ଫୁଲବାଣୀ ସମେତ ସମଗ୍ର କନ୍ଧମାଳରେ ଶୀତ ଲହରୀ, ଫୁଲବାଣୀରେ ପାରଦ ୧୨ ଡିଗ୍ରୀ ଥିବାବେଳେ ଦାରିଙ୍ଗବାଡିରେ ୭. ୫ ଡିଗ୍ରୀ ସେଲସିୟସକୁ ଖସିଲା

Udaya_Labanya | December 14, 2021 | 37 views |0 | Breaking News


ଫୁଲବାଣୀ (ସୁନୀଲ ପଟ୍ଟନାୟକ) କିଛି ଦିନ ଅନ୍ତରରେ କନ୍ଧମାଳକୁ ପୁଣି ଶୀତ ଲେଉଟିଛି। ଗତ ଦୁଇଦିନ ହେଲା । ପୁଣି ଫୁଲବାଣୀସମେତ ସମଗ୍ର କନ୍ଧମାଳ ଜିଲ୍ଲା ଶୀତରେ ଥରୁଛି । ପାରଦ ଦିନକୁ ଦିନ ଖସିବାରେ ଲାଗିଛି ଫଳରେ ଥଣ୍ଡାର ପ୍ରକୋପ ମଧ୍ୟ ବଢିବାରେ ଲାଗିଛି ତା ସାଙ୍ଗକୁ ସକାଳ ୯ଟା ଯାଏ ଘନ କୁହୁଡ଼ି ମଧ୍ୟ ଲାଗି ରହୁଛି। ଆଜି ମଙ୍ଗଳବାର ଫୁଲବାଣୀରେ ତାପମାତ୍ରା ୧୨ଡିଗ୍ରୀ ସେଲସିୟସକୁ ଖସିଥିବାବେଳେ ଓଡ଼ିଶାର କାଶ୍ମୀର ଦାରିଙ୍ଗବାଡିରେ ଆଜି ତାପମାତ୍ରା ୭. ୫ ଡିଗ୍ରୀ ସେଲ ସିୟସ ରେକର୍ଡ଼ କରାଯାଇଛି
ଘନ କୁହୁଡିର ଚାଦର ତଳେ ସାରା କନ୍ଧମାଳ । କୁହୁଡି ଯୋଗୁ ମୁହଁକୁ ମୁହଁ ଦେଖାଯାଉନି । ଫଳରେ ସକାଳ ୯ଟା ପୂର୍ବରୁ ଘରୁ ପଦାକୁ ବାହାରି ପାରୁ ନାହାନ୍ତି ଲୋକୋ ସେପଟେ ସଞ୍ଜ ନଇଁବା କ୍ଷଣି ଏବେ ପୁଣି ଦୁଇ ଦିନ ହେଲା ଥଣ୍ଡା ମାଡି ଆସୁଛି। ଫଳରେ ରାସ୍ତାଘାଟ ମଧ୍ୟ ଜନଶୁନ୍ୟ ହୋଇ ପଡୁଛି ତା ସାଙ୍ଗକୁ ଦୋକାନ ବଜାର ବି ଖାଁ ଖାଁ ଲାଗୁଛି । କି ବୁଢା କି ପିଲା ସଭିଏ ନିଆଁ ଜାଳି ନିଆଁ ପାଖରେ ଦିନରାତି ବସି ରହୁଛନ୍ତି ।
ଥଣ୍ଡା ବଢି ଯିବା ଫଳରେ ସକାଳୁ କାମକୁ ଯିବା ଲାଗି ଅମଙ୍ଗ ହେଉଛନ୍ତି ଦିନ ମଜୁରିଆ ମାନେ ।

ଥଣ୍ଡା ବଢିବା ଫଳରେ ଏବେ ଗରମ ପୋଷାକ ର ମଧ୍ୟ ଚାହିଦା ବଢିବାରେ ଲାଗିଛି । ଫଳରେ ଗାଁରୁ ସହର ଯାଏ ଗରମ ପୋଷାକର ପସରା ମେଲିଥିବା ଦେଖାଯାଉଛି। ଲୋକେ ମଧ୍ୟ ଗରମ ପୋଷାକ କିଣାକିଣି କରୁଥିବା ଦେଖିବାକୁ ମିଳୁଛି ।
ସେହିପରି ଗତକାଲି ସୋମବାରଦାରିଙ୍ଗବାଡିରେ ୧୦ ଡିଗ୍ରୀ ସେଲସିୟସ ଥିବାବେଳେ ଫୁଲବାଣୀରେ ୧୩ଡିଗ୍ରୀ ସେଲସିୟସ ଥିଲା ବୋଲି

