୧୫୩ ଏକର ଗଞ୍ଜେଇ ଚାଷ ନଷ୍ଟ କଲା ଗୋଛାପଡା ପୋଲିସ, ଓ ଅବକାରୀ ବିଭାଗ

Udaya_Labanya | November 25, 2021 | 24 views |0 | Breaking News


ଫୁଲବାଣୀ- (ସୁନୀଲ ପଟ୍ଟନାୟକ)
କନ୍ଧମାଳ ଜିଲ୍ଲାରେ ଦିନକୁ ଦିନ ଚୋରା ଗ6ଞ୍ଜଇ କାରବାର ବୃଦ୍ଧି ପାଉଥିବା ଯୋଗୁଁ ଚୋରା ଗଞ୍ଜେଇ ଚାଷ ନଷ୍ଟ କରିବା ଲାଗି ଏବେ ଅଣ୍ଟାଭିଡ଼ିଛି ପୋଲିସ ଓ ଅବକାରୀ ବିଭାଗ। ଗୁରୁବାର ଦିନ ତମାମ କନ୍ଧମାଳ ଜିଲ୍ଲା ଗୋଛାପଡା ପୋଲିସ ଓ ସଦର ଅବକାରୀ ବିଭାଗର କର୍ମଚାରୀ ମାନେ ମିଶି ସଲଗୁଡ଼ା ପଞ୍ଚାୟତର ସଲାଗୁଡ଼ା ଓ ମାଦା ପଡା ଆଦି ଗ୍ରାମର ନାଳ ନିକଟରେ ବେଆଇନ ଭାବେ ଲଗାଯାଇଥିବା
୧୫୩ ଏକର ଗଞ୍ଜେଇ ଗଛ ନଷ୍ଟ କରିଥିବା କଥା ଗୋଛାପଡା ଥାନା ଅଧିକାରୀ ରଂଜିତ କୁମାର ମୁନି କହିଛନ୍ତି । ଏ ସବୁ ନଷ୍ଟ ହୋଇଥିବା ଗଞ୍ଜେଇ ଗଛମୂଲ୍ୟ ପନ୍ଦର କୋଟି ଟଙ୍କା ହେବ ବୋଲି ମୁନି କହିଛନ୍ତି ।
ଏଥିରେ ଗୋଛାପଡା ଥାନା ଅଧିକାରୀ ରଂଜିତ କୁମାର ମୁନି ମାଜିଷ୍ରେଟଦାୟୀତ୍ଵରେ ଥିବା ତହସିଲଦାର ସମେତ ଗୋଛାପଡା ଆର ଆଇ, ବହୁ ପୋଲି ସ ଓ ଅବକାରୀ କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ ।
ଏନେଇ ପୋଲିସ ୧୧୭ / ୨୧ ଧାରା ୨୦ (ଏ )ଓଏନଡିପିଏସ ରେ ମାମଲା ରୁଜୁ କରାଯାଇ ତଦନ୍ତ କରାଯାଉଥିବା କହିଛନ୍ତି ଗୋଛାପଡା ଥାନା ଅଧିକରୀ ।
ଆଗକୁ ମଧ୍ୟ ଏହି କାର୍ଯ୍ୟକ୍ରମ ଚାଲୁ ରହିବ ବୋଲି ଏସଡିପିଓ ମହେନ୍ଦ୍ର ନାଥ ମୁର୍ମୁ କହିଛନ୍ତି ।
ପୋଲିସ ଓ ଅବକାରୀ ବିଭାଗ ର ବ୍ୟାପକ ଚଢ଼ାଉ ସତ୍ୱେ ଗଂଜେଇ ଚାଷ ଓ ଚୋରା କାରବାର ରୋକିବାର ନାଁ ଧରୁନି ଫଳରେ ଏହା ପ୍ରଶାସନ ର ମୁଣ୍ଡ ବ୍ୟଥା ର କାରଣ ପାଲଟିଛି l

Share this

Related Posts

ଉନ୍ନୟନ କାମ ତଦାରଖ କଲେ ଉପଜ଼ିଲ୍ଲାପାଳ

Udaya_Labanya | June 7, 2023 | 4 views |0

ଫୁଲବାଣୀ(ସୁନୀଲ ପଟନାୟକ )କନ୍ଧମାଳ ଜ଼ିଲ୍ଲା ବାଲିଗୁଡା ଉପଜ଼ିଲ୍ଲାପାଳ ମିସ ମଧୁମିତା କାର୍ଯ୍ୟରେ ଯୋଗଦେବା ଦିନଠାରୁ ବାଲିଗୁଡା ସହର ସମେତ ବାଲିଗୁଡା ଉପଖଣ୍ଡର ବିଭିନ୍ନ ବ୍ଲକରେ ଉନ୍ନୟନମୂଳକ କାର୍ଯ୍ୟ ମାନ ଜୋରସୋର ରେ ଚାଲିଥିବା ଦେଖିବାକୁ ମିଳୁଛି l ବିଭିନ୍ନ ବ୍ଲକ ରେ…

ଶିବ ପ୍ରସାଦ ଭାରତୀୟ ମହିଳା କ୍ରିକେଟ ଟିମ…

Udaya_Labanya | June 7, 2023 | 3 views | 0

ଫୁଲବାଣୀ (ସୁନୀଲ ପଟନାୟକ )ବରିଷ୍ଠ କ୍ରିକେଟ ଖେଳାଳି,କନ୍ଧମାଳ ଜିଲ୍ଲା କ୍ରୀଡ଼ା ସଂଘ, ସମ୍ପାଦକ ଆଇନଜୀବୀ, ସାମ୍ବାଦିକ,ସଂଗଠକ ତଥା ଜଣାଶୁଣା ସମାଜସେବୀ ଶିବ ପ୍ରସାଦ ତ୍ରିପାଠୀ ଭାରତୀୟ ମହିଳା କ୍ରିକେଟ ଟିମ ମ୍ୟାନେଜେର ଭାବେ ନିଯୁକ୍ତ ହୋଇଛନ୍ତି l ଆସନ୍ତା କାଲି ସେ…

Leave a Reply

Your email address will not be published. Required fields are marked *

Archives

Categories