୧୫୮ ଏକର ଗ6 ଜଂ ଇ ଚାଷ ନଷ୍ଟ କଲା ସଦର ପୋଲିସ, ଓ ଅବକାରୀ ବିଭାଗ

Udaya_Labanya | November 19, 2021 | 48 views |0 | Breaking News


ଫୁଲବାଣୀ- (ସୁନୀଲ ପଟ୍ଟନାୟକ)
କନ୍ଧମାଳ ଜିଲ୍ଲାରେ ଦିନକୁ ଦିନ ଚୋରା ଗ6ଞ୍ଜଇ କାରବାର ବୃଦ୍ଧି ପାଉଥିବା ଯୋଗୁଁ ଚୋରା ଗଞ୍ଜେଇ ଚାଷ ନଷ୍ଟ କରିବା ଲାଗି ଏବେ ଅଣ୍ଟାଭିଡ଼ିଛି ପୋଲିସ ଓ ଅବକାରୀ ବିଭାଗ। ଶୁକ୍ରବାର କନ୍ଧମାଳ ଜିଲ୍ଲା ସଦର ପୋଲିସ ଓ ଅବକାରୀ ବିଭାଗର କର୍ମଚାରୀ ମାନେ ମିଶି ସୁଡ଼ରେଜୁ ପଞ୍ଚାୟତର ପଣସ ପଦର, ବରପଡା, କାଟ୍ରି ଆମ୍ବା, ଗ୍ରାମର ନାଳ ନିକଟରେ ବେଆଇନ ଭାବେ ଲଗାଯାଇଥିବା ୧୫୮ ଏକର ଗଞ୍ଜେଇ ଗଛ ନଷ୍ଟ କରିଥିବା କଥା ଏସିଡି ପିଓ ମହେନ୍ଦ୍ରନାଥ ମୁର୍ମୁ କହିଛନ୍ତି । ଏ ସବୁ ନଷ୍ଟ ହୋଇଥିବା ଗଞ୍ଜେଇ ଗଛମୂଲ୍ୟ ୧୫ କୋଟି ଟଙ୍କା ହେବ ବୋଲି ଏସଡିପିଓ ମୁର୍ମୁ କହିଛନ୍ତି ।
ଏଥିରେ ସଦର ଥାନା ଅଧିକାରୀ ପ୍ରଶାନ୍ତ କୁମାର ବେହେରା , ,ସଦର ଏସଡ଼ିପିଓ ମହେନ୍ଦ୍ରନାଥ ମୁର୍ମୁ, ମାଜିଷ୍ରେଟଦାୟୀତ୍ଵରେ ଥିବା ତହସିଲଦାର ସମେତ ବହୁ ପୋଲି ସ ଓ ଅବକାରୀ କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ ।
ଏନେଇ ପୋଲିସ ୧୫0/୧୬ ୨୧ଧାରା ୨୦ ଏଓଏନଡିପିଏସ ରେ ମାମଲା ରୁଜୁ କରାଯାଇ ତଦନ୍ତ କରାଯାଉଥିବା କହିଛନ୍ତି ସଦର ଥାନା ଅଧିକରୀ ପ୍ରଶାନ୍ତ କୁମାର ବେହେରା
ଆଗକୁ ମଧ୍ୟ ଏହି କାର୍ଯ୍ୟକ୍ରମ ଚାଲୁ ରହିବ ବୋଲି ଏସଡିପିଓ ମୁର୍ମୁ କହିଛନ୍ତି ।
ତେବେ ପୋଲିସ ଓ ଅବକାରୀ ବିଭାଗ ପକ୍ଷରୁ ବ୍ୟାପକ ଚଢ଼ାଉ ସତ୍ୱେ ବେଆଇନ ଗଂଜେଇ ଚାଷ ହେଉଛି କେମିତି ବୋଲି ପ୍ରଶ୍ନ ଉଠୁଛି l ଏଣୁ ପୋଲିସ ଓ ଅବକାରୀ ବିଭାଗ ଏଥିପ୍ରତି ସତର୍କ ଦ୍ରୁଷ୍ଟି ଦେବାକୁ ଦାବିହେଉଛି l

Share this

Related Posts

ତୁମୁଡିବନ୍ଧ ହାଟପିଣ୍ଡିରେ କୁଢ଼ କୁଢ଼ ଗୋବର ଓ…

Udaya_Labanya | March 22, 2023 | 4 views |0

ବାଲିଗୁଡା:(ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ପଞ୍ଚାୟତ ସ୍ଥିତ ହାଟପଦା ସ୍ଥଳରେ ସୋମବାର ଦିନ ସାପ୍ତାହିକ ହାଟରେ ଦେଖିବାକୁ ମିଳିଛି କୁଡ଼ କୁଡ଼ ଅଳିଆ ଆବର୍ଜନା lସୋମବାର ଦିନ ତୁମୁଡିବନ୍ଧ ପଞ୍ଚାୟତ ରେ ସାପ୍ତାହିକ ହାଟ ଥିବା…

ଦୁଇ ମୋଟର ସାଇକେଲ ମୁହାଁମୁହିଁ ଧକ୍କା: ଜଣେ…

Udaya_Labanya | March 22, 2023 | 5 views | 0

ବାଲିଗୁଡ଼ା:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡ଼ିବନ୍ଧ ଥାନାର ଜାଲେଶପଟ୍ଟା ନିକଟରେ ଦୁଇଟି ମୋଟରସାଇକେଲ ମୁହାଁମୁହିଁ ଧକ୍କାହେବା ଫଳରେ ଦୁର୍ଘଟଣାରେ ଜଣେ ଗୁରୁତର ଆହତ ହୋଇଥିବା ବେଳେ ଅନ୍ୟଜଣେ ସାମାନ୍ୟ ଆହତ ହୋଇଥିବା ଜଣାପଡ଼ିଛି । ଘଟଣା…

Leave a Reply

Your email address will not be published. Required fields are marked *

Archives

Categories