ବାଲିଗୁଡ଼ାରେ ଶୀତ ଲହରି : ସଞ୍ଜ ନଇଁଲେ ଖସୁଛି ତାପମାତ୍ରା, ଦାରିଙ୍ଗବାଡିକୁ ଛୁଟିଲାଣି ପର୍ଯ୍ୟଟକଙ୍କ ସୁଅ

Udaya_Labanya | December 15, 2021 | 22 views |0 | Breaking News


ବାଲିଗୁଡା,:(ସଞ୍ଜୟ କୁମାର ପାଣିଗ୍ରାହୀ):ବର୍ଷା ପରେ କନ୍ଧମାଳକୁ ପୁଣି ଫେରିଛି ଶୀତ। ବାଲିଗୁଡ଼ାରେ ଶୀତର ଲହରି ଆରମ୍ଭ ହୋଇଛି। ବାଲିଗୁଡା ସମେତ ଦାରିଙ୍ଗବାଡି, କ.ନୁଆଗାଁ, ବେଲଘର, ତୁମୁଡ଼ିବନ୍ଧ, କୋଟଗଡ଼ ଅଞ୍ଚଳରେ ଶୀତର ପ୍ରକୋପ ବଢିଲାଣି। ସକାଳ ପ୍ରାୟ ୯ଟା ଯାଏଁ ଘନ କୁହୁଡ଼ିର ଚାଦର ତଳେ ଘୋଡ଼େଇ ହୋଇ ରହୁଛି ସାରା ଅଞ୍ଚଳ। ଘନ କୁହୁଡି ଯୋଗୁଁ ଯାନବାହାନ ଚଳାଚଳରେ ବାଧା ସୃଷ୍ଟି ହେଉଥିବାରୁ ସତର୍କତା ଅବଲମ୍ବନ କରୁଛନ୍ତି ଚାଳକ ।:ସେପଟେ ନିଜକୁ ଫିଟ୍ ରଖିବା ପାଇଁ ସବୁ ବର୍ଗର ଲୋକେ ସକାଳୁ ସକାଳୁ ମର୍ଣ୍ଣିଂ ୱାକ୍, ଯୋଗ, ବ୍ୟାୟାମ କରିବା ପାଇଁ ଜିମ୍ ଓ ଷ୍ଟାଡିୟମରେ ଭିଡ଼ ଜମାଉଥିବା ଦେଖିବାକୁ ମିଳୁଛି । ଏଥିସହିତ ଶୀତୁଆ ସକାଳରେ ଚା

ଦୋକାନରେ ଲୋକଙ୍କ ଭିଡ଼ ମଧ୍ୟ ଦେଖିବାକୁ ମିଳୁଛି । ଶୀତ ବଢୁଥିବାରୁ କର୍ମଜୀବି ଓ ଗରିବ ଗୁରୁବା ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ସଞ୍ଜ ନଇଁଲେ ତାପମାତ୍ରା ହ୍ରାସ ପାଉଛି। ଶୀତ ଦାଉରୁ ରକ୍ଷାପାଇବା ପାଇଁ ଲୋକେ ନିଆଁ ଜାଳି ବସୁଛନ୍ତି। ଅସହ୍ୟ ଶୀତରେ ଜନ ଜୀବନ ଅସ୍ତବ୍ୟସ୍ତ ହୋଇ ପଡିଛି। ସେପଟେ ଶୀତର ମଜା ଉଠାଇବା ପାଇଁ ଓଡ଼ିଶାର କାଶ୍ମୀର ଦାରିଙ୍ଗବାଡ଼ିକୁ ପର୍ଯ୍ୟଟକଙ୍କ ସୁଅ ଛୁଟିଲାଣି।

Share this

Related Posts

ଦିବ୍ୟାଙ୍ଗ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ, ଅଭିଯୁକ୍ତକୁ ୩…

Udaya_Labanya | March 29, 2023 | 7 views |0

କନ୍ଧମାଳ,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲାର ଫୁଲବାଣୀ ଫାଷ୍ଟ ଟ୍ରାକ ପୋକ୍ସୋ କୋର୍ଟ ଶୁଣାଇଛନ୍ତି ଦଣ୍ଡବିଧାନ । ବୁଧବାର ଦିବ୍ୟାଙ୍ଗ ନାବାଳିକାକୁ ଦୁଷ୍କର୍ମ ଉଦ୍ୟମ ମାମଲାର ଅଭିଯୁକ୍ତ ବଶିଷ୍ଠ ଦିଗାଲ ୩୫ଵର୍ଷକୁ ଦୋଷୀ ସାବ୍ୟସ୍ତ କରି ୩ ଵର୍ଷ ସଶ୍ରମ କାରାଦଣ୍ଡ…

ନେହୁରୁ ଯୁବ କେନ୍ଦ୍ର ପକ୍ଷରୁଇନ୍ଦୋର ଫେରନ୍ତା ଆଦିବାସୀ…

Udaya_Labanya | March 29, 2023 | 17 views | 0

ଫୁଲବାଣୀ(ସୁନୀ ଲ ପଟନାୟକ )ସ୍ଥାନୀୟ ନେହୁରୁ ଯୁବ କେନ୍ଦ୍ର ପକ୍ଷରୁ ମଧ୍ୟ ପ୍ରଦେଶ ଇନ୍ଦୋର ରୁ କୃତିତ୍ୱ ହାସଲ କରି ଫେରିଥିବା ଜିଲ୍ଲାରଦୁର୍ଗମ ତୁମୁଡିବନ୍ଧ ବ୍ଲକ ଅଂଚଳ ର କୋଡିଏ ଜଣ ଯୁବକ ଯୁବତୀ ଙ୍କୁ ସମ୍ବର୍ଧିତ କରାଯାଇଥିଲା lଏହି ଅବସର…

Leave a Reply

Your email address will not be published. Required fields are marked *

Archives

Categories