ଜିତେନ୍ଦ୍ର କୁମାର ସ୍ୱାଇଁ ( ପାଣିପାଗ ବିଭାଗ) କହି ଛନ୍ତି ।
ସେହିପରି ଜିଲ୍ଲା ର ବେଲଘର, ତୁମୁଡିବନ୍ଧ, ରାଇକିଆ, ମଣ୍ଡାସୁର, ବାଲିଗୁଡ଼ା, ଜିଉଦୟଗିରି, ରାଇକିଆ, ଆଦି ଅଞ୍ଚଳରେ ମଧ୍ଯ ତାପମାତ୍ରା ୧୦ ଡିଗ୍ରୀ ତଳକୁ ଖସି ଆସିଥିବାରୁ ଏସବୁ ସ୍ଥାନରେ ଏବେ ପ୍ରବଳ ଥଣ୍ଡା ଅନୁଭୁତ ହେଉଛି।
ତେବେ ଏବେ ପର୍ଯ୍ୟଟନ ରୂତୁ ହୋଇଥିବାରୁ କନ୍ଧମାଳ ଜିଲାର ପ୍ରାକୃତିକ ମନୋରମ ପରିବେଶକୁ ମନଭରି ଉପଭୋଗ କରିବା ଲାଗି ଜିଲ୍ଲାରେ ଥିବା ବିଭିନ୍ନ ପର୍ଯ୍ୟଟନସ୍ଥଳୀ ଗୁଡିକରେ ବଣଭୋଜିର ଆସରସାଙ୍ଗଙ୍କୁରାଜ୍ୟ ଓ ରାଜ୍ୟ ବାହାର ର ପର୍ଯ୍ୟଟକ ମାନଙ୍କ ଆସ୍ତେ ଆସ୍ତେ ଭିଡ଼ ମଧ୍ୟ ଜମିଲାଣି।

Share this

Related Posts

ଦିବ୍ୟାଙ୍ଗ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ, ଅଭିଯୁକ୍ତକୁ ୩…

Udaya_Labanya | March 29, 2023 | 7 views |0

କନ୍ଧମାଳ,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲାର ଫୁଲବାଣୀ ଫାଷ୍ଟ ଟ୍ରାକ ପୋକ୍ସୋ କୋର୍ଟ ଶୁଣାଇଛନ୍ତି ଦଣ୍ଡବିଧାନ । ବୁଧବାର ଦିବ୍ୟାଙ୍ଗ ନାବାଳିକାକୁ ଦୁଷ୍କର୍ମ ଉଦ୍ୟମ ମାମଲାର ଅଭିଯୁକ୍ତ ବଶିଷ୍ଠ ଦିଗାଲ ୩୫ଵର୍ଷକୁ ଦୋଷୀ ସାବ୍ୟସ୍ତ କରି ୩ ଵର୍ଷ ସଶ୍ରମ କାରାଦଣ୍ଡ…

ନେହୁରୁ ଯୁବ କେନ୍ଦ୍ର ପକ୍ଷରୁଇନ୍ଦୋର ଫେରନ୍ତା ଆଦିବାସୀ…

Udaya_Labanya | March 29, 2023 | 17 views | 0

ଫୁଲବାଣୀ(ସୁନୀ ଲ ପଟନାୟକ )ସ୍ଥାନୀୟ ନେହୁରୁ ଯୁବ କେନ୍ଦ୍ର ପକ୍ଷରୁ ମଧ୍ୟ ପ୍ରଦେଶ ଇନ୍ଦୋର ରୁ କୃତିତ୍ୱ ହାସଲ କରି ଫେରିଥିବା ଜିଲ୍ଲାରଦୁର୍ଗମ ତୁମୁଡିବନ୍ଧ ବ୍ଲକ ଅଂଚଳ ର କୋଡିଏ ଜଣ ଯୁବକ ଯୁବତୀ ଙ୍କୁ ସମ୍ବର୍ଧିତ କରାଯାଇଥିଲା lଏହି ଅବସର…

Leave a Reply

Your email address will not be published. Required fields are marked *

Archives

Categories