ବାଲିଗୁଡାରେ ଗଡ଼ିଲା ଭୋଟର ସଚେତନତା ରଥ

Udaya_Labanya | November 10, 2021 | 22 views |0 | Breaking News


ବାଲିଗୁଡ଼ା,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ାରେ ଗଡିଲା ଭୋଟର ସଚେତନତା ରଥ । ସବୁଜ ପତକା ଦେଖାଇ ରଥର ଶୁଭାରମ୍ଭ କରିଛନ୍ତି ବାଲିଗୁଡ଼ା ଉପଜିଲ୍ଲାପାଳ ଡ.ଶୁଭଙ୍କର ମହାପାତ୍ର । ନଭେମ୍ବର ୩୦ ତାରିଖ ପର୍ଯ୍ୟନ୍ତ ଏହି କାର୍ଯ୍ୟକ୍ରମ ଚାଲୁ ରହିବା ସହ ବାଲିଗୁଡ଼ା ଓ ଜି.ଉଦୟଗିରି ନିର୍ବାଚନ ମଣ୍ଡଳୀରେ ଏହି ସଚେତନତା ରଥ ବୁଲି ଭୋଟରମାନଙ୍କୁ ଭୋଟର ତାଲିକାରେ କିଭଳି ନାମ ପଞ୍ଜିକରଣ ଓ ସଂଶୋଧନ କରାଯାଇପାରିବ ସେ ସମ୍ବନ୍ଧରେ ସଚେତନ କରାଇବ । ଆଗାମୀ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ରାଜ୍ୟର ଯେମିତି ଜଣେ ମଧ୍ୟ ନାଗରିକ କୌଣସି କାରଣରୁ ଭୋଟ୍ ଦେବାରୁ ବଞ୍ଚିତ ନରୁହନ୍ତି ସେଇଥିପାଇଁ ଏହି ପ୍ରୟାସ ବୋଲି କହିଛନ୍ତି ବାଲିଗୁଡ଼ା ଉପଜିଲ୍ଲାପାଳ ଡ.ଶୁଭଙ୍କର ମହାପାତ୍ର । ଏହି କାର୍ଯ୍ୟକ୍ରମରେ ଉପଜିଲ୍ଲାପାଳଙ୍କ ସମେତ ବିଡ଼ିଓ ଜଗଦୀଶ ଷଡ଼ଙ୍ଗୀ, ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସୁରେନ୍ଦ୍ର କୁମାର ସାହୁ, ଅତିରିକ୍ତ ତହସିଲଦାରଙ୍କ ସମେତ ଅନ୍ୟ ଅଧିକାରୀ ମାନେ ଉପସ୍ଥିତ ଥିଲେ ।

Share this

Related Posts

ତୁମୁଡିବନ୍ଧ ହାଟପିଣ୍ଡିରେ କୁଢ଼ କୁଢ଼ ଗୋବର ଓ…

Udaya_Labanya | March 22, 2023 | 4 views |0

ବାଲିଗୁଡା:(ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ପଞ୍ଚାୟତ ସ୍ଥିତ ହାଟପଦା ସ୍ଥଳରେ ସୋମବାର ଦିନ ସାପ୍ତାହିକ ହାଟରେ ଦେଖିବାକୁ ମିଳିଛି କୁଡ଼ କୁଡ଼ ଅଳିଆ ଆବର୍ଜନା lସୋମବାର ଦିନ ତୁମୁଡିବନ୍ଧ ପଞ୍ଚାୟତ ରେ ସାପ୍ତାହିକ ହାଟ ଥିବା…

ଦୁଇ ମୋଟର ସାଇକେଲ ମୁହାଁମୁହିଁ ଧକ୍କା: ଜଣେ…

Udaya_Labanya | March 22, 2023 | 5 views | 0

ବାଲିଗୁଡ଼ା:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡ଼ିବନ୍ଧ ଥାନାର ଜାଲେଶପଟ୍ଟା ନିକଟରେ ଦୁଇଟି ମୋଟରସାଇକେଲ ମୁହାଁମୁହିଁ ଧକ୍କାହେବା ଫଳରେ ଦୁର୍ଘଟଣାରେ ଜଣେ ଗୁରୁତର ଆହତ ହୋଇଥିବା ବେଳେ ଅନ୍ୟଜଣେ ସାମାନ୍ୟ ଆହତ ହୋଇଥିବା ଜଣାପଡ଼ିଛି । ଘଟଣା…

Leave a Reply

Your email address will not be published. Required fields are marked *

Archives

Categories