ଢେଙ୍କାନାଳ ଜିଲ୍ଲାରେ ବିଶ୍ୱ ମତ୍ସ୍ୟ ଦିବସ ପାଳନ

Udaya_Labanya | November 22, 2021 | 14 views |0 | Breaking News

ଢେଙ୍କାନାଳ(ଉଲାପ୍ର)ଢେଙ୍କାନାଳ ଜିଲା ମତ୍ସ୍ୟ ଅଧିକାରୀ କାର୍ଯ୍ୟାଳୟରେ ବିଶ୍ଵ ମତ୍ସ୍ୟ ଦିବସ କୋଭିଡ୍ କଟକଣା ମଧ୍ୟରେ ପାଳନ କରାଯାଇଛି । ଏହି ସମାରୋହରେ ଢେଙ୍କାନାଳର ଜିଲ୍ଲାପାଳ ଶ୍ରୀଯୁକ୍ତ ସରୋଜ କୁମାର ସେଠୀ ମହୋଦୟ ପ୍ରଦୀପ ପ୍ରଜ୍ବଳନ କରି କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ। ଏହି କାର୍ଯ୍ୟକ୍ରମରେ ଜିଲ୍ଲାର ବିଭିନ୍ନ ପ୍ରାନ୍ତରୁ ୫୫ ଜଣ ମତ୍ସ୍ୟଜୀବୀ, ମତ୍ସ୍ୟ ଚାଷୀ ଓ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ସଦସ୍ୟ ମାନେ ଯୋଗ ଦେଇଥିଲେ। ଏତଦ୍ ବ୍ୟତୀତ ଜିଲ୍ଲାର ସମସ୍ତ ସହକାରୀ ମତ୍ସ୍ୟ ଅଧିକାରୀ, ବରିଷ୍ଠ ମତ୍ସ୍ୟ ବୈଷୟିକ ସହାୟକ ତଥା କାର୍ଯ୍ୟାଳୟର ସମସ୍ତ କର୍ମଚାରୀଗଣ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସାଫଲ୍ୟ ମଣ୍ଡିତ କରିଥିଲେ।
  ଜିଲ୍ଲା ମତ୍ସ୍ୟ ଅଧିକାରୀ ଶ୍ରୀଯୁକ୍ତ ପ୍ରଦୀପ୍ତ କିଶୋର ଭୂୟାଁ ସ୍ୱାଗତ ଭାଷଣ ଦେବା ସହ ବିଶ୍ୱ ମତ୍ସ୍ୟ ଦିବସ ପାଳନ ର ମହତ୍ତ୍ଵ ତଥା ଜିଲ୍ଲାର ମତ୍ସ୍ୟ ଚାଷୀ ମାନଙ୍କର କିପରି ଆୟ ବୃଦ୍ଧି ହୋଇପାରିବ, ସେ ଦିଗରେ ସବିଶେଷ ବିବରଣୀ ଦେଇଥିଲେ। ଏହି ଅବସରରେ ଜିଲ୍ଲାପାଳଙ୍କ ଦ୍ୱାରା  ହିତାଧିକାରୀଙ୍କୁ ମତ୍ସ୍ୟ ବିଭାଗର ବିଭିନ୍ନ ଯୋଜନାରେ ମିଳୁଥିବା ରିହାତିକୁ ଚେକ୍ ସୂତ୍ରରେ ପ୍ରଦାନ କରାଯାଇଥିଲା।ଜିଲ୍ଲାପାଳ ମହୋଦୟ ଜିଲ୍ଲାକୁ ମତ୍ସ୍ୟ ଉତ୍ପାଦନ କ୍ଷେତ୍ରରେ ସ୍ୱୟଂ ସଂପୂର୍ଣ୍ଣ କରିବା ନିମନ୍ତେ ସମସ୍ତ ମତ୍ସ୍ୟ ଚାଷୀ ମାନଙ୍କୁ ଉତ୍ସାହିତ କରିଥିଲେ।

ମତ୍ସ୍ୟ ଚାଷୀ ମାନଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ କାର୍ଯ୍ୟକାରୀ ହେଉଥିବା ଯୋଜନା ଓ ଜିଲ୍ଲାର ସଫଳ ମତ୍ସ୍ୟ ଚାଷୀଙ୍କ କାହାଣୀ ଭିଡିଓ ମାଧ୍ୟମରେ ପ୍ରଦର୍ଶିତ ହୋଇଥିଲା।
ଜିଲ୍ଲା କାର୍ଯ୍ୟାଳୟର ସହକାରୀ ମତ୍ସ୍ୟ ଅଧିକାରୀ ଶ୍ରୀମତୀ ମନ୍ଦାକିନୀମାଳା ପ୍ରଧାନ ସରକାର ଙ୍କ ବିଭିନ୍ନ ଯୋଜନା ସମ୍ପର୍କରେ ଆଲୋଚନା କରିଥିଲେ।
ସହକାରୀ ମତ୍ସ୍ୟ ଅଧିକାରୀ ଶ୍ରୀ ଶୋଭନ ସାମଲ ସଭା ପରିଚାଳନା ସହ ପରିଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ।

Share this
  •  
  •  
  •  
  •  
  •  
  •  
  •  

Related Posts

ଓଡିଶା ନାଟ୍ୟସଂଘ ର ୩୫ ତମ ପ୍ରତିଷ୍ଠା…

Udaya_Labanya | September 27, 2022 | 7 views |0

ଫୁଲବାଣୀ (ସୁନୀଲ ପଟନାୟକ ସୋମବାର ଫୁଲବାଣୀ ପ୍ରେସ କ୍ଲବ ଠାରେ ଜିଲାର ଅଗ୍ରଣୀକଳା ଓ ସଂସ୍କୃତି ଅନୁଷ୍ଠାନ ବନାନୀ କଳା ସଙ୍ଗମ ପକ୍ଷରୁ ଓଡିଶା ନାଟ୍ୟ ସଙ୍ଘ ର ୩୫ ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଥିଲା lଏହି ଅବସର ରେ…

ଅସହାୟ ରଂଜିତ ଙ୍କୁ ଆବାସ ଘର ମିଳିବ…

Udaya_Labanya | September 27, 2022 | 6 views | 0

ଫୁଲବାଣୀ (ସୁନୀଲ ପଟନାୟକ )କନ୍ଧମାଳ ଜିଲ୍ଲା ଫୁଲବାଣୀ ବ୍ଲକ ଅନ୍ତର୍ଗତଵିଶିପଡା ପଂଚାୟତ ଅନ୍ତର୍ଗତ ଆଶୀରିସହି ଗ୍ରାମର ରଂଜିତ କୁମାର ବେହେରା lଝାଟିମାଟି କୁଡ଼ିଆ ଘରେ ପଲିଥିନ ପକାଇ ବର୍ଷ ବର୍ଷ ଧରି ରହି ଆସୁଥିଲେ ମଧ୍ୟ ତାଙ୍କୁ ପ୍ରଧାନ ମନ୍ତ୍ରୀ ଆବାସ…

Leave a Reply

Your email address will not be published. Required fields are marked *

Archives

Categories