022 | 5 views | 0

ଫୁଲବାଣୀ (ଉଲ୍ଲାପ୍ର )ଏକ୩ ବର୍ଷ ର ନାବାଳିକା ଦୁଷ୍କର୍ମ ମାମଲା ରେ ୧୨ ଜଣ ଙ୍କ ସାଖ୍ୟ ପ୍ରମାଣ,ପୋଲିସ ରିପୋର୍ଟ କୁ ଭିତ୍ତି କରି ଅତିରିକ୍ତ ଜିଲ୍ଲା ଦୌରା ଜଜ ତଥା ସ୍ୱତନ୍ତ୍ର ପୋକସ୍କୋ କୋର୍ଟ ବିଚାର ପତି ସଂଜିତ କୁମାର…

Leave a Reply

Your email address will not be published. Required fields are marked *

Archives

Categories