ଭାଜପା ଯୁବ ମୋର୍ଚ୍ଚା ର ବିକ୍ଷୋଭ ପ୍ରଦର୍ଶନ

Udaya_Labanya | November 11, 2021 | 17 views |0 | Breaking News


ବରଗଡ଼ (ସତ୍ୟ ନାରାୟଣ ପ୍ରଧାନ)
ମମିତା ମେହେର ହତ୍ୟା ଘଟଣାର ତଦନ୍ତ ରେ ବାଟବଣା, ସରକାରୀ କଳ ଏହି ଘଟଣାରେ ସଂପୃକ୍ତ ଥିବା ଅନ୍ୟ ମାନଙ୍କୁ ସୁରକ୍ଷା ଦେବା, ମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ରଙ୍କ ଇସ୍ତଫା,ମମିତା ମେହେର ହତ୍ୟା ଘଟଣାର ସିବିଆଇ ତଦନ୍ତ ଦାବି, ବରଗଡ଼ ଗୋବିନ୍ଦ କୁମ୍ଭାର ହାଜତ ମୃତ୍ୟୁ ମାମଲା ତଦନ୍ତ ରେ ଶିତଳତା ପ୍ରତିବାଦରେ ଆଜି ବରଗଡ଼ ଜିଲ୍ଲା ଭାରତୀୟ ଜନତା ପାର୍ଟିର ଯୁବମୋର୍ଚ୍ଚା ପକ୍ଷରୁ ଏସପିଙ୍କ ଅଫିସ ଘେରାଉ କରିବା ସହ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଯୁବ ମୋର୍ଚ୍ଚା ଜିଲ୍ଲା ସଭାପତି ଅମିତ ପଣ୍ଡା ଙ୍କ ନେତୃତ୍ବରେ ଶତାଧିକ କର୍ମୀ ଲୋକ ମଣ୍ଡପ ପଡ଼ିଆରୁ ଏକ ଶୋଭାଯାତ୍ରାରେ ବାହାରି ସହର ପରିକ୍ରମା କରିଥିଲେ।ପରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଙ୍କ ଅଫିସ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ବିକ୍ଷୋଭ ରେ ବରଗଡ଼ ଜିଲ୍ଲା ସଭାପତି ଅଶ୍ବିନୀ ଷଡ଼ଙ୍ଗୀ, ରାଜ୍ୟ ଯୁବମୋର୍ଚ୍ଚା ସଭାପତି ଇରାସିଷ ଆଚାର୍ଯ୍ୟ ଓ ଅନ୍ୟାନ୍ୟ କର୍ମକର୍ତ୍ତା, କର୍ମୀ ଅଂଶ ଗ୍ରହଣ କରିଥିଲେ।

Share this
  •  
  •  
  •  
  •  
  •  
  •  
  •  

Related Posts

ମୁଣ୍ଡାଗାଁ ରେ ବଜ୍ରପାତ, ୩ ଛାତ୍ର ଗୁରୁତର

Udaya_Labanya | October 6, 2022 | 3 views |0

ଫୁଲବାଣୀ (ସୁନୀଲ ପଟନାୟକ )ବୁଧବାର କନ୍ଧମାଳ ଜିଲ୍ଲା ଚକାପାଦ ବ୍ଲକ ଅନ୍ତର୍ଗତ ମୁଣ୍ଡାଗାଁ ଅଂଚଳ ର ୩ ଜଣ ଛାତ୍ର ମୋବାଇଲ ଇଣ୍ଟର୍ନେଟ ଦେଖିବାପାଇଁ ମୁଣ୍ଡାଗାଁ ପାହାଡ଼ କୁ ଯାଇଥିବା ବେଳେ ସନ୍ଧ୍ୟା ରେ ହଟାତ ବଜ୍ରପାତ ହୋଇଥିଲା ଫଳରେ ୩…

ବିଜୟ ନାୟକ କନ୍ଧମାଳ ଜିଲ୍ଲା ନୂତନ ପର୍ଯ୍ୟବେକ୍ଷକ

Udaya_Labanya | October 6, 2022 | 2 views | 0

ଫୁଲବାଣୀ (ସୁନୀଲ ପଟନାୟକ )ରାଜ୍ୟ ରେ ବିଯୁଜନତା ଦଳ ପକ୍ଷରୁ ରାଜ୍ୟର ସମସ୍ତ ସାଙ୍ଗଠନିକ ଜିଲ୍ଲା ରେ ନୂତନ ପର୍ଯ୍ୟବେକ୍ଷକ ନିଯୁକ୍ତି ଦିଆଯାଇଛି lଏହି ପ୍ରରିପେକ୍ଷୀରେ କନ୍ଧମାଳ ଜିଲ୍ଲା ପାଇଁ ବିଜେଡିନେତା ବିଜୟ ନାୟକ ଙ୍କୁ ଦଳ ନୂତନ ଭାବେ ନିଯୁକ୍ତି…

Leave a Reply

Your email address will not be published. Required fields are marked *

Archives

Categories