#Breaking News

ଜଳ ସମ୍ପଦ ଓ ସୂଚନା ଓ ଲୋକସମ୍ପର୍କ ବିଭାଗ ମନ୍ତ୍ରୀ ଙ୍କ ସମୀକ୍ଷା ବୈଠକ


ବରଗଡ଼:-(ସତ୍ୟ ନାରାୟଣ ପ୍ରଧାନ)
ଆସନ୍ତା ୨୦୨୩ ମାର୍ଚ୍ଚ ମାସ ସୁଦ୍ଧା ବିଜେପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଗଙ୍ଗାଧର ମେହେର ଉଠା ଜଳସେଚନ ପ୍ରକଳ୍ପ ର କାର୍ଯ୍ୟ ଶେଷ ହେବ ବୋଲି ଆଜି ବରଗଡ଼ ଜିଲ୍ଲା ଗସ୍ତ ରେ ଆସିଥିବା ଜଳ ସମ୍ପଦ ଓ ସୂଚନା ଓ ଲୋକ ସମ୍ପର୍କ ବିଭାଗ ମନ୍ତ୍ରୀ ରଘୁନନ୍ଦନ ଦାଶ କହିଛନ୍ତି। ଆଜି ଜିଲ୍ଲାପାଳ ଙ୍କ ସମ୍ମିଳନୀ କକ୍ଷଠାର ଆୟୋଜିତ ସମୀକ୍ଷା ବୈଠକରେ ଯୋଗ ଦେଇ ଗଙ୍ଗାଧର ମେହେର ଉଠା ଜଳସେଚନ ପ୍ରକଳ୍ପ ର କାର୍ଯ୍ୟ ର ଅଗ୍ରଗତି ସମ୍ପର୍କରେ ତଦାରଖ କରିଥିଲେ। ଜିଲ୍ଲା ପ୍ରଶାସନ ଏବଂ ବିଭାଗୀୟ ଅଧିକାରୀ ମାନଙ୍କ ସହ ଆଲୋଚନା କରି ପ୍ରକଳ୍ପ କାର୍ଯ୍ୟ ଠିକ୍ ଭାବରେ ଆଗେଇ ଚାଲିଥିବା ଯାହା କି ନିର୍ଦ୍ଧାରିତ ସମୟରେ ଶେଷ ହେବ ବୋଲି କହିଥିଲେ। ଏଥିରେ ଆଉ ୫ହଜାର ୬ ଶହ ହେକ୍ଟର ଚାଷ ଜମି କୁ ଜଳ ସେଚନ ପାଇଁ ସାମିଲ୍ କରାଯାଇଥିବା ସେ କହିଥିଲେ। ଏହା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଙ୍କ ସ୍ବପ୍ନ ର ଯୋଜନା ଯେଉଁ ଥିରେ କି ବିଜେପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ୪ଟି ବ୍ଲକ ର ୩୧ହଜାର୩୫୦ ହେକ୍ଟର ଜମିରେ ଜଳ ସେଚନ ପାଇଁ ଚାଷୀ ସୁବିଧା ପାଇବେ। ଏବେ ପୁଣି ୫ହଜାର ୬ଶହ ହେକ୍ଟର ସାମିଲ କରାଯାଇଛି ଏବଂ ନିର୍ଦ୍ଧାରିତ ସମୟ ମଧ୍ୟରେ ଏହି ପ୍ରକଳ୍ପ ରୁ ଚାଷୀ ଜଳ ସେଚନ ର ସୁବିଧା ପାଇବେ ବୋଲି ମନ୍ତ୍ରୀ ଶ୍ରୀ ଦାଶ ସାମ୍ବାଦିକ ମାନଙ୍କୁ କହିଥିଲେ। ସମୀକ୍ଷା ବୈଠକରେ ବିଜେପୁର ବିଧାୟିକା ରୀତା ସାହୁ, ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟ, ଜିଲ୍ଲାପାଳ ମୋନୀଷା ବାନାର୍ଜୀ, ଅତିରିକ୍ତ ଜିଲ୍ଲାପାଳ ମିର୍ଦ୍ଧା ଟପ୍ପୋ, ଗ୍ରାମ୍ୟ ଉନ୍ନୟନ ସଂସ୍ଥା ର ପ୍ରକଳ୍ପ ନିର୍ଦ୍ଦେଶକ କୃତି ବାସ ରାଉତ ଜିଲ୍ଲା ପ୍ରଶାସନର ସମସ୍ତ ଅଧିକାରୀ ଉପସ୍ଥିତ ଥିଲେ।

Leave a comment

Your email address will not be published. Required fields are marked *