#Breaking News

ଢେଙ୍କାନାଳସିଭିଲ୍‌କୋର୍ଟ ପରିସରରେ ୪ର୍ଥ ରାଷ୍ଟ୍ରୀୟଲୋକ ଅଦାଲତ

ଢେଙ୍କାନାଳ(ଉଲାପ୍ର)ଢେଙ୍କାନାଳ ଜିଲ୍ଲାର ବିଭିନ୍ନ ଅଦାଲତରେ ୪ର୍ଥ ରାଷ୍ଟ୍ରୀୟଲୋକ ଅଦାଲତ ଅନୁଷ୍ଠିତ ହୋଇଅଛି । ଜିଲ୍ଲା ଓ ଦୌରାଜଜ୍ ତଥା ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ଅଧ୍ୟକ୍ଷ ଶ୍ରୀଯୁକ୍ତ ଶରତ କୁମାର ଦେହୁରୀ ଙ୍କ ତତ୍ତ୍ଵାବଧାନରେ ଢେଙ୍କାନାଳ ସିଭିଲ୍‌କୋର୍ଟ ପରିସର ମଧ୍ୟରେ ଅନୁଷ୍ଠିତ ହୋଇଅଛି । ଏହି ଲୋକ ଅଦାଲତରେ ଜିଲ୍ଲାର ସମସ୍ତ ଅଦାଲତର ମୋଟ ୩୫୩ ଟି ମାମଲା ଫଏସଲା କରାଯାଇଅଛି । ସେଥିମଧ୍ୟରୁ ମୋଟର ଦୁର୍ଘଟଣାଜନିତ ୪୧ଟି , ବିବାହ ଏବଂ ପାରିବାରିକ ମାମଲା ୧୫ଟି , ଦେୱାନୀ ମାମଲା ୧୨୫ଟି , ବିଭିନ୍ନ ପ୍ରକାରର ଫୌଜଦାରୀ ମାମଲା ୧୭୨ ଟି ଏବଂ ବ୍ୟାଙ୍କ ମାମଲା ଗୁଡିକ ଆପୋଷ ଭାବରେ ସମାଧାନ କରାଯାଇଛି । ମୋଟର ଦୁର୍ଘଟଣାଜନିତ ପ୍ରାପ୍ୟବାବଦକୁ ଟ . ୧ , ୫୮ , ୭୫୦୦୦ / – ପ୍ରଦାନ କରାଯାଇଅଛି ଏବଂ ଅନ୍ୟାନ୍ୟ ମାମଲା ଗୁଡିକରେ ଜୋରିମାନା ଓ ବ୍ୟାଙ୍କ ଋଣ ଫଏସଲା ବାବଦକୁ ଟ.୮ , ୪୫ , ୯୫୯ – ଜିଲ୍ଲାର ସମସ୍ତ ଅଦାଲତ ମାନଙ୍କରେ ଆଦାୟ କରାଯାଇଅଛି । ଢେଙ୍କାନାଳ ସିଭିଲ୍‌କୋର୍ଟ ପରିସର ମଧ୍ୟରେ ଅନୁଷ୍ଠିତ ହୋଇଥିବା ରାଷ୍ଟ୍ରୀୟଲୋକ ଅଦାଲତରେ ପ୍ରାୟୀ ଲୋକ ଅଦାଲତର ଅଧ୍ୟକ୍ଷ ଶ୍ରୀ ଅମିୟ କୁମାର ସାହୁ , ପାରିବାରିକ ଅଦାଲତର ବିଚାରପତି ସୂର୍ଯ୍ୟନାରାୟଣ ଦ୍ବିବେଦି , ଅତିରିକ୍ତ ଜିଲ୍ଲାଜଜ୍ ଡ . ଜୀବନଜ୍ୟୋତି ରଥ , ମୁଖ୍ୟ ବିଚାରବିଭାଗିୟ ମାଜିଷ୍ଟ୍ରେଟ୍ର ମୁକ୍ତିରଂଜନ ଶତପଥୀ , ବରିଷ୍ଟ ଦେଓାନୀବିଚାରପତି ଶ୍ରୀ ସୁବାସ ଚନ୍ଦ୍ର ଧଳ , ଅତିରିକ୍ତ ବରିଷ୍ଟ ଦେୱାନୀ ଅଦାଲତ ବିଚାରପତି ଲୋପାମୁଦ୍ରା ପଣ୍ଡା , ବରିଷ୍ଟ ଦେୱାନୀ ଅଦାଲତ ( ଏଲ.ଆର.ଓଏଲ୍ . ଟି.ଭି ) ବିଚାରପତି ଶ୍ରୀ ସୁଶିଲ କୁମାର ସାହୁ , ବରିଷ୍ଟ ଦେଓାନୀ ବିଚାରପତି ( ମହିଳା ଅଦାଲତ ) ଶ୍ରୀମତୀ ସାବିତ୍ରୀ ନାୟକ , ଉପଖଣ୍ଡ ବିଚାରବିଭାଗିୟ ମାଜିଷ୍ଟ୍ରେଟ ଶ୍ରୀମତି ସଂନ୍ଧ୍ୟା ରଥ , ପ୍ରଥମ ଶ୍ରେଣୀ ବିଚାରବିଭାଗିୟ ମାଜିଷ୍ଟ୍ରେଟ ଶ୍ରୀମୟୀ ନନ୍ଦ ଓ ପ୍ରଦର୍ଶୀନି ତ୍ରିପାଠୀ ବିଭିନ୍ନ ଅଦାଲତ ଗୁଡିକ ପରିଚାଳନାକରିଥିଲେ । ଉକ୍ତଲୋକଅଦାଲତ ରେ ଅତିରିକ୍ତ ଜିଲ୍ଲାଜଜ୍ ତଥା ସତନ୍ତ୍ର ଜିଜ୍ ଭିଜିଲାନ୍ସ ଶ୍ରୀ ରଶ୍ମୀ ମୋହନ ଅଚାର୍ଯ୍ୟ , ରେଜିଷ୍ଟ୍ରାର ସିଭିଲକୋର୍ଟ ଶ୍ରୀ ଚିନ୍ମୟ ମିଶ୍ର ଉପସ୍ଥିତ ଥିଲେ । ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ତଥା ସ୍ଥାୟୀ ଏବଂ ନିରନ୍ତରଲୋକ ଅଦାଲତର ବିଚାରପତି ଶ୍ରୀ ସୁକାନ୍ତ କିଶୋର ଜେନା , ସରକାରୀ ଆଇନଜୀବି ଶ୍ରୀ ପତିତପାବନ ମହାପାତ୍ର , କନସିଲିଏଟର , ସ୍ଥାୟୀ ଏବଂ ନିରନ୍ତରଲୋକ ଅଦାଲତ ସୁଭାସିନି ମହାକୁଡ , ସ୍ଥାୟୀ ଏବଂ ନିରନ୍ତରଲୋକ ଅଦାଲତକୁ ପରିଚାଳନା କରିଥିଲେ । ଜିଲ୍ଲା ଆଇନ୍ ସେବା ପ୍ରାଧିକରଣର ପ୍ୟାନେଲଲୟର , ପି.ଏଲ. ଭି . , ଜିଲ୍ଲା ଆଇନ ସେବ ପ୍ରାଧିକରଣ ଓ ସିଭିଲ୍‌କୋର୍ଟ ର ସମସ୍ତକର୍ମଚାରୀ ଉପରୋକ୍ତ ଲୋକ ଅଦାଲତକୁ ସୁଚାରରପେ ପରିଚାଳନାକରିବାରେ ସହାୟତା କରିଥିଲେ ।

Leave a comment

Your email address will not be published. Required fields are marked *